< 2 Petrův 1 >

1 Šimon Petr, služebník a apoštol Ježíše Krista, těm, kteříž spolu s námi zároveň drahé dosáhli víry, pro spravedlnost Boha našeho a Spasitele Jezukrista:
ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ କରିଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
2 Milost vám a pokoj rozmnožen buď skrze známost Boha a Ježíše Pána našeho.
ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ।
3 Jakož nám od jeho Božské moci všecko, což potřebí bylo k životu a ku zbožnosti, darováno jest, skrze známost toho, kterýž povolal nás k slávě a k ctnosti.
ଈଶ୍ବର ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।
4 Odkudžto veliká nám a drahá zaslíbení dána jsou, tak abyste skrze ně Božského přirození účastníci učiněni byli, utekše porušení toho, kteréž jest na světě v žádostech zlých.
ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।
5 A na to pak vy všecku snažnost svou vynaložíce, prokazujte u víře své ctnost, a v ctnosti umění,
ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍‍ଗୁଣ, ସଦ୍‍ଗୁଣ ଦ୍ୱାରା ଜ୍ଞାନ,
6 V umění pak zdrželivost, a v zdrželivosti trpělivost, v trpělivosti pak zbožnost,
ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା,
7 V zbožnosti pak bratrstva milování, a v milování bratrstva lásku.
ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।
8 Ty zajisté věci když budou při vás a to rozhojněné, ne prázdné, ani neužitečné postaví vás v známosti Pána našeho Jezukrista.
ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।
9 Nebo při komž není těchto věcí, slepýť jest, a toho, což vzdáleno jest, nevida, zapomenuv na očištění svých starých hříchů.
ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି।
10 Protož, bratří, raději snažte se pevné povolání své i vyvolení učiniti; nebo to činíce, nepadnete nikdy.
ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।
11 Takť zajisté hojné způsobeno vám bude vjití k věčnému království Pána našeho a Spasitele Jezukrista. (aiōnios g166)
ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ। (aiōnios g166)
12 Protož nezanedbámť vždycky vám připomínati těch věcí, ačkoli umělí i utvrzení jste v přítomné pravdě.
ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
13 Neboť to mám za spravedlivé, dokudž jsem v tomto stánku, abych vás probuzoval napomínáním,
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,
14 Věda, že brzké jest složení stánku mého, jakož mi i Pán náš Ježíš Kristus oznámil.
ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି।
15 Přičinímť se i o to, abyste vy po odchodu mém často se na ty věci rozpomínati mohli.
ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯତ୍ନ କରିବି।
16 Nebo ne nějakých vtipně složených básní následujíce, známu učinili jsme vám Pána našeho Jezukrista moc a příchod, ale jakožto ti, kteříž jsme očima svýma viděli jeho velebnost.
କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।
17 Přijalť jest zajisté od Boha Otce čest a slávu, když se stal k němu hlas takový od velebné slávy: Tentoť jest ten můj milý Syn, v němž mi se zalíbilo.
ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ବରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;
18 A ten hlas my jsme slyšeli s nebe pošlý, s ním byvše na oné hoře svaté.
ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ।
19 A mámeť přepevnou řeč prorockou, kteréžto že šetříte jako svíce, jenž svítí v temném místě, dobře činíte, až by se den rozednil a dennice vzešla v srdcích vašich,
ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।
20 Toto nejprve znajíce, že žádného proroctví Písma svatého výklad nezáleží na rozumu lidském.
ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,
21 Nebo nikdy z lidské vůle nepošlo proroctví, ale Duchem svatým puzeni jsouce, mluvili svatí Boží lidé.
କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।

< 2 Petrův 1 >