< Skutky Apoštolů 25 >
1 Tedy Festus vladařství ujav, po třech dnech přijel z Cesaree do Jeruzaléma.
ସେଥିରେ ଫେଷ୍ଟସ୍ ଅଧିପତି ପଦ ଗ୍ରହଣ କରି ତିନି ଦିନ ଉତ୍ତାରେ କାଇସରିୟାରୁ ଯିରୂଶାଲମ ସହରକୁ ଗଲେ,
2 I oznámili jemu nejvyšší kněz a přednější z Židů o Pavlovi, a prosili ho,
ପୁଣି, ପ୍ରଧାନ ଯାଜକମାନେ ଓ ଯିହୁଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାହାଙ୍କ ନିକଟରେ ଆବେଦନ କଲେ।
3 Žádajíce té milosti proti němu, aby jej kázal přivésti do Jeruzaléma, zálohy učinivše jemu, aby zabit byl na cestě.
ଆଉ ସେ ଯେପରି ତାହାଙ୍କୁ ଯିରୂଶାଲମ ସହରକୁ ଡକାଇ ପଠାନ୍ତି ଏଥିନିମନ୍ତେ ବିନତିପୂର୍ବକ ତାହାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାହାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ।
4 A Festus odpověděl, že má Pavel ostříhán býti v Cesaree, a on sám že tudíž tam přijede.
ସେଥିରେ ଫେଷ୍ଟସ୍ ଉତ୍ତର ଦେଲେ, ପାଉଲ କାଇସରିୟାରେ ବନ୍ଦୀ ହୋଇ ରହିଅଛି, ଆଉ ଆମ୍ଭେ ନିଜେ ଶୀଘ୍ର ସେଠାକୁ ଯାଉଅଛୁ।
5 Protož (řekl), kteříž z vás mohou, nechť tam také se vypraví spolu se mnou, a jest-li jaká vina na tom muži, nechať naň žalují.
ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ, ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାହାର ବିରୁଦ୍ଧରେ ଅଭିଯୋଗ କରନ୍ତୁ।
6 A pobyv mezi nimi nic více než deset dní, jel do Cesaree. A druhého dne posadiv se na soudné stolici, kázal Pavla přivésti.
ପରେ ସେ ସେମାନଙ୍କ ମଧ୍ୟରେ ଆଠ ବା ଦଶ ଦିନରୁ ଅଧିକ ନ ରହି କାଇସରିୟାକୁ ବାହୁଡ଼ି ଗଲେ, ଆଉ ପରଦିନ ବିଚାରାସନରେ ବସି ପାଉଲଙ୍କୁ ଆଣିବା ନିମନ୍ତେ ଆଦେଶ ଦେଲେ।
7 Kterýžto když byl přiveden, obstoupili jej ti, jenž byli přišli z Jeruzaléma, Židé, mnohé a těžké žaloby proti Pavlovi vedouce, kterýchž nemohli dovésti,
ସେ ଆସନ୍ତେ ଯିରୂଶାଲମ ସହରରୁ ଆଗତ ଯିହୁଦୀମାନେ ତାହାଙ୍କ ଚାରିଆଡ଼େ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହିସବୁ ପ୍ରମାଣ କରିପାରିଲେ ନାହିଁ।
8 Nebo Pavel při všem mírnou zprávu dával, že ani proti Zákonu Židovskému, ani proti chrámu, ani proti císaři nic neprovinil.
ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୁଦୀମାନଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ।
9 Ale Festus, chtěje se Židům zalíbiti, odpověděv, řekl Pavlovi: Chceš-li jíti do Jeruzaléma a tam o to souzen býti přede mnou?
କିନ୍ତୁ ଫେଷ୍ଟସ୍ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମ ସହରକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ?
10 I řekl Pavel: Před stolicí císařovou chci státi a tam souzen býti. Židům jsem nic neublížil, jakož i ty dobře to víš.
ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ବିଚାରାସନ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ। ମୁଁ ଯିହୁଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି।
11 Nebo jestližeť jim v čem ubližuji, aneb něco smrti hodného jsem spáchal, neodpírámť umříti; a pakliť nic toho při mně není, z čehož mne oni viní, žádnýť mne jim nemůže dáti. K císaři se odvolávám.
ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।
12 Tedy Festus promluviv s radou, odpověděl: K císařis se odvolal? K císaři půjdeš.
ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ।
13 A po několika dnech král Agrippa a Bernice přijeli do Cesaree, aby pozdravili Festa.
କେତେକ ଦିନ ଗତ ହେଲା ପରେ ରାଜା ଆଗ୍ରିପ୍ପା ଓ ବର୍ଣ୍ଣୀକୀ କାଇସରିୟାକୁ ଆସି ଫେଷ୍ଟସ୍ଙ୍କୁ ସାକ୍ଷାତ କଲେ।
14 A když tu za mnoho dní pobyli, oznámil Festus králi o Pavlově při, řka: Muž jeden ostaven jest od Felixa v vězení,
ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି।
15 O kterémž, když jsem byl v Jeruzalémě, oznámili mi přední kněží a starší Židovští, žádajíce na něj ortele.
ମୁଁ ଯିରୂଶାଲମ ସହରରେ ଥିବା ସମୟରେ ଯିହୁଦୀମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋ, ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ଡାଜ୍ଞା ବିନତି କଲେ।
16 Kterýmž jsem odpověděl, že není obyčej Římanům vydati člověka na smrt, prve nežli by ten, na kohož se žaloba děje, přítomné měl žalobníky a volnost k odpovídání na to, z čehož by byl obviňován.
ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟମାନଙ୍କର ବିଧି ନୁହେଁ।
17 A protož když se byli sem sešli, hned beze všeho meškání, druhý den posadiv se na soudné stolici, rozkázal jsem přivésti toho muže.
ଏଣୁ ସେମାନେ ମୋ ସାଙ୍ଗରେ ଏ ସ୍ଥାନକୁ ଆସନ୍ତେ ମୁଁ ବିଳମ୍ବ ନ କରି ପରଦିନ ବିଚାରାସନରେ ବସି ସେହି ଲୋକକୁ ଆଣିବା ନିମନ୍ତେ ଆଜ୍ଞା ଦେଲି।
18 Jehožto žalobníci tu stojíce, z ničeho takového nevinili ho, čehož jsem já se domníval.
ଅଭିଯୋଗକାରୀମାନେ ଠିଆ ହୋଇ, ମୁଁ ଯେପ୍ରକାର ଦୋଷର କଥା ଅପେକ୍ଷା କରୁଥିଲି, ସେପରି କୌଣସି ଅଭିଯୋଗ ତାହା ସମ୍ବନ୍ଧରେ ଆଣିଲେ ନାହିଁ,
19 Ale o nějaké otázky při tom svém náboženství měli s ním nesnáz, a o jakémsi Ježíšovi mrtvém, o kterémž jistil Pavel, že jest živ.
କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହିସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା।
20 Já pak maje tu při v pochybnosti, řekl jsem jemu, chtěl-li by jíti do Jeruzaléma, a tam o ty věci souzen býti.
ଏହି ସମସ୍ତ ବିଷୟ କିପ୍ରକାରେ ଅନୁସନ୍ଧାନ କରିବି ବୋଲି ମୁଁ ହତବୁଦ୍ଧି ହୋଇ, ସେ ଯିରୂଶାଲମ ସହରକୁ ଯାଇ ସେଠାରେ ଏସମସ୍ତ ବିଷୟରେ ବିଚାରିତ ହେବା ପାଇଁ ଇଚ୍ଛା କରେ କି ନାହିଁ, ଏହା ପଚାରିଲି।
21 A když se on odvolal, aby byl chován k soudu Augustovu, kázal jsem ho hlídati, až bych jej poslal k císaři.
କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାହାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି।
22 Tedy Agrippa řekl k Festovi: Chtělť bych i já rád člověka toho slyšeti. A on řekl: Zítra ho uslyšíš.
ସେଥିରେ ଆଗ୍ରିପ୍ପା ଫେଷ୍ଟସ୍ଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ। ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ।
23 Nazejtří pak, když přišel Agrippa a Bernice s velikou slavou, a vešli na síň s hejtmany a s lidmi nejznamenitějšími města toho, k rozkázání Festovu přiveden jest Pavel.
ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍ଙ୍କ ଆଦେଶ ଅନୁସାରେ ପାଉଲ ଅଣାଗଲେ।
24 I řekl Festus: Králi Agrippo a všickni, kteříž jste tuto s námi, vidíte tohoto, za nějžto všecko množství Židů prosili mne, i v Jeruzalémě i zde, křičíce, že takový nemá více živ býti.
ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମ ସହରରେ ଏହି ସ୍ଥାନରେ ମଧ୍ୟ ଯିହୁଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ୍ ନୁହେଁ ବୋଲି ଚିତ୍କାର କଲେ।
25 Já pak shledav to, že nic hodného smrti neučinil, však když se sám k Augustovi odvolal, umínil jsem jej tam poslati.
କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି।
26 O němž, co bych jistého napsal pánu svému, nevím. Protož jsem jej teď přivedl před vás, a zvláště před tebe, králi Agrippo, abych vyptaje se, věděl, co psáti.
ମୋହର ପ୍ରଭୁଙ୍କ ଛାମୁକୁ ତାହାର ବିଷୟରେ ଲେଖିବା ନିମନ୍ତେ ମୋହର କୌଣସି ନିଶ୍ଚିତ ବିଷୟ ନାହିଁ। ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାହାଙ୍କୁ ଆପଣମାନଙ୍କ, ବିଶେଷତଃ ହେ ରାଜନ ଆଗ୍ରିପ୍ପା ଆପଣଙ୍କ ସମ୍ମୁଖକୁ ଆଣିଅଛି;
27 Nebo zdá mi se to neslušné býti poslati vězně a pře jeho neoznámiti.
କାରଣ ବନ୍ଦୀକୁ ପଠାଇବା ସମୟରେ ତାʼ ବିରୁଦ୍ଧରେ ଅଭିଯୋଗଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି।