< Skutky Apoštolů 3 >
1 Petr pak a Jan spolu vstupovali do chrámu v hodinu modlitebnou devátou.
ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
2 A muž nějaký, chromý tak narozený z života matky své, nesen byl, kteréhož sázeli na každý den u dveří chrámových, kteréž slouly Krásné, aby prosil za almužnu těch, kteříž vcházeli do chrámu.
ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।
3 Ten uzřev Petra a Jana, ani vcházeti měli do chrámu, prosil jich, aby mu almužnu dali.
ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା
4 I pohleděv naň Petr s Janem, řekl: Hleď na nás.
ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, “ଆମ୍ଭମାନଙ୍କ ଆଡ଼କୁ ଚାହଁ।”
5 A on pilně pohleděl na ně, naděje se, že něco vezme od nich.
ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା।
6 Tedy řekl Petr: Stříbra a zlata nemám, ale což mám, to tobě dám. Ve jménu Ježíše Krista Nazaretského vstaň a choď.
କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।
7 I ujav jej za ruku jeho pravou, pozdvihl ho, a hned utvrzeny jsou nohy jeho i kloubové.
ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
8 A zchytiv se, stál, a chodil, a všel s nimi do chrámu, chodě, a poskakuje, a chvále Boha.
ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।
9 A viděl jej všecken lid, an chodí a chválí Boha.
ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ବରଙ୍କ ପ୍ରଶଂସା କରିବା ଦେଖିଲେ,
10 I poznali ho, že jest ten, kterýž na almužně sedával u dveří Krásných chrámových. I naplněni jsou strachem a děšením nad tím, což se stalo jemu.
ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଭିତ ହେଲେ।
11 A když se ten uzdravený přídržel Petra a Jana, sběhl se k nim všecken lid do síňce, kteráž sloula Šalomounova, předěšen jsa.
ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।
12 To viděv Petr, promluvil k lidu: Muži Izraelští, co se divíte tomuto? Anebo co na nás tak pilně hledíte, jako bychom my svou mocí aneb nábožností učinili to, aby tento chodil?
ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?
13 Bůh Abrahamův a Izákův a Jákobův, Bůh otců našich, oslavil Syna svého Ježíše, kteréhož jste vy vydali a odepřeli se před tváří Pilátovou, kterýž ho soudil býti hodného propuštění.
ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
14 Vy pak svatého a spravedlivého odepřeli jste se a prosili jste za muže vražedníka, aby vám byl dán.
ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ଆପଣ ପୀଲାତଙ୍କ ନିକଟରେ ପ୍ରାର୍ଥନା କଲେ,
15 Ale dárce života zamordovali jste, kteréhož Bůh vzkřísil z mrtvých; čehož my svědkové jsme.
କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
16 A skrze víru ve jméno jeho, tohoto, kteréhož vy vidíte a znáte, utvrdilo jest jméno jeho a víra, kteráž jest skrze něho, dala jemu celé zdraví toto před obličejem všech vás.
ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।
17 Ale nyní, bratří, vím, že jste to z nevědomí učinili, jako i knížata vaše.
ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।
18 Bůh pak to, což předzvěstoval skrze ústa všech proroků, že měl Kristus trpěti, tak jest naplnil.
କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।
19 Protož čiňte pokání, a obraťte se, aby byli shlazeni hříchové vaši, když by přišli časové rozvlažení od tváři Páně,
ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,
20 A poslal by toho, kterýž vám kázán jest, Ježíše Krista.
ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ।
21 Kteréhož zajisté musí přijíti nebesa, až do času napravení všech věcí; což byl předpověděl Bůh skrze ústa svých svatých proroků od věků. (aiōn )
ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ। (aiōn )
22 Mojžíš zajisté otcům řekl, že Proroka vám vzbudí Pán Bůh váš z bratří vašich jako mne, jehož poslouchati budete ve všem, cožkoli bude mluviti vám.
ମୋଶା ତ କହିଥିଲେ, ପ୍ରଭୁ ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ।
23 A staneť se, že každá duše, kteráž by neposlouchala toho Proroka, vyhlazena bude z lidu mého.
କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ।
24 Ano i všickni proroci od Samuele a potomních, kteřížkoli mluvili, také jsou o těchto dnech předzvěstovali.
ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି
25 Vy jste synové proroků a synové úmluvy, kterouž učinil Bůh s otci našimi, řka k Abrahamovi: V semeni tvém požehnány budou všecky čeledi země.
ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ବର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃ-ପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
26 Vám nejprve Bůh, vzbudiv Syna svého Ježíše, poslal ho dobrořečícího vám, aby se jeden každý z vás odvrátil od nepravostí svých.
ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।