< Daniel 2 >
1 Léta pak druhého kralování Nabuchodonozora měl Nabuchodonozor sen, a děsil se duch jeho, až se tudy i ze sna protrhl.
ଏଥିଉତ୍ତାରେ ନବୂଖଦ୍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
2 I rozkázal král svolati mudrce, a hvězdáře i kouzedlníky a Kaldejské, aby oznámili králi sen jeho. Kteřížto přišli, a postavili se před králem.
ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।
3 Tedy řekl jim král: Měl jsem sen, a předěsil se duch můj, tak že nevím, jaký to byl sen.
ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”
4 I mluvili Kaldejští králi Syrsky: Králi, na věky buď živ. Pověz sen služebníkům svým, a oznámímeť výklad.
ତହିଁରେ କଲ୍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”
5 Odpověděl král a řekl Kaldejským: Ten sen mi již z paměti vyšel. Neoznámíte-li mi snu i výkladu jeho, na kusy rozsekáni budete, a domové vaši v záchody obráceni budou.
ରାଜା କଲ୍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।
6 Pakli mi sen i výklad jeho oznámíte, daru, odplaty a slávy veliké důjdete ode mne. A protož sen i výklad jeho mi oznamte.
ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼ ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର।”
7 Odpověděli po druhé a řekli: Nechať král sen poví služebníkům svým, a výklad jeho oznámíme.
ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।”
8 Odpověděl král a řekl: Jistotně rozumím tomu, že naschvál odtahujete, vidouce, že mi vyšel z paměti ten sen.
ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।
9 Neoznámíte-li mi toho snu, jistý jest ten úsudek o vás. Nebo řeč lživou a chytrou smyslili jste sobě, abyste mluvili přede mnou, ažby se čas proměnil. A protož sen mi povězte, a zvím, budete-li mi moci i výklad jeho oznámiti.
ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”
10 Odpověděli Kaldejští králi a řekli: Není člověka na zemi, kterýž by tu věc králi oznámiti mohl. Nadto žádný král, kníže neb potentát takové věci se nedoptával na žádném mudrci a hvězdáři aneb Kaldeovi.
କଲ୍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଚାରି ନାହାନ୍ତି।
11 Nebo ta věc, na niž se král ptá, nesnadná jest, a není jiného, kdo by ji oznámiti mohl králi, kromě bohů, kteříž bydlení s lidmi nemají.
ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।”
12 Z té příčiný rozlítil se král a rozhněval velmi, a přikázal, aby zhubili všecky mudrce Babylonské.
ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।
13 A když vyšel ortel, a mudrci mordováni byli, hledali i Daniele a tovaryšů jeho, aby zmordováni byli.
ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।
14 Tedy Daniel odpověděl moudře a opatrně Ariochovi, hejtmanu nad žoldnéři královskými, kterýž vyšel, aby mordoval mudrce Babylonské.
ସେତେବେଳେ ଅରୀୟୋକ୍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
15 A odpovídaje, řekl Ariochovi, hejtmanu královskému: Proč ta výpověd náhle vyšla od krále? I oznámil tu věc Arioch Danielovi.
ସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।
16 Pročež Daniel všed, prosil krále, aby jemu prodlel času k oznámení výkladu toho králi.
ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।
17 A odšed Daniel do domu svého, oznámil tu věc Chananiášovi, Mizaelovi a Azariášovi, tovaryšům svým,
ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
18 Aby se za milosrdenství modlili Bohu nebeskému příčinou té věci tajné, a nebyli zahubeni Daniel a tovaryši jeho s pozůstalými mudrci Babylonskými.
ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
19 I zjevena jest Danielovi u vidění nočním ta věc tajná. Pročež Daniel dobrořečil Bohu nebeskému.
ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
20 Mluvil pak Daniel a řekl: Buď jméno Boží požehnáno od věků až na věky, nebo moudrost a síla jeho jest.
ଦାନିୟେଲ ଉତ୍ତର କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
21 A on proměňuje časy i chvíle; ssazuje krále, i ustanovuje krále; dává moudrost moudrým a umění majícím rozum.
ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
22 On zjevuje věci hluboké a skryté; zná to, což jest v temnostech, a světlo s ním přebývá.
ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
23 Ó Bože otců mých, těť oslavuji a chválím, že jsi mne moudrostí a silou obdařil, ovšem nyní, že jsi mi oznámil to, čehož jsme žádali od tebe; nebo věc královu oznámil jsi nám.
ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।”
24 A protož Daniel všel k Ariochovi, kteréhož ustanovil král, aby zhubil mudrce Babylonské. A přišed, takto řekl jemu: Mudrců Babylonských nezahlazuj; uveď mne před krále a výklad ten oznámím.
ଏହେତୁ ବାବିଲୀୟ ବିଦ୍ୱାନ୍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, “ବାବିଲୀୟ ବିଦ୍ୱାନ୍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।”
25 Tedy Arioch s chvátáním uvedl Daniele před krále, a takto řekl jemu: Našel jsem muže z zajatých synů Judských, kterýž výklad ten králi oznámí.
ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”
26 Odpověděl král a řekl Danielovi, jehož jméno bylo Baltazar: Budeš-liž ty mi moci oznámiti sen, kterýž jsem viděl, i výklad jeho?
ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?”
27 Odpověděl Daniel králi a řekl: Té věci tajné, na niž se král doptává, nikoli nemohou mudrci, hvězdáři, věšťci a hadači králi oznámiti.
ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;
28 Ale však jest Bůh na nebi, kterýž zjevuje tajné věci, a on ukázal králi Nabuchodonozorovi, co se díti bude v potomních dnech. Sen tvůj, a což jsi ty viděl na ložci svém, toto jest:
ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
29 Tobě, ó králi, na mysl přicházelo na ložci tvém, co bude potom, a ten, kterýž zjevuje tajné věci, ukázalť to, což budoucího jest.
ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
30 Strany pak mne, ne skrze moudrost, kteráž by při mně byla nade všecky lidi, ta věc tajná mně zjevena jest, ale skrze modlitbu, aby ten výklad králi oznámen byl, a ty myšlení srdce svého abys zvěděl.
ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।
31 Ty králi, viděl jsi, a aj, obraz nějaký veliký, (obraz ten byl znamenitý a blesk jeho náramný), stál naproti tobě, kterýž na pohledění byl hrozný.
ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
32 Toho obrazu hlava byla z zlata výborného, prsy jeho a ramena jeho z stříbra, a břicho jeho i bedra jeho z mědi,
ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
33 Hnátové jeho z železa, nohy jeho z částky z železa a z částky z hliny.
ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।
34 Hleděls na to, až se utrhl kámen, kterýž nebýval v rukou, a udeřil obraz ten v nohy jeho železné a hliněné, a potřel je.
ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
35 A tak potříno jest spolu železo, hlina, měď, stříbro i zlato, a bylo to všecko jako plevy z placu letního, a zanesl to vítr, tak že místa jejich není nalezeno. Kámen pak ten, kterýž udeřil v obraz, učiněn jest horou velikou, a naplnil všecku zemi.
ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
36 Toť jest ten sen. Výklad jeho také povíme králi:
ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।
37 Ty králi, jsi král králů; nebo Bůh nebeský dal tobě království, moc a sílu i slávu.
ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
38 A všeliké místo, na němž přebývají synové lidští, zvěř polní i ptactvo nebeské dal v ruku tvou, a pánem tě ustavil nade všemi těmi věcmi. Ty jsi ta hlava zlatá.
ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
39 Ale po tobě povstane království jiné, nižší než tvé, a jiné království třetí měděné, kteréž panovati bude po vší zemi.
ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୂନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।
40 Království pak čtvrté bude tvrdé jako železo. Nebo jakož železo drobí a zemdlévá všecko, tak, pravím, jako železo, kteréž potírá všecko, i ono potře a potříská všecko.
ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ।
41 Že jsi pak viděl nohy a prsty z částky z hliny hrnčířské a z částky z železa, království rozdílné znamená, v němž bude něco mocnosti železa, tak jakž jsi viděl železo smíšené s hlinou ničemnou.
ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।
42 Ale prstové noh z částky z železa a z částky z hliny znamenají království z částky mocné a z částky ku potření snadné.
ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।
43 A že jsi viděl železo smíšené s hlinou ničemnou, ukazuje, že se přízniti budou vespolek lidé, a však nebude se přídržeti jeden druhého, tak jako železo nedrží se z hlinou.
ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।
44 Za dnů pak těch králů vzbudí Bůh nebeský království, kteréž na věky nebude zkaženo, a království to na žádného jiného nespadne, ale ono potře a konec učiní všechněm těm královstvím, samo pak státi bude na věky,
ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
45 Tak jakž jsi viděl, že se s hory utrhl kámen, kterýž nebýval v rukou, a potřel železo, měď, hlinu, stříbro a zlato. Bůh veliký oznámil králi, co býti má potom, a pravý jest sen ten i věrný výklad jeho.
କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।”
46 Tedy král Nabuchodonozor padl na tvář svou, a poklonil se Danielovi, a rozkázal, aby oběti a vůně libé obětovali jemu.
ସେତେବେଳେ ରାଜା ନବୂଖଦ୍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।
47 A odpovídaje král Danielovi, řekl: V pravdě že Bůh váš jest Bůh bohů a Pán králů, kterýž zjevuje skryté věci, poněvadž jsi mohl vyjeviti tajnou věc tuto.
ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”
48 Tedy král zvelebil Daniele, a dary veliké a mnohé dal jemu, a pánem ho učinil nade vší krajinou Babylonskou, a knížetem nad vývodami, a nade všemi mudrci Babylonskými.
ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।
49 Daniel pak vyžádal na králi, aby představil krajině Babylonské Sidracha, Mizacha a Abdenágo. Ale Daniel býval v bráně královské.
ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।