< Kazatel 11 >

1 Pouštěj chléb svůj po vodě, nebo po mnohých dnech najdeš jej.
ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।
2 Dej částku sedmi aneb i osmi, nebo nevíš, co zlého bude na zemi.
ସାତଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।
3 Když se naplňují oblakové, déšť na zem vydávají; a když padá dřevo na poledne aneb na půlnoci, na kteréž místo padá to dřevo, tu zůstává.
ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।
4 Kdo šetří větru, nebude síti; a kdo hledí na husté oblaky, nebude žíti.
ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।
5 Jakož ty nevíš, která jest cesta větru, a jak rostou kosti v životě těhotné, tak neznáš díla Božího, kterýž činí všecko.
ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।
6 Hned z jitra rozsívej símě své, a u večer nedávej odpočinutí ruce své; nebo ty nevíš, co jest lepšího, to-li či ono, čili obé jednostejně dobré jest.
ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ।
7 Příjemnéť jest zajisté světlo, a milá věc očima viděti slunce;
ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର।
8 A však, by mnoho let živ jsa člověk, ve všech těch veselil by se, tedy rozpomenul-li by se na dny temnosti, jak jich mnoho bude, cožkoli přeběhlo, počte za marnost.
ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର।
9 Radujž se tedy, mládenče, v mladosti své, a nechť tě obveseluje srdce tvé ve dnech mladosti tvé, a choď po cestách srdce svého, a podlé žádosti očí svých, než věz, že tě s tím se vším přivede Bůh na soud.
ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।
10 Anobrž odejmi hněv od srdce svého, a odvrať zlost od těla svého; nebo dětinství a mladost jest marnost.
ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର।

< Kazatel 11 >