< Kazatel 6 >

1 Jest bídná věc, kterouž jsem viděl pod sluncem, a lidem obyčejná:
ସୂର୍ଯ୍ୟ ତଳେ ମୁଁ ଏକ ଦୁଃଖର ବିଷୟ ଦେଖିଅଛି, ଆଉ ତାହା ମନୁଷ୍ୟମାନଙ୍କ ପକ୍ଷରେ ଭାରୀ;
2 Kterému člověku dal Bůh bohatství a zboží i slávu, tak že nemá nedostatku duše jeho v ničemž, čehokoli žádá, a však nedopouští mu Bůh užívati těch věcí, ale jiný leckdos sžíře to, a toť jest marnost a bídná věc.
ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।
3 Zplodil-li by kdo sto synů, a byl by živ mnoho let, jakkoli rozmnoženi jsou dnové let jeho, nebyl-li život jeho nasycen dobrými věcmi, a neměl by ani pohřbu, pravím, že šťastnější jest nedochůdče nežli on.
ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ;
4 Nebo ono v zmaření přicházeje, do temností odchází, a jméno jeho temnostmi přikryto bývá.
କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;
5 Nýbrž ani slunce nevídá, aniž čeho poznává, a tak odpočinutí má lepší nežli onen.
ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;
6 A byť pak byl živ dva tisíce let, a pohodlí by neužil, zdaliž k jednomu místu všickni neodcházejí?
ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି?
7 Všecka práce člověka jest pro ústa jeho, a však duše jeho nemůže se nasytiti.
ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।
8 Nebo co má více moudrý nežli blázen? A co chudý, kterýž se umí chovati mezi lidmi?
ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?
9 Lépe jest viděti nežli žádati, ale i to jest marnost a trápení ducha.
ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
10 Èímžkoli jest, dávno jest tím nazván, a známé bylo, že člověk býti měl, a že se nebude moci souditi s silnějším, nežli jest sám.
ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।
11 A poněvadž předsevzetí mnohá rozmnožují marnost, co na tom má člověk?
ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ?
12 Nebo kdo ví, co by bylo dobrého člověku v tomto životě, v počtu dnů marného života jeho, kteříž pomíjejí jako stín? Aneb kdo oznámí člověku, co se díti bude po něm pod sluncem?
କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?

< Kazatel 6 >