< Ezdráš 2 >

1 Tito pak jsou lidé té krajiny, kteříž se z zajetí a přestěhování toho brali, jakž je byl přestěhoval Nabuchodonozor král Babylonský do Babylona, a navrátili se do Jeruzaléma a do Judstva, jeden každý do města svého,
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।
2 Kteříž přišli s Zorobábelem, s Jesua, s Nehemiášem, Saraiášem, Reelaiášem, Mardocheem, Bilsanem, Misparem, Bigvajem, Rechumem a Baanou. Počet mužů z lidu Izraelského:
ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,
3 Synů Farosových dva tisíce, sto sedmdesáte dva.
ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।
4 Synů Sefatiášových tři sta sedmdesáte dva.
ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।
5 Synů Arachových sedm set sedmdesát pět.
ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ।
6 Synů Pachat Moábových, synů Jesue a Joábových dva tisíce, osm set a dvanácte.
ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।
7 Synů Elamových tisíc, dvě stě padesáte čtyři.
ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
8 Synů Zattuových devět set čtyřidceti pět.
ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ।
9 Synů Zakkai sedm set a šedesát.
ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
10 Synů Báni šest set čtyřidceti dva.
ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ।
11 Synů Bebai šest set třimecítma.
ବେବୟର ସନ୍ତାନ ଛଅ ଶହ ତେଇଶ ଜଣ।
12 Synů Azgadových tisíc, dvě stě dvamecítma.
ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ।
13 Synů Adonikamových šest set šedesáte šest.
ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ।
14 Synů Bigvai dva tisíce, padesáte šest.
ବିଗ୍‍ବୟର ସନ୍ତାନ ଦୁଇ ହଜାର ଛପନ ଜଣ।
15 Synů Adinových čtyři sta padesáte čtyři.
ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ।
16 Synů Aterových z Ezechiáše devadesát osm.
ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
17 Synů Bezai tři sta třimecítma.
ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ।
18 Synů Jorahových sto a dvanácte.
ଯୋରାହର ସନ୍ତାନ ଏକ ଶହ ବାର ଜଣ।
19 Synů Chasumových dvě stě třimecítma.
ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ।
20 Synů Gibbarových devadesáte pět.
ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ।
21 Synů Betlémských sto třimecítma.
ବେଥଲିହିମର ସନ୍ତାନ ଏକ ଶହ ତେଇଶ ଜଣ।
22 Mužů Netofatských padesáte šest.
ନଟୋଫାର ଲୋକ ଛପନ ଜଣ।
23 Mužů Anatotských sto osmmecítma.
ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।
24 Synů Azmavetských čtyřidceti dva.
ଅସ୍ମାବତ୍‍ର ସନ୍ତାନ ବୟାଳିଶ ଜଣ।
25 Synů Kariatarimských, Kafirských a Berotských sedm set čtyřidceti a tři.
କିରୀୟଥ୍‍-ଯିୟାରୀମ୍‍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ।
26 Synů Ráma a Gabaa šest set jedenmecítma.
ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ ଜଣ।
27 Mužů Michmas sto dvamecítma.
ମିକ୍‍ମସର ଲୋକ ଏକ ଶହ ବାଇଶ ଜଣ।
28 Mužů z Bethel a Hai dvě stě třimecítma.
ବେଥେଲ୍‍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ।
29 Synů z Nébo padesáte dva.
ନବୋର ସନ୍ତାନ ବାବନ ଜଣ।
30 Synů Magbisových sto padesáte šest.
ମଗ୍‍ବୀଶର ସନ୍ତାନ ଏକ ଶହ ଛପନ ଜଣ।
31 Synů Elama druhého tisíc, dvě stě padesáte čtyři.
ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
32 Synů Charimových tři sta dvadceti.
ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।
33 Synů Lodových, Chadidových a Onových sedm set dvadceti pět.
ଲୋଦ୍‍ ଓ ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ।
34 Synů Jerecho tři sta čtyřidceti pět.
ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।
35 Synů Senaa tři tisíce, šest set a třidceti.
ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ।
36 Kněží, synů Jedaiášových z domu Jesua, devět set sedmdesáte tři.
ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
37 Synů Immerových tisíc, padesáte dva.
ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
38 Synů Paschurových tisíc, dvě stě čtyřidceti sedm.
ପଶ୍‍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
39 Synů Charimových tisíc a sedmnácte.
ହାରୀମ୍‍‍ର ସନ୍ତାନ ଏକ ହଜାର ସତର ଜଣ।
40 Levítů, synů Jesua a Kadmiele, synů Hodaviášových, sedmdesáte čtyři.
ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।
41 Zpěváků, synů Azafových, sto dvadceti osm.
ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ।
42 Synů vrátných, synů Sallumových, synů Aterových, synů Talmonových, synů Akkubových, synů Chatita, synů Sobai, všech sto třidceti devět.
ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।
43 Netinejských, synů Zicha, synů Chasufa, synů Tabbaot,
ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
44 Synů Keros, synů Siaha, synů Fádon,
କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
45 Synů Lebana, synů Chagaba, synů Akkub,
ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ;
46 Synů Chagab, synů Samlai, synů Chanan,
ହାଗାବର ସନ୍ତାନଗଣ, ଶମ୍‍ଲୟର ସନ୍ତାନଗଣ, ହାନନ୍‍ର ସନ୍ତାନଗଣ;
47 Synů Giddel, synů Gachar, synů Reaia,
ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ;
48 Synů Rezin, synů Nekoda, synů Gazam,
ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ;
49 Synů Uza, synů Paseach, synů Besai,
ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ;
50 Synů Asna, synů Meunim, synů Nefusim,
ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
51 Synů Bakbuk, synů Chakufa, synů Charchur,
ବକ୍‍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
52 Synů Bazlut, synů Mechida, synů Charsa,
ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
53 Synů Barkos, synů Sisera, synů Tamach,
ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
54 Synů Neziach, synů Chatifa,
ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
55 Synů služebníků Šalomounových, synů Sotai, synů Soferet, synů Feruda,
ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ;
56 Synů Jaala, synů Darkon, synů Giddel,
ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
57 Synů Sefatiášových, synů Chattil, synů Pocheret Hazebaim, synů Ami,
ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍‍-ହତ୍‍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ;
58 Všech Netinejských a synů služebníků Šalomounových tři sta devadesáte dva.
ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।
59 Tito také byli, kteříž šli z Telmelach, Telcharsa, Cherub, Addan a Immer, ale nemohli ukázati domu otců svých a semene svého, že by z Izraele byli:
ପୁଣି ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
60 Synů Delaiášových, synů Tobiášových, synů Nekodových šest set padesáte dva.
ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାବନ ଜଣ।
61 A z synů kněžských synové Chabaiášovi, synové Kózovi, synové Barzillai, kterýž pojav sobě ze dcer Barzillai Galádského manželku, nazván jest jménem jejich.
ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
62 Ti vyhledávali zapsání o sobě, chtíce prokázati rod svůj, ale nenašlo se. Protož zbaveni jsou kněžství.
ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।
63 A zapověděl jim Tirsata, aby nejedli z věcí svatosvatých, dokudž by nestál kněz s urim a thumim.
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।
64 Všeho toho shromáždění pospolu čtyřidceti a dva tisíce, tři sta šedesáte,
ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ।
65 Kromě služebníků jejich, a děvek jejich, jichž bylo sedm tisíc, tři sta třidceti sedm. A mezi nimi bylo zpěváků a zpěvakyní dvě stě.
ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ।
66 Koní jejich sedm set třidceti šest, mezků jejich dvě stě čtyřidceti pět.
ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
67 Velbloudů jejich čtyři sta třidceti pět, oslů šest tisíc, sedm set a dvadceti.
ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ।
68 Z knížat pak čeledí otcovských, někteří, když přišli k domu Hospodinovu, kterýž byl v Jeruzalémě, dobrovolně se oddavše, aby stavěli dům Boží na gruntech jeho,
ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱ ସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ।
69 Vedlé možnosti své dali náklad k dílu: Zlata jeden a šedesáte tisíc drachem, stříbra pak pět tisíc liber, a sukní kněžských sto.
ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍‌ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।
70 A tak osadili se kněží i Levítové a někteří z lidu, i zpěváci i vrátní a Netinejští v městech svých, i všecken Izrael v městech svých.
ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।

< Ezdráš 2 >