< Izaiáš 3 >

1 Nebo aj, Pán, Hospodin zástupů, odejme od Jeruzaléma a Judy hůl a podporu, všelijakou hůl chleba a všelikou podporu vody,
ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍‍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
2 Silného i muže válečného, soudce i proroka, mudrce i starce,
ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍‍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ;
3 Padesátníka i počestného, i rádci, i vtipného řemeslníka, i výmluvného,
ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।
4 A dám jim děti za knížata; děti, pravím, panovati budou nad nimi.
ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।
5 I bude ssužovati v lidu jeden druhého, a bližní bližního svého; zpurně se postaví dítě proti starci, a chaterný proti vzácnému.
ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।
6 Pročež se chopí jeden každý bratra svého z domu otce svého, a dí: Máš oděv, knížetem naším budeš, a pád tento zdrž rukou svou.
କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;”
7 Ale on přisáhne v ten den, řka: Nebuduť vázati těch ran, nebo v domě mém není chleba ani oděvu; neustanovujtež mne knížetem lidu.
ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”
8 Nebo se obořil Jeruzalém, a Juda padl, proto že jazyk jejich a skutkové jejich jsou proti Hospodinu, k dráždění očí slávy jeho.
ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।
9 Nestydatost tváři jejich svědčí proti nim; hřích zajisté svůj jako Sodomští ohlašují, a netají. Běda duši jejich, nebo sami na sebe uvodí zlé.
ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।
10 Rcete spravedlivému: Dobře bude; nebo ovoce skutků svých jísti bude.
ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
11 Ale běda bezbožnému, zle bude; nebo odplata rukou jeho dána jemu bude.
ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।
12 Lidu mého knížata jsou děti, a ženy panují nad ním. Lide můj, kteříž tě vodí, svodí tě, a cestu stezek tvých ukrývají.
ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।
13 Stojíť Hospodin k rozsudku, stojí, pravím, k rozsudku s lidmi.
ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।
14 Hospodin k soudu přijde proti starším lidu svého a knížatům jejich, a dí: Vy jste pohubili vinici mou, loupež chudého jest v domích vašich.
ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”
15 Proč vy nuzíte lid můj, a tváře chudých zahanbujete? praví Pán, Hospodin zástupů.
“ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।
16 I dí Hospodin: Proto že se pozdvihují dcery Sionské, a chodí s vytaženým krkem, a pasou očima, protulujíce se, a zdrobna kráčejíce, i nohama svýma lákají,
ଆହୁରି ସଦାପ୍ରଭୁ କହିଲେ, “ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;
17 Protož okydne Pán prašivinou vrch hlavy dcer Sionských, a Hospodin hanbu jejich obnaží.
ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।”
18 V ten den odejme Pán okrasu těch nástrah, totiž paučníky a halže,
ସେହି ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ୱରୂପ ନୂପୁର, ଜାଲିବସ୍ତ୍ର, ଚନ୍ଦ୍ରହାର;
19 Jablka zlatá a spinadla a čepce,
କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;
20 Biréty a zápony, tkanice, punty a náušnice,
ଶିରୋଭୂଷଣ, ପାଦର ବଳା, କଟିବନ୍ଧନୀ, ଅତରଧାନୀ, କବଚ;
21 Prsteny a náčelníky,
ମୁଦି, ନଥ;
22 Proměnná roucha, i plášťky, i roušky, i vačky,
ଉତ୍ସବକାଳୀନ ବସ୍ତ୍ର, ଆବରଣୀୟ ବସ୍ତ୍ର, ସାଲ, ଗାଞ୍ଜିଆ;
23 I zrcadla, i čechlíky, i věnce, i šlojíře.
ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।
24 A budeť místo vonných věcí hnis, a místo pasů roztržení, a místo strojení kadeří lysina, a místo širokého podolku bude přepásání pytlem, obhoření pak místo krásy.
ତହିଁରେ ସୁଗନ୍ଧି ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶ-ଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।
25 Muži tvoji od meče padnou, a silní tvoji v boji.
ତୁମ୍ଭର ପୁରୁଷମାନେ ଖଡ୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।
26 I budou plakati a kvíliti brány jeho, a spustlý na zemi seděti bude.
ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।

< Izaiáš 3 >