< Jeremiáš 15 >

1 Tedy řekl Hospodin ke mně: Byť se postavil Mojžíš i Samuel před oblíčejem mým, nikoli srdce nemohu míti k lidu tomuto. Pusť je ode mne, a nechť jdou pryč.
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।
2 A řeknou-liť: Kam bychom šli? tedy díš jim: Takto praví Hospodin: Kdo k smrti, na smrt, a kdo k meči, pod meč, a kdo k hladu, k hladu, a kdo k zajetí, do zajetí.
ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀସ୍ଥାନକୁ ଯାଉନ୍ତୁ।’
3 Představím zajisté jim to čtvero, dí Hospodin: Meč k zmordování, a psy, aby je rozsmýkali, a ptactvo nebeské i zvěř zemskou, aby je sežrala a zkazila.
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।
4 A musejí se smýkati po všech královstvích země příčinou Manassesa syna Ezechiášova, krále Judského, pro ty věci, kteréž páchal v Jeruzalémě.
ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।
5 Nebo kdo by se slitoval nad tebou, Jeruzaléme? A kdo by tě politoval? Aneb kdo by přišel, aby se zeptal, jakť se vede?
କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ?
6 Tys opustil mne, dí Hospodin, odšels nazpět; protož vztáhnu ruku svou na tebe, abych tě zkazil. Ustal jsem, želeje.
ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।
7 Protož přetříbím je věječkou skrze brány země této, na sirobu přivedu a zkazím lid svůj, nebo se od cest svých nenavracují.
ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।
8 Větší bude počet vdov jeho než písku mořského. Přivedu na ně, na matky, na mládence zhoubce i v poledne; způsobím to, aby náhle připadli na to město, i budou zděšeni.
ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍‍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।
9 Zemdlí i ta, kteráž rodívala po sedmerém; vypustí duši svou, zapadne jí slunce ještě ve dne, hanbiti a styděti se bude. Ostatek pak jich vydám pod meč před oblíčejem nepřátel jejich, dí Hospodin.
ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ୍ଗରେ ସମର୍ପଣ କରିବା,” ଏହା ସଦାପ୍ରଭୁ କହନ୍ତି।
10 Běda mně, matko má, že jsi mne porodila, muže sváru a muže různice vší zemi. Nepůjčoval jsem jim, aniž mi oni půjčovali, a každý mi zlořečí.
ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।
11 I řekl Hospodin: Zdaliž tobě, kterýž pozůstaneš, nebude dobře? Zdaliž nebudu tvým zástupcím u nepřítele v čas trápení a v čas ssoužení?
ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା।
12 Zdaliž železo poláme půlnoční železo a ocel?
ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ?
13 Jmění tvé, ó Judo, i poklady tvé vydám v rozchvátání darmo, po všech končinách tvých, a to pro všelijaké hříchy tvé.
ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା।
14 A způsobím to, že musíš jíti s nepřátely svými do země cizí, když oheň zanícený v prchlivosti mé na vás pálati bude.
ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।”
15 Ty znáš mne, Hospodine, rozpomeň se na mne, a navštěv mne, a pomsti mne nad těmi, kteříž dotírají na mne. Shovívaje jim, nezachvacuj mne; věz, že snáším pro tebe pohanění.
ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।
16 Když se naskytly řeči tvé, snědl jsem je, a měl jsem slovo tvé za radost a potěšení srdce svého, poněvadž jsi ty mne povolal sám, ó Hospodine Bože zástupů.
ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।
17 Nesedám v radě posměvačů, aniž pléši; pro přísnost tvou samotný sedám, nebo prchlivostí naplnils mne.
ମୁଁ ଆମୋଦ-ପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।
18 Proč má býti bolest má věčná, a rána má smrtelná, kteráž se nechce zhojiti? Proč mi býti máš naprosto jako oklamavatelný, jako vody nestálé?
ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି? ତୁମ୍ଭେ କି ମୋʼ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?
19 Protož takto praví Hospodin: Jestliže se obrátíš, také tě zase obrátím, abys stál před oblíčejem mým; oddělíš-li věc drahou od ničemné, jako ústa má budeš. Nechť se oni obrátí k tobě, ty pak neobracej se k nim.
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରିଯିବ ନାହିଁ।
20 Nebo jsem tě postavil proti lidu tomuto jako zed měděnou pevnou. Kteříž bojovati budou proti tobě, ale neodolají tobě; nebo já jsem s tebou, abych tě vysvobozoval a vytrhoval, dí Hospodin.
ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।
21 Vytrhnu tě zajisté z rukou nešlechetníků, a vykoupím tě z ruky násilníků.
ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟାନକ ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।”

< Jeremiáš 15 >