< Jób 33 >

1 Slyšiž tedy, prosím, Jobe, řeči mé, a všech slov mých ušima svýma pozoruj.
ଯାହାହେଉ, ବିନୟ କରୁଅଛି, ହେ ଆୟୁବ, ମୋʼ କଥା ଶୁଣ ଓ ମୋହର ସମସ୍ତ ବାକ୍ୟରେ କର୍ଣ୍ଣପାତ କର।
2 Aj, jižť otvírám ústa svá, mluví jazyk můj v ústech mých.
ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି, ମୋʼ ଜିହ୍ୱା ମୋʼ ମୁଖ ଭିତରେ କଥା କହିଅଛି।
3 Upřímost srdce mého a umění vynesou rtové moji.
ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ।
4 Duch Boha silného učinil mne, a dchnutí Všemohoucího dalo mi život.
ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି।
5 Můžeš-li, odpovídej mi, připrav se proti mně, a postav se.
ତୁମ୍ଭେ ପାରିଲେ, ମୋତେ ଉତ୍ତର ଦିଅ, ମୋʼ ସମ୍ମୁଖରେ ଆପଣା ବାକ୍ୟ ସଜାଇ ଠିଆ ହୁଅ।
6 Aj, já podlé žádosti tvé buduť místo Boha silného; z bláta sformován jsem i já.
ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି।
7 Pročež strach ze mne nepředěsí tě, a ruka má nebudeť k obtížení.
ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ।
8 Řekl jsi pak přede mnou, a hlas ten řečí tvých slyšel jsem:
ନିଶ୍ଚୟ ତୁମ୍ଭେ ମୋହର କର୍ଣ୍ଣଗୋଚରରେ କହିଅଛ ଓ ମୁଁ ତୁମ୍ଭ ବାକ୍ୟର ରବ ଶୁଣିଅଛି, ଯଥା,
9 Èist jsem, bez přestoupení, nevinný jsem, a nepravosti při mně není.
‘ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼ ଠାରେ ଅଧର୍ମ ନାହିଁ;
10 Aj, příčiny ku potření mne shledal Bůh, klade mne sobě za nepřítele,
ଦେଖ, ସେ ମୋʼ ଛିଦ୍ର ଅନ୍ଵେଷଣ କରନ୍ତି, ସେ ମୋତେ ଆପଣା ଶତ୍ରୁ ବୋଲି ଗଣନ୍ତି;
11 Svírá poutami nohy mé, střeže všech stezek mých.
ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି।’
12 Aj, tím nejsi spravedliv, odpovídám tobě, nebo větší jest Bůh nežli člověk.
ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ୱର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି।
13 Oč se s ním nesnadníš? Žeť všech svých věcí nezjevuje?
ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ।
14 Ano jednou mluví Bůh silný, i dvakrát, a nešetří toho člověk.
ପରମେଶ୍ୱର ଥରେ କହନ୍ତି, ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ;
15 Skrze sny u vidění nočním, když připadá hluboký sen na lidi ve spaní na ložci,
ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,
16 Tehdáž odkrývá ucho lidem, a čemu je učí, to zpečeťuje,
ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,
17 Aby odtrhl člověka od skutku zlého, a pýchu od muže vzdálil,
ତଦ୍ଦ୍ୱାରା ସେ ମନୁଷ୍ୟକୁ ତାହାର ସଂକଳ୍ପରୁ ନିବୃତ୍ତ କରନ୍ତି ଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି।
18 A zachoval duši jeho od jámy, a život jeho aby netrefil na meč.
ସେ ତାହାର ପ୍ରାଣକୁ ଗର୍ତ୍ତରୁ ଓ ତାହାର ଜୀବନକୁ ଖଡ୍ଗାଘାତରୁ ଅଟକାଇ ରଖନ୍ତି।
19 Tresce i bolestí na lůži jeho, a všecky kosti jeho násilnou nemocí,
ମଧ୍ୟ ସେ ଆପଣା ଶଯ୍ୟାରେ ବ୍ୟଥା ଦ୍ୱାରା ଓ ଆପଣା ଅସ୍ଥି ମଧ୍ୟରେ ନିରନ୍ତର ଯୁଦ୍ଧ ଦ୍ୱାରା ଶାସ୍ତି ପାଏ;
20 Tak že sobě život jeho oškliví pokrm, a duše jeho krmi nejlahodnější.
ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ୱାଦୁ ଭକ୍ଷ୍ୟକୁ ଘୃଣା କରେ।
21 Hyne tělo jeho patrně, a vyhlédají kosti jeho, jichž prvé nebylo vídati.
ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ।
22 A tak bývá blízká hrobu duše jeho, a život jeho smrtelných ran.
ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାର କର ସନ୍ନିକଟ ହୁଏ।
23 Však bude-li míti anděla vykladače jednoho z tisíce, kterýž by za člověka oznámil pokání jeho:
ଯଦି ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;
24 Tedy smiluje se nad ním, a dí: Vyprosť jej, ať nesstoupí do porušení, oblíbilť jsem mzdu vyplacení.
ତେବେ ସେ ତାହାକୁ କୃପା କରି କହିବେ, ‘ଗର୍ତ୍ତଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି।
25 I odmladne tělo jeho nad dítěcí, a navrátí se ke dnům mladosti své.
ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନ ଦିନ ପୁନର୍ବାର ପାଇବ;’
26 Kořiti se bude Bohu, a zamiluje jej, a patřiti bude na něj tváří ochotnou; nadto navrátí člověku spravedlnost jeho.
ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି।
27 Kterýž hledě na lidi, řekne: Zhřešilť jsem byl, a to, což pravého bylo, převrátil jsem, ale nebylo mi to prospěšné.
ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
28 Bůh však vykoupil duši mou, aby nešla do jámy, a život můj, aby světlo spatřoval.
ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।’
29 Aj, všeckoť to dělá Bůh silný dvakrát i třikrát při člověku,
ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ, ଏଥିପାଇଁ ଗର୍ତ୍ତରୁ ତାହାର ପ୍ରାଣ ଫେରାଇ ଆଣିବାକୁ,
30 Aby odvrátil duši jeho od jámy, a aby osvícen byl světlem živých.
ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି।
31 Pozoruj, Jobe, poslouchej mne, mlč, ať já mluvím.
ହେ ଆୟୁବ, ମନୋଯୋଗ କରି ମୋʼ କଥା ଶୁଣ; ତୁମ୍ଭେ ନୀରବ ହୁଅ, ମୁଁ କଥା କହିବି।
32 Jestliže máš slova, odpovídej mi, nebo bych chtěl ospravedlniti tebe.
ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ; କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା।
33 Pakli nic, ty mne poslouchej; mlč, a poučím tě moudrosti.
ନୋହିଲେ ମୋʼ କଥା ଶୁଣ; ନୀରବ ହୁଅ, ଆଉ ମୁଁ ତୁମ୍ଭକୁ ଜ୍ଞାନ ଶିଖାଇବି।”

< Jób 33 >