< Jan 18 >

1 To když pověděl Ježíš, vyšel s učedlníky svými přes potok Cedron, kdež byla zahrada; do kteréžto všel on i učedlníci jeho.
ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ।
2 Věděl pak i Jidáš, zrádce jeho, to místo; nebo často chodíval tam Ježíš s učedlníky svými.
ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ।
3 Protož Jidáš pojav s sebou zástup, a od předních kněží a farizeů služebníky, přišel tam s lucernami a s pochodněmi a s zbrojí.
ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।
4 Ježíš pak věda všecko, což přijíti mělo na něj, vyšed proti nim, řekl jim: Koho hledáte?
ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?”
5 Odpověděli jemu: Ježíše Nazaretského. Řekl jim Ježíš: Jáť jsem. Stál pak s nimi i Jidáš, zrádce jeho.
ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, “ମୁଁ ସେହି।” ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।
6 A jakž řekl jim: Já jsem, postoupili nazpět, a padli na zem.
ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ।
7 I otázal se jich opět: Koho hledáte? A oni řekli: Ježíše Nazaretského.
ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?” ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ।
8 Odpověděl Ježíš: Pověděl jsem vám, že já jsem. Poněvadž tedy mne hledáte, nechtež těchto, ať odejdou.
ଯୀଶୁ ଉତ୍ତର ଦେଲେ, “ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି। ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ।”
9 Aby se naplnila řeč, kterouž byl pověděl: Že které jsi mi dal, neztratil jsem z nich žádného.
ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।”
10 Tedy Šimon Petr, maje meč, vytrhl jej a udeřil služebníka nejvyššího kněze a uťal mu ucho jeho pravé. A bylo jméno služebníka toho Malchus.
ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ।
11 I řekl Ježíš Petrovi: Schovej meč svůj do pošvy. Což nemám píti kalicha, kterýž mi dal Otec?
ସେଥିରେ ଯୀଶୁ ପିତରଙ୍କୁ କହିଲେ, “ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?”
12 Tedy zástup a hejtman a služebníci Židovští jali Ježíše, a svázali jej.
ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ
13 A vedli ho k Annášovi nejprve; nebo byl test Kaifášův, kterýž byl nejvyšším knězem toho léta.
ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ।
14 Kaifáš pak byl ten, kterýž byl radu dal Židům, že by užitečné bylo, aby člověk jeden umřel za lid.
ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା।
15 Šel pak za Ježíšem Šimon Petr a jiný učedlník. A ten učedlník byl znám nejvyššímu knězi, i všel s Ježíšem do síně nejvyššího kněze.
ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;
16 Ale Petr stál u dveří vně. I vyšel ten druhý učedlník, kterýž byl znám nejvyššímu knězi, a promluvil s vrátnou, i uvedl tam Petra.
କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ। ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ।
17 Tedy řekla Petrovi děvečka vrátná: Nejsi-liž i ty z učedlníků člověka toho? Řekl on: Nejsem.
ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ।
18 Stáli pak tu služebníci a pacholci, kteříž oheň udělali, nebo zima bylo, i zhřívali se. A byl s nimi také i Petr, stoje tu a zhřívaje se.
ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ।
19 Tedy nejvyšší kněz tázal se Ježíše o učedlnících jeho a o učení jeho.
ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ।
20 Odpověděl jemu Ježíš: Já zjevně mluvil jsem světu, já vždycky učíval jsem v škole a v chrámě, kdežto se odevšad Židé scházejí, a tajně jsem nic nemluvil,
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।
21 Co se mne ptáš? Ptej se těch, kteříž mne slýchali, co jsem jim mluvil. Aj, tiť vědí, co jsem já mluvil.
ମୋତେ କାହିଁକି ପଚାରୁଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି।”
22 A když on to pověděl, jeden z služebníků, stoje tu, dal poliček Ježíšovi, řka: Tak-liž odpovídáš nejvyššímu knězi?
ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?
23 Odpověděl mu Ježíš: Mluvil-li jsem zle, svědectví vydej o zlém; pakli dobře, proč mne tepeš?
ଯୀଶୁ ତାହାକୁ ଉତ୍ତର ଦେଲେ, “ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ?”
24 I poslal jej Annáš svázaného k Kaifášovi nejvyššímu knězi.
ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।
25 Stál pak Šimon Petr, a zhříval se. Tedy řekli jemu: Nejsi-liž i ty z učedlníků jeho? Zapřel on a řekl: Nejsem.
ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ।
26 Dí jemu jeden z služebníků nejvyššího kněze, příbuzný toho, kterémuž Petr uťal ucho: Zdaž jsem já tebe neviděl s ním v zahradě?
ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି?
27 Tedy Petr opět zapřel. A hned kohout zazpíval.
ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା।
28 I vedli Ježíše od Kaifáše do radného domu, a bylo ráno. Oni pak nevešli do radného domu, aby se neposkvrnili, ale aby jedli beránka.
ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।
29 Tedy vyšel k nim Pilát ven a řekl: Jakou žalobu vedete proti člověku tomuto?
ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ?
30 Odpověděli a řekli jemu: Byť tento nebyl zločinec, nedali bychom ho tobě.
ସେମାନେ ତାହାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ।
31 I řekl jim Pilát: Vezměte vy jej, a podle Zákona vašeho suďte ho. I řekli mu Židé: Námť nesluší zabíti žádného.
ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର। କେତେକ ଯିହୁଦୀ ନେତାମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ।
32 Aby se řeč Ježíšova naplnila, kterouž řekl, znamenaje, kterou by smrtí měl umříti.
ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ।
33 Tedy Pilát všel opět do radného domu, i povolal Ježíše a řekl jemu: Ty-li jsi Král Židovský?
ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା?
34 Odpověděl Ježíš: Sám-li od sebe to pravíš, čili jiní tobě pověděli o mně?
ଯୀଶୁ ଉତ୍ତର ଦେଲେ, “ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?”
35 Odpověděl Pilát: Zdaliž jsem já Žid? Národ tvůj a přední kněží dali mi tebe. Co jsi učinil?
ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ?
36 Odpověděl Ježíš: Království mé není z tohoto světa. Byť z tohoto světa bylo království mé, služebníci moji bránili by mne, abych nebyl vydán Židům. Ale nyní mé království není odsud.
ଯୀଶୁ ଉତ୍ତର ଦେଲେ, “ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ।”
37 I řekl jemu Pilát: Tedy král jsi ty? Dí Ježíš: Ty pravíš, že já král jsem. Jáť jsem se k tomu narodil, a proto jsem na svět přišel, abych svědectví vydal pravdě. Každý, kdož jest z pravdy, slyší hlas můj.
ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”
38 Dí jemu Pilát: Co jest pravda? A když to řekl, opět vyšel k Židům, a dí jim: Já na něm žádné viny nenalézám.
ପୀଲାତ ତାହାଙ୍କୁ କହିଲେ, ସତ୍ୟ କଅଣ? ଏହା କହି ସେ ପୁଣି, ଯିହୁଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ।
39 Ale jest obyčej váš, abych vám propustil jednoho vězně na velikunoc. Chcete-liž tedy, ať vám propustím Krále Židovského?
କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା?
40 I zkřikli opět všickni, řkouce: Ne toho, ale Barabbáše. Byl pak Barabbáš lotr.
ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା।

< Jan 18 >