< Józua 18 >

1 Shromáždilo se pak všecko množství synů Izraelských do Sílo, a tu postavili stánek úmluvy, když již země od nich podmaněna byla.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।
2 Pozůstalo pak z synů Izraelských, jimž ještě nebylo rozděleno dědictví jejich, sedmero pokolení.
ସେସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।
3 I řekl Jozue synům Izraelským: I dokudž zanedbáváte vjíti, abyste se uvázali v zemi, kterouž vám dal Hospodin Bůh otců vašich?
ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?”
4 Vydejte z sebe z každého pokolení tři muže, ať je pošli, aby vstanouce, zchodili zemi, a popsali ji vedlé dědictví svých; potom navrátí se ke mně.
ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ।
5 I rozdělí ji na sedm dílů. Juda zůstane v končinách svých od poledne, a čeledi Jozefovy zůstanou v končinách svých od půlnoci.
ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ-ବଂଶ ରହିବେ।
6 Vy pak, když popíšete zemi na sedm dílů, přinesete sem ke mně; tedy uvrhu vám losy zde před Hospodinem Bohem naším.
ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।
7 Nebo nemají dílu Levítové u prostřed vás, proto že kněžství Hospodinovo jest dědictví jejich; Gád pak a Ruben, a polovice pokolení Manassesova, vzali dědictví své před Jordánem na východ, kteréž dal jim Mojžíš, služebník Hospodinův.
କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍‍ ଓ ରୁବେନ୍‍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।
8 Protož vstavše muži ti, odešli. A přikázal Jozue těm, kteříž šli, aby popsali zemi, řka: Jděte a projděte zemi, a popište ji; potom navraťte se ke mně, a uvrhu zde losy před Hospodinem v Sílo.
ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।”
9 Tedy odešli muži, a prošedše zemi, popsali ji po městech na sedm dílů na knize, a navrátili se k Jozue do stanů v Sílo.
ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।
10 I uvrhl jim losy Jozue v Sílo před Hospodinem, a rozdělil tu Jozue zemi synům Izraelským vedlé dílů jejich.
ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।
11 Padl pak los pokolení synů Beniaminových po čeledech jejich, a přišla meze dílu jejich mezi syny Juda a syny Jozefovy.
ତହୁଁ ବିନ୍ୟାମୀନ୍-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।
12 A byla meze jejich k straně půlnoční od Jordánu, a šla při straně půlnoční Jericha, a táhla se na hory k moři, a skonávala se při poušti Betaven.
ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।
13 A odtud přechází ta meze do Lůz, při straně Lůz polední, (jenž jest Bethel, ) a chýlí se ta meze do Atarot Addar vedlé hory, kteráž jest od poledne Betoron dolního.
ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।
14 Odkudž obchází vůkol k straně moře na poledne od hory, kteráž jest proti Betoron ku polední, a konec její jest Kariatbaal, (jenž jest Kariatjeharim), město synů Juda. Ta jest strana západní.
ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା-ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।
15 Strana pak ku poledni od konce Kariatjeharim, a vychází ta meze k moři, a přichází až k studnici vod Neftoa.
ପୁଣି ଦକ୍ଷିଣ ସୀମା କିରୀୟଥ୍‍-ଯିୟାରୀମ୍‍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।
16 A táhne se táž meze k konci hory, kteráž jest naproti údolí synů Hinnom, a jest v údolí Refaim na půlnoci, a běží skrze údolí Hinnom po straně Jebuzea na poledne, a přichází k studnici Rogel.
ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ୱକୁ ଗଡ଼ିଆସି ଐନ୍‍-ରୋଗେଲକୁ ଗଲା।
17 Potom točí se od půlnoci, a dochází k Ensemes, a vychází do Gelilot, kteréž jest naproti místu, kudy se jde do Adomim, a sstupuje k kameni Bohana, syna Rubenova.
ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।
18 Odtud přechází k straně, kteráž jest naproti rovinám strany půlnoční, a táhne se do Araba.
ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ୱ ଦେଇ ପଦାଭୂମିକୁ ଗଡ଼ିଗଲା
19 Odtud jde k straně Betogla na půlnoci, a skonává se meze ta při zátoce moře slaného od půlnoční strany, tu kdež vpadá Jordán do moře na polední straně. To jest pomezí ku poledni.
ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।
20 Jordán také je odděluje k straně východní. To jest dědictví synů Beniaminových s mezemi svými vůkol a vůkol po čeledech jejich.
ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।
21 A byla města tato pokolení synů Beniaminových po čeledech jejich: Jericho, Betogla a údolí Kasis;
ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍‍-କତ୍‍ଶିସ୍‍
22 A Betaraba, Semaraim a Bethel;
ଓ ବେଥ୍-ଅରାବା ଓ ସୀମାରୟମ୍‍ ଓ ବେଥେଲ୍‍
23 A Avim, též Afara a Ofra;
ଓ ଅବ୍ବୀମ୍‍ ଓ ପାରା ଓ ଅଫ୍ରା,
24 A Cefer, Hamona, Ofni a Gaba, měst dvanácta vsi jejich;
କଫରମ୍ମୋନି ଓ ଅଫନି ଓ ଗେବା; ଗ୍ରାମ ସମେତ ବାର ନଗର।
25 Gabaon, Ráma a Berot;
ଗିବୀୟୋନ୍‍ ଓ ରାମା ଓ ବେରୋତ
26 Masfa, Kafira a Mosa;
ଓ ମିସ୍ପେ ଓ କଫୀରା ଓ ମୋତ୍ସା
27 Rekem, Jarefel a Tarela;
ଓ ରେକମ ଓ ଯିର୍ପେଲ ଓ ତରଲା
28 A Sela, Elef a Jebus, (jenž jest Jeruzalém, ) Gibat, Kariat, měst čtrnácte i vsi jejich. To jest dědictví synů Beniaminových po čeledech jejich.
ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍‍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।

< Józua 18 >