< Judův 1 >
1 Judas, Ježíše Krista služebník, bratr pak Jakubův, posvěceným v Bohu Otci, a Kristu Ježíši zachovaným a k němu povolaným:
ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
2 Milosrdenství vám a pokoj i láska budiž rozmnožena.
ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ।
3 Nejmilejší, všecku snažnost vynakládaje na to, abych vám psal o obecném spasení, musil jsem psáti, vás napomínaje, abyste statečně bojovali o víru, kteráž jest jednou dána svatým.
ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।
4 Neboť jsou podešli někteří lidé bezbožní, prve již dávno poznamenaní k tomu odsouzení; kteřížto milost Boha našeho přenášejí v chlipnost, a toho, kterýž jest sám Hospodin, Boha a Pána našeho Jezukrista zapírají.
କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
5 Protož vidělo mi se vám to připomenouti, kteříž jednou již o tom víte, že když Pán lid svůj z země Egyptské vysvobodil, potom ty, kteříž nevěřící byli, zatratil.
ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।
6 A ty anděly, kteříž neostříhali svého knížetství, ale opustili příbytek svůj, k soudu velikého toho dne vazbou věčnou pod mrákotou schoval. (aïdios )
ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି। (aïdios )
7 Jako Sodoma a Gomora, a okolní města, když podobným způsobem, jako i tito, v smilstvo se vydali a odešli po těle cizím, předložena jsou za příklad, pokutu věčného ohně snášejíce. (aiōnios )
ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି। (aiōnios )
8 Takéž podobně i tito, jako v hluboký sen pohřižení, tělo zajisté poskvrňují, panstvím pak pohrdají a důstojnosti se rouhají;
ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।
9 Ješto Michal archanděl, když s ďáblem odpor maje, hádal se o tělo Mojžíšovo, neodvážil se proti němu vynésti soudu zlořečení, ale řekl: Ztresciž tě Pán.
କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।
10 Tito pak, čehož neznají, tomu se rouhají; a což od přirození znají, jako nerozumná hovada, v tom se poskvrňují.
ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।
11 Běda jim, nebo cestou Kainovou odešli, a poblouzením Balámovy mzdy po lakomství se vylili, a odporováním Kóre zahynuli.
ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
12 Tiť jsou na hodech vašich poskvrny, když s vámi hodují bezstoudně, sami se pasouce; jsouce jako oblakové bez vody, jimiž vítr sem i tam točí, stromové uvadlí, neužiteční, dvakrát mrtví a vykořenění,
ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;
13 Vzteklé vody mořské, vymítajíce jako pěny svou mrzkost, hvězdy bludné, jimžto mrákota tmy zachována jest na věčnost. (aiōn )
ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି। (aiōn )
14 Prorokoval pak také o nich sedmý od Adama Enoch, řka: Aj, Pán s svatými tisíci svými béře se,
ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
15 Aby učinil soud všechněm a trestal všecky, kteříž by koli mezi nimi byli bezbožní, ze všech skutků bezbožnosti jejich, v nichž bezbožnost páchali, i ze všech tvrdých řečí, kteréž mluvili proti němu hříšníci bezbožní.
ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।
16 Tiť jsou reptáci žalobní, podle žádostí svých chodíce, jejichž ústa mluví pýchu, pochlebujíce osobám některým pro svůj užitek.
ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
17 Ale vy, nejmilejší, pamatujte na slova předpověděná od apoštolů Pána našeho Jezukrista.
କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;
18 Nebo jsou pověděli vám, že v posledním času budou posměvači, podle svých bezbožných žádostí chodící.
ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।
19 Toť jsou ti, kteříž se sami odtrhují, lidé hovadní, Ducha Kristova nemající.
ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।
20 Ale vy, nejmilejší, vzdělávajíce se na té nejsvětější víře vaší, v Duchu svatém modléce se,
କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର,
21 Ostříhejte se v lásce Boží, očekávajíce milosrdenství Pána našeho Jezukrista k věčnému životu. (aiōnios )
ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ। (aiōnios )
22 A nad některými zajisté lítost mějte, rozeznání v tom majíce.
ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର।
23 Jiné pak strašením k spasení přivozujte, jako z ohně je vychvacujíce, v nenávisti majíce i tu skrze tělo poskvrněnou sukni.
ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।
24 Tomu pak, kterýž mocen jest zachovati vás bez úrazu a postaviti před obličejem slávy své bez úhony s veselím,
ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
25 Samému moudrému Bohu, Spasiteli našemu, budiž sláva a velebnost, císařství i moc, i nyní i po všecky věky. Amen. (aiōn )
ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍। (aiōn )