< Sudcov 1 >

1 Stalo se pak po smrti Jozue, otázali se synové Izraelští Hospodina, řkouce: Kdo z nás potáhne proti Kananejskému napřed, aby bojoval s ním?
ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?”
2 Jimž řekl Hospodin: Juda nechť táhne, aj, dal jsem tu zemi v ruku jeho.
ତହୁଁ ସଦାପ୍ରଭୁ କହିଲେ, “ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ।”
3 (Řekl pak byl Juda Simeonovi bratru svému: Potáhni se mnou k dobývání losu mého, abychom bojovali proti Kananejskému, a já také potáhnu s tebou k dobývání losu tvého. I táhl s ním Simeon.
ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, “ଗୁଲିବାଣ୍ଟ କ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା।” ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।
4 Tedy vytáhl Juda, i dal Hospodin Kananejského a Ferezejského v ruce jejich, a porazili z nich v Bezeku deset tisíc mužů.
ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।
5 Nebo nalezše Adonibezeka v Bezeku, bojovali proti němu, a porazili Kananejského i Ferezejského.
ପୁଣି ସେମାନେ ବେଷକରେ ଅଦୋନୀବେଷକ୍‌ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।
6 Když pak utíkal Adonibezek, honili ho, a chytivše jej, zutínali mu palce u rukou i noh.
ମାତ୍ର ଅଦୋନୀବେଷକ୍‌ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।
7 Tedy řekl Adonibezek: Sedmdesáte králů s uťatými palci u rukou i noh svých sbírali drobty pod stolem mým; jakž jsem činil, tak odplatil mi Bůh. I přivedli jej do Jeruzaléma, a tam umřel.
ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
8 Nebo byli vybojovali synové Juda Jeruzalém, a vzavše jej, zbili obyvatele jeho ostrostí meče a město vypálili.
ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
9 Potom také vytáhli synové Judovi, aby bojovali proti Kananejskému, bydlícímu na horách při straně polední i na rovinách.
ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
10 Nebo byl vytáhl Juda proti Kananejskému, kterýž bydlil v Hebronu, (jméno pak Hebronu prvé bylo Kariatarbe, ) a pobil Sesaie, a Achimana, a Tolmaie.
ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନ୍‍କୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।
11 A odtud byl táhl na obyvatele Dabir, (jméno pak Dabir prvé bylo Kariatsefer).
ଆଉ ସେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।
12 Kdežto řekl Kálef: Kdo by dobyl Kariatsefer a vzal by je, dám jemu Axu dceru svou za manželku.
ପୁଣି କାଲେବ କହିଲେ, “ଯେକେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍‍ଷାର ବିବାହ ଦେବି।”
13 Tedy dobyl ho Otoniel, syn Cenezův, bratra Kálefova mladšího, i dal jemu Axu dceru svou za manželku.
ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
14 Stalo se pak, že když přišla k němu, ponukla ho, aby prosil otce jejího za pole; i ssedla s osla. A řekl jí Kálef: Cožť jest?
ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”
15 A ona odpověděla: Dej mi dar; poněvadžs mi dal zemi suchou, dej mi také studnice vod. I dal jí Kálef studnice v horních i dolních končinách.
ତହୁଁ ସେ କହିଲା, “ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ;” ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
16 Synové také Cinejského, tchána Mojžíšova, odebrali se z města palmového s syny Juda na poušť Judovu, jenž jest k straně polední městu Arad; a odšedše, bydlili s lidem tím.
ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।
17 Potom táhl Juda s Simeonem, bratrem svým, a porazili Kananejské přebývající v Sefat, a zkazili je. I nazváno jest jméno města toho Horma.
ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍‍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।
18 Dobyl také Juda Gázy a pomezí jeho, i Aškalonu s pomezím jeho, též Akaronu a pomezí jeho.
ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।
19 Nebo byl Hospodin s Judou, a vyhnal obyvatele hor, ale nevyhnal obyvatelů údolí, proto že vozy železné měli.
ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।
20 I dali Kálefovi Hebron, jakož byl mluvil Mojžíš, a vyhnal odtud tři syny Enakovy.
ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
21 Jebuzejského pak, bydlícího v Jeruzalémě, nevyhnali synové Beniamin; protož bydlil Jebuzejský v Jeruzalémě s syny Beniamin až do tohoto dne.
ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।
22 Vytáhla také i čeled Jozefova do Bethel, a Hospodin byl s nimi.
ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍‍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।
23 Nebo shlédla čeled Jozefova Bethel, kteréhožto města jméno prvé bylo Lůza.
ସେତେବେଳେ ଯୋଷେଫ-ବଂଶ ବେଥେଲ୍‍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।
24 Uzřevše pak ti špehéři muže vycházejícího z města, řekli jemu: Medle ukaž nám, kudy bychom mohli vjíti do města, a učinímeť milost.
ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, “ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।”
25 Kterýžto ukázal jim, kudy by mohli vjíti do města; i vyhubili to město mečem, muže pak toho se vší čeledí jeho propustili.
ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।
26 I šel muž ten do země Hetejských, kdež vystavěl město, a nazval jméno jeho Lůza; to jest jméno jeho až do tohoto dne.
ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍‍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
27 Manasses také nevyhnal obyvatelů Betsan a městeček jeho, ani Tanach a městeček jeho, ani obyvatelů Dor a Jibleam, a Mageddo a městeček jejich; i počal Kananejský svobodně bydliti v zemi té.
ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ୍‍ ଓ ତହିଁର ଉପନଗର-ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
28 Když se pak zsilil Izrael, uvedl Kananejského pod plat, a maje jej vyhnati, nevyhnal.
ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।
29 Efraim také nevyhnal Kananejského bydlícího v Gázer, protož bydlil Kananejský u prostřed něho v Gázer.
ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।
30 Zabulon též nevyhnal obyvatelů Cetron, a obyvatelů Naalol, protož bydlil Kananejský u prostřed něho, a dával jemu plat.
ସବୂଲୂନ କିଟ୍ରୋଣ ଓ ନହଲୋଲ୍‍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠିକର୍ମ କଲେ।
31 Asser také nevyhnal obyvatelů Acho a obyvatelů Sidonu, ani Ahalab, ani Achzib, ani Helba, ani Afek, ani Rohob.
ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।
32 I bydlil Asser mezi Kananejskými obyvateli země té, nebo nevyhnal jich.
ମାତ୍ର ଆଶେରୀୟମାନେ ସେହି ଦେଶ ନିବାସୀ କିଣାନୀୟମାନଙ୍କୁ ତଡ଼ି ନ ଦେବାରୁ ସେମାନଙ୍କ ମଧ୍ୟରେ ବାସ କଲେ।
33 Též Neftalím nevyhnal obyvatelů Betsemes, ani obyvatelů Betanat, protož bydlil mezi Kananajeskými přebývajícími v zemi té; a však obyvatelé Betsemes a Betanat dávali jim plat.
ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠିକର୍ମ କଲେ।
34 Ssužovali pak Amorejští syny Dan na horách, tak že nedali jim scházeti do údolí.
ଆଉ ଇମୋରୀୟମାନେ ଦାନ୍-ସନ୍ତାନଗଣକୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ; ଆଉ ତଳିଭୂମିକି ସେମାନଙ୍କୁ ଆସିବାକୁ ଦେଲେ ନାହିଁ।
35 Nebo počal Amorejský svobodně bydliti na hoře Heres, v Aialon a v Salbim, ale když se zsilila ruka čeledi Jozefovy, uvedeni jsou pod plat.
ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନ୍‍ରେ ଓ ଶାଲବୀମ୍‍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠିକର୍ମ କଲେ।
36 Pomezí pak Amorejského bylo od začátku hor Akrabim, od skály jejich i výše.
ପୁଣି ଅକ୍ରବ୍ବୀମ-ଘାଟୀ ଶୈଳଠାରୁ ଆଗକୁ ଇମୋରୀୟମାନଙ୍କ ସୀମା ଥିଲା।

< Sudcov 1 >