< 3 Mojžišova 9 >

1 Stalo se pak dne osmého, povolal Mojžíš Arona a synů jeho i starších Izraelských.
ଏଥିଉତ୍ତାରେ ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,
2 I řekl Aronovi: Vezmi sobě tele k oběti za hřích, a skopce k oběti zápalné, obé bez poškvrny, a obětuj před Hospodinem.
ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।
3 K synům pak Izraelským mluviti budeš, řka: Vezměte kozla k oběti za hřích, a tele a beránka, roční, bez vady, k oběti zápalné,
ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକ ବର୍ଷୀୟ ଓ ନିଖୁନ୍ତ ଥିବେ,
4 Vola také a skopce k oběti pokojné, abyste obětovali před Hospodinem, a obět suchou zadělanou olejem; nebo dnes se vám ukáže Hospodin.
ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳ ମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”
5 Tedy vzali ty věci, kteréž přikázal Mojžíš před stánkem úmluvy, a přistoupivši všecko shromáždění, stáli před Hospodinem.
ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।
6 I řekl Mojžíš: Toto jest ta věc, kterouž přikázal Hospodin. Vykonejtež ji, a ukáže se vám sláva Hospodinova.
ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”
7 Aronovi pak řekl Mojžíš: Přistup k oltáři a obětuj obět za hřích svůj, a obět zápalnou svou k vykonání očištění za sebe i za lid tento; obětuj také obět lidu všeho, a učiň očištění za ně, jakož přikázal Hospodin.
ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରେ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”
8 Přistoupiv tedy Aron k oltáři, zabil tele své k oběti za hřích.
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।
9 I dali mu synové Aronovi krev. Kterýžto omočiv prst svůj ve krvi, pomazal rohů oltáře, ostatek pak krve vylil k spodku oltáře.
ତହୁଁ ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ; ତହିଁରେ ସେ ଆପଣା ଅଙ୍ଗୁଳି ରକ୍ତରେ ଡୁବାଇ ବେଦିର ଶୃଙ୍ଗ ଉପରେ ଦେଲେ ଓ ଅବଶିଷ୍ଟ ରକ୍ତ ବେଦି ମୂଳରେ ଢାଳିଲେ;
10 Ale tuk a ledvinky, i branici s jater té oběti za hřích pálil na oltáři, jakož byl přikázal Hospodin Mojžíšovi.
ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ।
11 Maso pak s kůží spálil vně za stany.
ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।
12 Zabil také obět zápalnou. I podali mu synové Aronovi krve, kterouž pokropil po vrchu oltáře vůkol.
ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।
13 Podali jemu také i oběti zápalné s kusy jejími i hlavy její, a pálil ji na oltáři.
ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ।
14 A vymyv střeva i nohy její, pálil je s obětí zápalnou na oltáři.
ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।
15 Obětoval také obět všeho lidu. A vzav kozla oběti za hřích, kterýž byl všeho lidu, zabil jej a obětoval ho za hřích jako i prvního.
ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;
16 Obětoval též obět zápalnou a učinil ji vedlé obyčeje.
ଏଥିଉତ୍ତାରେ ସେ ହୋମବଳି ଆଣି ବିଧି ଅନୁସାରେ ଉତ୍ସର୍ଗ କଲେ।
17 Tolikéž i obět suchou obětoval, a vzav plnou hrst z ní, pálil to na oltáři, mimo obět zápalnou jitřní.
ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।
18 Zabil ještě i vola a skopce k oběti pokojné, kteráž byla za lid. I podali mu synové Aronovi krve, kterouž pokropil oltáře po vrchu vůkol.
ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;
19 Dali jemu také tuk z vola a z skopce ocas, a tuk přikrývající střeva i ledvinky a branici s jater.
ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,
20 A položili včecken tuk na hrudí; i pálil ten tuk na oltáři.
ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;
21 Hrudí pak a plece pravé obracel sem i tam Aron v obět obracení před Hospodinem, jakož byl přikázal Mojžíšovi.
ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଜଙ୍ଘ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ।
22 Potom Aron pozdvihna rukou svých k lidu, dal jim požehnání, a sstoupil od obětování oběti za hřích a oběti zápalné i oběti pokojné.
ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ।
23 Tedy všel Mojžíš s Aronem do stánku úmluvy; a když vycházeli z něho, požehnání dávali lidu. I ukázala se sláva Hospodinova všemu lidu.
ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।
24 Nebo sstoupil oheň od tváři Hospodina, a spálil na oltáři obět zápalnou i všecken tuk. Což když uzřel veškeren lid, zkřikli a padli na tváři své.
ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।

< 3 Mojžišova 9 >