< Marek 15 >
1 A hned ráno uradivše se přední kněží s staršími a s zákoníky i se vším shromážděním, svázavše Ježíše, vedli jej a dali Pilátovi.
ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।
2 I otázal se ho Pilát: Ty-liž jsi král Židovský? A on odpověděv, řekl jemu: Ty pravíš.
ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”
3 I žalovali na něj přední kněží mnoho. On pak nic neodpovídal.
ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।
4 Tedy Pilát otázal se ho opět, řka: Nic neodpovídáš? Hle, jak mnoho proti tobě svědčí.
ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।
5 Ale Ježíš předce nic neodpověděl, takže se podivil Pilát.
କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।
6 Ve svátek pak propouštíval jim jednoho z vězňů, za kteréhož by prosili.
ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।
7 I byl jeden, kterýž sloul Barabbáš, jenž s svárlivými byl v vězení, kteříž v svadě vraždu byli spáchali.
ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।
8 A zvolav zástup, počal prositi, aby učinil, jakož jim vždycky činíval.
ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ।
9 Pilát pak odpověděl jim, řka: Chcete-li, propustím vám krále Židovského?
ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?
10 (Nebo věděl, že jsou jej z závisti vydali přední kněží.)
କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ।
11 Ale přední kněží ponukli zástupu, aby jim raději propustil Barabbáše.
ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।
12 A Pilát odpověděv, řekl jim zase: Což pak chcete, ať učiním tomu, kteréhož králem Židovským nazýváte?
କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?
13 A oni opět zvolali: Ukřižuj ho.
ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
14 A Pilát pravil jim: I což jest zlého učinil? Oni pak více volali: Ukřižuj ho.
ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
15 Tedy Pilát, chtě lidu dosti učiniti, pustil jim Barabbáše, a dal jim Ježíše ubičovaného, aby byl ukřižován.
ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
16 Žoldnéři pak uvedli jej vnitř do síně, do radného domu, a svolali všecku sběř.
ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।
17 I oblékli jej v šarlat, a korunu spletše z trní, vložili naň.
ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
18 I počali ho pozdravovati, řkouce: Zdráv buď, králi Židovský.
ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।
19 A bili hlavu jeho třtinou, a plvali na něj, a sklánějíce kolena, klaněli se jemu.
ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ।
20 A když se jemu naposmívali, svlékli s něho šarlat, a oblékli jej v roucho jeho vlastní. I vedli jej, aby ho ukřižovali.
ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।
21 I přinutili nějakého Šimona Cyrenenského, pomíjejícího je, (kterýž šel z pole, otce Alexandrova a Rufova, ) aby vzal kříž jeho.
ସେତେବେଳେ ଆଲେକ୍ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।
22 I vedli jej až na místo Golgota, to jest, (vyložil-li by, ) popravné místo.
ଆଉ ସେମାନେ ତାହାଙ୍କୁ ଗଲ୍ଗଥା, ଅର୍ଥାତ୍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ।
23 I dávali mu píti víno s mirrou, ale on nepřijal ho.
ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।
24 A ukřižovavše jej, rozdělili roucha jeho, mecíce o ně los, kdo by co vzíti měl.
ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।
25 A byla hodina třetí, když ho ukřižovali.
ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ।
26 A byl nápis viny jeho napsán těmi slovy: Král Židovský.
ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।
27 Ukřižovali také s ním dva lotry: jednoho na pravici a druhého na levici jeho.
ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।
28 I naplněno jest písmo, řkoucí: A s nepravými počten jest.
[ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ।]
29 A kteříž tudy chodili mimo něj, rouhali se jemu, potřásajíce hlavami svými, a říkajíce: Hahá, kterýž rušíš chrám Boží, a ve třech dnech jej zase vzděláváš,
ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
30 Spomoz sobě samému, a sstup s kříže.
କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର।
31 Též i přední kněží posmívajíce se, jeden k druhému s zákoníky pravili: Jinýmť jest pomáhal, sám sobě pomoci nemůže.
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ।
32 Kristus král Izraelský, nechažť nyní sstoupí s kříže, ať uzříme a uvěříme. A i ti, kteříž s ním ukřižováni byli, útržku mu činili.
ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
33 A když byla hodina šestá, stala se tma po vší zemi až do hodiny deváté.
ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
34 A v hodinu devátou zvolal Ježíš hlasem velikým, řka: Elói, Elói, lama zabachtani? jenž se vykládá: Bože můj, Bože můj, pročs mne opustil?
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ?” ଅର୍ଥାତ୍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?”
35 A někteří z okolo stojících, slyševše to, pravili: Hle, Eliáše volá.
ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଅଛି।
36 A běžev jeden, naplnil houbu octem a vloživ na tresť, dával jemu píti, řka: Ponechte, uzříme, přijde-li Eliáš, aby jej složil.
ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା।
37 Ježíš pak zvolav hlasem velikým, pustil duši.
କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ।
38 A opona v chrámě roztrhla se na dvé, od vrchu až dolů.
ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।
39 Viděv pak to centurio, kterýž naproti stál, že tak volaje, vypustil duši, řekl: Jistě člověk tento Syn Boží byl.
ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।
40 Byly pak tu i ženy, zdaleka se dívajíce, mezi nimiž byla Maria Magdaléna, a Maria Jakuba menšího, a Jozesova mátě, a Salome.
କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;
41 Kteréž, když ještě byl v Galilei, chodily za ním a posluhovaly jemu, i jiné mnohé, kteréž byly s ním vstoupily do Jeruzaléma.
ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ।
42 A když již byl večer, (že byl den připravování, to jest před sobotou, )
ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
43 Přišed Jozef z Arimatie, počestná osoba úřadná, kterýž také očekával království Božího, směle všel ku Pilátovi a prosil za tělo Ježíšovo.
ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।
44 Pilát pak podivil se, již-li by umřel. A povolav centuriona, otázal se ho, dávno-li je umřel.
କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?
45 A zvěděv od centuriona, dal tělo Jozefovi.
ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ।
46 A Jozef koupiv plátna, a složiv ho s kříže, obvinul v plátno, i položil do hrobu, kterýž byl vytesán z skály, a přivalil kámen ke dveřům hrobovým.
ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ।
47 Ale Maria Magdaléna a Maria Jozesova dívaly se, kde by byl položen.
ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ।