< Micheáš 3 >

1 Protož pravím: Slyštež již přední v Jákobovi, a vůdcové domu Izraelského: Zdaliž vy nemáte povědomi býti soudu?
ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?
2 Nenávidí dobrého a milují zlé, sdírají s lidu kůži jejich, a maso jejich s kostí jejich.
ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;
3 A jedí maso lidu mého, a kůži jejich s nich svláčejí, i kosti jejich rozlamují, a rozdělují jako do hrnce, a jako maso do kotlíku.
ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ।
4 Tehdy volati budou k Hospodinu, a nevyslyší jich, ale skryje tvář svou před nimi v ten čas, tak jakž oni vykonávali zlá předsevzetí svá.
ସେହି ସମୟରେ ସେମାନେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରିବେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେବେ ନାହିଁ; ବରଞ୍ଚ ସେମାନଙ୍କର ଦୁଷ୍କ୍ରିୟାନୁସାରେ ସେ ସେହି ସମୟରେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବେ।
5 Takto praví Hospodin o těch prorocích, kteříž v blud uvodí lid můj, a hryzouce zuby svými, vyhlašují pokoj, a proti tomu, kdož by jim nic do úst nedal, válku vyzdvihují.
ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
6 A protož obrátí se vám vidění v noc, a předpovídání vaše v tmu; nebo zajde slunce těm prorokům, a zatmí se jim den.
ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍‍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।
7 I budou se hanbiti ti vidoucí, a styděti ti věštci, a zastrou bradu svou všickni napořád, proto že nebude žádné odpovědi Boží.
ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍‍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।
8 Ale já naplněn jsem silou Ducha Hospodinova, a soudem i udatností, abych oznámil Jákobovi zpronevěření jeho, a Izraelovi hřích jeho.
ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।
9 Slyštež již toto přední v domě Jákobově, a vůdcové domu Izraelského, kteříž v ošklivosti mají soud, a cožkoli jest pravého, převracejí:
ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
10 Každý vzdělává Sion vraždami, a Jeruzalém nepravostí.
ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।
11 Jehož přední podlé darů soudí, a kněží jeho ze mzdy učí, a proroci jeho z peněz hádají, a však na Hospodina zpoléhají, říkajíce: Zdaliž Hospodina není u prostřed nás? Nepřijdeť na nás nic zlého.
ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”
12 A protož vaší příčinou Sion jako pole orán bude, a Jeruzalém v hromady obrácen bude, a hora domu toho v vysoké lesy.
ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।

< Micheáš 3 >