< Žalmy 147 >

1 Chvalte Hospodina, nebo dobré jest zpívati žalmy Bohu našemu, nebo rozkošné jest, a ozdobná jest chvála.
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।
2 Stavitel Jeruzaléma Hospodin, rozptýlený lid Izraelský shromažďuje,
ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।
3 Kterýž uzdravuje skroušené srdcem, a uvazuje bolesti jejich,
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
4 Kterýž sčítá počet hvězd, a každé z nich ze jména povolává.
ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।
5 Velikýť jest Pán náš, a nesmírný v síle; rozumnosti jeho není počtu.
ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
6 Pozdvihuje pokorných Hospodin, ale bezbožné snižuje až k zemi.
ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।
7 Zpívejte Hospodinu s díkčiněním, zpívejte žalmy Bohu našemu na citaře,
ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;
8 Kterýž zastírá nebesa hustými oblaky, nastrojuje zemi déšť, a vyvodí trávu na horách.
ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
9 Kterýž dává hovadům potravu jejich, i mladým krkavcům, kteříž volají k němu.
ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।
10 Nemáť v síle koně zalíbení, aniž se kochá v lejtkách muže udatného.
ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି।
11 Líbost má Hospodin v těch, kteříž se ho bojí, a kteříž doufají v milosrdenství jeho.
ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।
12 Chval, Jeruzaléme, Hospodina, chval Boha svého, Sione.
ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର;
13 Nebo on utvrzuje závory bran tvých, požehnání udílí synům tvým u prostřed tebe.
କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।
14 On působí v končinách tvých pokoj, a bělí pšeničnou nasycuje tě.
ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।
15 On když vysílá na zemi rozkaz svůj, velmi rychle k vykonání běží slovo jeho.
ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।
16 Onť dává sníh jako vlnu, jíním jako popelem posýpá.
ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି।
17 Hází ledem svým jako skyvami; před zimou jeho kdo ostojí?
ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ?
18 Vysílaje slovo své, rozpouští je; hned jakž povane větrem svým, anť tekou vody.
ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ।
19 Zvěstuje slovo své Jákobovi, ustanovení svá a soudy své Izraelovi.
ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।
20 Neučinilť tak žádnému národu, a protož soudů jeho nepoznali. Halelujah.
ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< Žalmy 147 >