< Žalmy 96 >

1 Zpívejte Hospodinu píseň novou, zpívej Hospodinu všecka země.
ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
2 Zpívejte Hospodinu, dobrořečte jménu jeho, zvěstujte den po dni spasení jeho.
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର।
3 Vypravujte mezi národy slávu jeho, mezi všemi lidmi divy jeho.
ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
4 Nebo veliký Hospodin, a vší chvály hodný, i hrozný jest nade všecky bohy.
କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।
5 Všickni zajisté bohové národů jsou modly, ale Hospodin nebesa učinil.
କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
6 Sláva a důstojnost před ním, síla i okrasa v svatyni jeho.
ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।
7 Vzdejte Hospodinu čeledi národů, vzdejte Hospodinu čest i moc.
ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
8 Vzdejte Hospodinu čest jména jeho, přineste dary, a vejděte do síňcí jeho.
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।
9 Sklánějte se Hospodinu v okrase svatoti, boj se oblíčeje jeho všecka země.
ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।
10 Rcete mezi pohany: Hospodin kraluje, a že i okršlek zemský upevněn bude, tak aby se nepohnul, a že souditi bude lidi spravedlivě.
“ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।”
11 Rozveseltež se nebesa, a plésej země, zvuč moře, i což v něm jest.
ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
12 Plésej pole a vše, což na něm, tehdáž ať prozpěvuje všecko dříví lesní,
କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
13 Před tváří Hospodina; neboť se béře, béře se zajisté, aby soudil zemi. Budeť souditi okršlek světa v spravedlnosti, a národy v pravdě své.
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।

< Žalmy 96 >