< Sofoniáš 3 >

1 Běda městu tomuto hltavému a poškvrněnému a utiskujícímu.
ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।
2 Neposlouchá hlasu, aniž přijímá kázně; v Hospodina nedoufá, k Bohu svému nepřibližuje se.
ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ।
3 Knížata jeho jsou u prostřed něho lvové řvoucí, soudcové jeho vlci večerní, nehryzou kostí až do rána.
ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।
4 Proroci jeho kvapní, muži velmi nešlechetní; kněží jeho poškvrňují věci svaté, natahují zákona.
ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।
5 Hospodin spravedlivý u prostřed něho jest, nelibuje nepravosti, každého dne soud svůj vynáší na světlo bez přestání, a však nešlechetník neumí se styděti.
ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।
6 Vyplénil jsem národy, zpustli zámkové jejich, v pustinu obrátil jsem ulice jejich, tak že žádný přes ně nechodí; zpustla města jejich, tak že není člověka, není žádného obyvatele.
ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ।
7 Řekl jsem: Jistotně báti se mne budeš, přijmeš kázeň, aby nebyl vypléněn příbytek tvůj tím, čím jsem tě navštíviti chtěl. Ale ráno vstanouce, porušují všecky snažnosti své.
ଆମ୍ଭେ କହିଲୁ, “ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।”
8 Protož očekávejtež na mne, praví Hospodin, do dne toho, v kterémž povstanu k loupeži. Nebo soud můj jest, abych sebral národy, shromáždil království, abych vylil na ně rozhněvání své a všecku prchlivost hněvu svého; ohněm zajisté horlivosti mé sehlcena bude všecka tato země.
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
9 Tehdáž zajisté způsobím národům rty čisté, jimiž by vzývali všickni jméno Hospodinovo, a sloužili jemu jedním ramenem.
ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକ ମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।
10 Ti, kteříž jsou za řekami Mouřenínské země, koříce se mi, se dcerou rozptýlených mých dary mi přinesou.
ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।
11 V ten den nebudeš se hanbiti za žádné skutky své, jichž jsi se dopustil proti mně; nebo tehdáž odejmu z prostředku tvého ty, kteříž pléší v důstojnosti tvé, a nebudeš se více vyvyšovati na hoře svatosti mé.
ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।
12 A pozůstavím u prostřed tebe lid chudý a nuzný, i budou doufati ve jménu Hospodinovu.
ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।
13 Ostatkové Izraele neučiní nepravosti, aniž mluviti budou lži, aniž se nalezne v ústech jejich jazyk lstivý, ale pásti se budou a odpočívati, a nebude žádného, kdo by je přestrašil.
ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।”
14 Prozpěvuj, dcero Sionská, prokřikujte, Izraelští, vesel se a plésej vším srdcem, dcero Jeruzalémská,
ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
15 Že odjal Hospodin soudy tvé, odklidil nepřítele tvého. Král Izraelský Hospodin jest u prostřed tebe, nebudeš se báti více zlého.
ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।
16 V ten den bude řečeno Jeruzalému: Neboj se, a Sionu: Nechť nemdlejí ruce tvé.
ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; “ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ।
17 Hospodin Bůh tvůj u prostřed tebe mocný zachová tě, radovati se bude z tebe velice, přestane na milování svém tebe, plésati bude nad tebou s prozpěvováním, řka:
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
18 Toužící po Jeruzalému zase sberu, z tebeť jsou, bolestící pro břímě pohanění vzložené na tebe.
ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।
19 Aj, já konec učiním všechněm, kteříž tě trápiti budou v ten čas, a zachovám kulhavou, a zahnanou shromáždím; nýbrž způsobím jim chválu a jméno po vší zemi, v níž pohanění nesli.
ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।
20 V ten čas přivedu vás, v ten čas, pravím, shromáždím vás; nebo dám vám jméno a chválu mezi všemi národy země, když zase přivedu zajaté vaše před očima vašima, dí Hospodin.
ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା,” ଏହା ସଦାପ୍ରଭୁ କହନ୍ତି।

< Sofoniáš 3 >