< Første Kongebog 7 >
1 Men Salomo byggede paa sit eget Hus tretten Aar og fuldendte hele sit Hus.
ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।
2 Og han byggede Libanons Skovhus, hundrede Alen var dets Længde og halvtredsindstyve Alen dets Bredde og tredive Alen dets Højde, paa fire Rader Cedersøjler og udhugne Cederbjælker paa Søjlerne.
କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।
3 Og det var tækket med Ceder oventil over Bjælkerne, som hvilede paa fem og fyrretyve Søjler, femten i hver Rad.
ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।
4 Og der var Stokværk i tre Rader, og Vindue over for Vindue tre Gange.
ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
5 Og alle Døre og Dørstolper vare firkantede, af Tømmerværk, og der var Vindue over for Vindue tre Gange.
ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
6 Og han gjorde Søjlehallen, halvtredsindstyve Alen var dens Længde og tredive Alen dens Bredde, og en Forhal foran den med Søjler og Opgangstrin foran den.
ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।
7 Han gjorde ogsaa en Tronhal, hvor han vilde dømme, en Retshal, og den var beklædt med Ceder paa Gulvet fra den ene Ende til den anden.
ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।
8 Og i hans Hus, hvori han boede, var en anden Forgaard inden for Forhallen, den var gjort efter den samme Vis; han gjorde ogsaa et Hus til Faraos Datter, som Salomo havde taget til Hustru, ligesom denne Forhal.
ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।
9 Alt dette var af kostbare Stene, hugne Stene efter Maal, savede med Save indadtil og udadtil, og det fra Grunden indtil Lejderne, ogsaa udadtil indtil den store Forgaard.
ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା।
10 Grunden var ogsaa lagt af kostbare Stene, af store Stene, af Stene paa ti Alen og Stene paa otte Alen.
ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।
11 Og oventil vare kostbare Stene, hugne Stene efter Maal, og Ceder.
ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।
12 Men den store Forgaard trindt omkring var af tre Rader hugne Stene og en Rad udhugne Cederbjælker; saaledes var og Herrens Huses inderste Forgaard og Forhallen ved Huset.
ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।
13 Og Kong Salomo sendte hen og lod hente Hiram fra Tyrus.
ଏଥିଉତ୍ତାରେ ଶଲୋମନ ରାଜା ଲୋକ ପଠାଇ ହୂରମ୍କୁ ସୋରରୁ ଅଣାଇଲେ।
14 Han var en Enkes Søn af Nafthalis Stamme, og hans Fader havde været en Mand fra Tyrus, en Kobbersmed; og han var opfyldt med Visdom og Forstand og Kundskab til at gøre alle Haande Gerning af Kobber, og han kom til Kong Salomo og udførte alt hans Arbejde.
ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।
15 Og han dannede to Kobberstøtter, atten Alen var Højden af den ene Støtte, og en Traad paa tolv Alen gik omkring den anden Støtte.
ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା।
16 Og han gjorde to Kroner til at sætte oven paa Støtternes Hoveder, støbte af Kobber; Højden af den ene Krone var fem Alen, og Højden af den anden Krone var fem Alen.
ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।
17 Der var et Net, gjort som en Fletning, og Snore, gjorte som Kæder, om Kronerne, som vare paa Støtternes Hoveder, syv om den ene Krone og syv om den anden Krone.
ସ୍ତମ୍ଭ-ମଥାନର ସେହି ମୁଣ୍ଡାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ଡାଳି ପାଇଁ ସାତ ଓ ଅନ୍ୟ ମୁଣ୍ଡାଳି ପାଇଁ ସାତ।
18 Og han gjorde Støtterne; og der var to Rader rundt omkring ved det ene Net til at dække Kronerne, som vare oven over Granatæblerne; saaledes gjorde han og paa den anden Krone.
ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।
19 Og Kronerne, som vare paa Støtternes Hoveder, vare gjorte som en Lillie, ved Forhallen, fire Alen.
ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।
20 Og Kroner vare paa de to Støtter, ja tæt oven for Bugningen, som var oven over Nettet; og der var to Hundrede Granatæbler i to Rader rundt omkring ved den anden Krone.
ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।
21 Og han oprejste Støtterne ved Templets Forhal, og han oprejste den højre Støtte og kaldte dens Navn Jakin, og han oprejste den venstre Støtte og kaldte dens Navn Boas.
ଆହୁରି ସେ ମନ୍ଦିରର ବାରଣ୍ଡାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍ (ତହିଁରେ ବଳ) ଦେଲା।
22 Og paa Støtternes Hoveder var der gjort som en Lillie; saa blev Arbejdet med Støtterne fuldendt.
ପୁଣି, ସେହି ସ୍ତମ୍ଭ-ମଥାନ ଉପରେ କଇଁଫୁଲ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।
23 Og han gjorde et støbt Hav; det var ti Alen fra den ene Rand til den anden Rand og var rundt trindt omkring, og fem Alen var dets Højde, og en Snor tredive Alen lang gik om det trindt omkring.
ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।
24 Og der var Knapper rundt omkring under Randen derpaa, og de gik trindt omkring det, ti paa hver Alen, og de omgave Havet trindt omkring; der var to Rader Knapper, som vare støbte i een Støbning med det selv.
ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।
25 Det stod paa tolv Okser, tre vare vendte mod Norden, og tre vare vendte mod Vesten, og tre vare vendte mod Sønden, og tre vare vendte mod Østen, og oven paa dem stod Havet, og deres Bagdele vare alle indad.
ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା।
26 Og Tykkelsen derpaa var en Haandbred, og Randen derpaa var gjort som Randen paa et Bæger, ligesom et Lillieblomster; det kunde holde to Tusinde Bath.
ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।
27 Han gjorde ogsaa ti Kobberstole; Længden paa hver Stol var fire Alen og dens Bredde fire Alen og dens Højde tre Alen.
ପୁଣି, ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ, ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା।
28 Og hver Stol var gjort saaledes: De havde Fyldinger, ja Fyldinger imellem Listerne.
ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହି ସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;
29 Og paa Fyldingerne, som vare imellem Listerne, var der Løver, Okser og Keruber, og over Listerne var der en fast Fod oventil, og neden for Løverne og Okserne var der Løvværk af nedhængende Arbejde.
ପୁଣି, ବିଟର ମଧ୍ୟବର୍ତ୍ତା ସେହି ସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
30 Og hver Stol havde fire Kobberhjul med Kobberaksler, og de fire Ben derpaa havde Skulderstykker; neden under Kedelen vare Skulderstykkerne støbte til; over for hvert var der Løvværk.
ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରି କୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହି ସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।
31 Og Mundingen derpaa inden for Krandsen og opad var en Alen høj, og Mundingen i denne var rund, gjort som et Fodstykke, halvanden Alen vid, og der var ogsaa om dens Munding alle Haande udskaaret Arbejde, og Fyldingerne derpaa vare firkantede, ikke runde.
ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନ ହୋଇ ଚତୁଷ୍କୋଣ ଥିଲା।
32 Og de fire Hjul vare neden under Fyldingerne, og de Stykker, som grebe om Hjulakslerne, vare gjorte faste til Stolen, og hvert Hjuls Højde var halvanden Alen.
ପୁଣି, ମଧ୍ୟଦେଶ ତଳେ ଚାରି ଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।
33 Og Hjulene vare gjorte, som Vognhjul gøres; de Stykker, som grebe om Akslerne, og deres Fælger og deres Eger og deres Nav vare alle støbte.
ଆଉ ସେହି ସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା।
34 Og der vare fire Skulderstykker paa hver Stols fire Hjørner; ud fra Stolen gik dens Skulderstykker frem.
ପୁଣି, ପ୍ରତ୍ୟେକ ବଇଠିକିର ଚାରି କୋଣରେ ଚାରି ଅବଲମ୍ବନ ଥିଲା, ସେହି ଅବଲମ୍ବନ ବଇଠିକି ଦେହରେ ନିର୍ମିତ ଥିଲା।
35 Og paa Overstykket af Stolen var der i en halv Alens Højde en Runding trindt omkring; og paa Overstykket af Stolen vare dens Haandgreb og dens Fyldinger ud af eet med den.
ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।
36 Og han lod udgrave paa Fladerne af dens Haandgreb og paa dens Fyldinger Keruber, Løver og Palmer, hvor der var bart paa enhver, og Løvværk trindt omkring.
ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।
37 Saaledes gjorde han de ti Stole, der var een Støbning, eet Maal, een Udgravning for dem alle sammen.
ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା।
38 Og han gjorde ti Kobberkedler, hver Kedel kunde holde 40 Bath, hver Kedel var fire Alen, der var en Kedel paa hver Stol af de ti Stole.
ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।
39 Og han satte de fem Stole ved Siden af Huset paa den højre Side og fem ved Siden af Huset paa den venstre Side deraf; men Havet satte han paa den højre Side af Huset mod Sydøst.
ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବ ଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।
40 Og Hiram gjorde Kedlerne og Ildskufferne og Skaalene, og Hiram blev færdig med alt Arbejdet, som han gjorde for Kong Salomo til Herrens Hus:
ପୁଣି, ହୂରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା;
41 De to Støtter og de runde Kroner, som vare paa Hovedet af de to Støtter, og de to Net til at dække de to runde Kroner, som vare paa Hovedet af Støtterne;
ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ;
42 og de fire Hundrede Granatæbler til de to Net; to Rader Granatæbler til ethvert Net for at dække de tvende runde Kroner, som vare oven paa Støtterne;
ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;
43 og de ti Stole og de ti Kedler oven paa Stolene;
ଆଉ, ଦଶ ବଇଠିକି ଓ ସେହି ସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,
44 og det ene Hav og de tolv Okser under Havet;
ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ରପାତ୍ର ତଳେ ବାର ଗୋରୁ,
45 og Gryderne og Ildskufferne og Skaalene. Og alle de Kar, som Hiram gjorde for Kong Salomo til Herrens Hus, vare af poleret Kobber.
ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା।
46 Paa Jordanens Slette lod Kongen dem støbe, i den faste Jord, imellem Sukot og Zarthan.
ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।
47 Og Salomo lod alle Karrene være uvejede for den saare store Mængdes Skyld; Kobberets Vægt blev ikke undersøgt.
ଆଉ, ଅତ୍ୟନ୍ତ ବାହୁଲ୍ୟ ହେତୁ ଶଲୋମନ ସେହି ସବୁ ପାତ୍ର ତୌଲ କଲେ ନାହିଁ; ପିତ୍ତଳର ଓଜନ ଜଣାଗଲା ନାହିଁ।
48 Og Salomo lod gøre alle Redskaberne, som hørte til Herrens Hus, nemlig Guldalteret og Bordet, som Skuebrødene vare paa, af Guld,
ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;
49 og de fem Lysestager paa den højre Side og de fem paa den venstre Side lige for Koret, af fint Guld, og Blomsterne og Lamperne og Saksene af Guld,
ପୁଣି, ମହାପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,
50 og Bækkenerne og Knivene og Skaalene og Røgelseskaalene og Ildkarrene af fint Guld; og Hængslerne til Dørene i Huset indentil i det allerhelligste og til Husets Døre i Templet af Guld.
ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍ଜା କଲେ।
51 Saa blev alt Arbejdet færdigt, som Kong Salomo gjorde til Herrens Hus; og Salomo førte de Ting, som hans Fader David havde helliget, derind, nemlig Sølvet og Guldet og Karrene, og han lagde det i Herrens Huses Skatkammer.
ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍, ରୂପା, ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ଡାରରେ ରଖିଲେ।