< 1 Samuel 18 >

1 Og det skete, der han havde holdt op med at tale til Saul, da blev Jonathans Sjæl bunden til Davids Sjæl, og Jonathan elskede ham som sin egen Sjæl.
ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।
2 Og Saul tog ham paa den Dag til sig og tilstedte ham ikke at komme tilbage til hans Faders Hus.
ପୁଣି, ଶାଉଲ ସେହି ଦିନ ତାଙ୍କୁ ଗ୍ରହଣ କରି ତାଙ୍କର ପିତୃଗୃହକୁ ଆଉ ଯିବାକୁ ଦେଲେ ନାହିଁ।
3 Og Jonathan og David gjorde en Pagt, fordi han elskede ham som sin egen Sjæl.
ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।
4 Og Jonathan førte sig af Kappen, som han havde over sig, og gav David den og sine Klæder, ja endog sit Sværd og sin Bue og sit Bælte.
ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।
5 Og David drog ud, hvorhen Saul sendte ham, og handlede klogeligen; og Saul satte ham over Krigsmændene, og han var godt lidt af hele Folket, endogsaa af Sauls Tjenere.
ଆଉ ଶାଉଲ ଦାଉଦଙ୍କୁ ଯେକୌଣସି ସ୍ଥାନକୁ ପଠାନ୍ତି, ସେ ସେଠାକୁ ଯାଇ ବୁଦ୍ଧିରେ କାର୍ଯ୍ୟ କରନ୍ତି, ଏହେତୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ସମସ୍ତ ଲୋକଙ୍କ ଦୃଷ୍ଟିରେ ଓ ଶାଉଲଙ୍କ ଦାସମାନଙ୍କ ଦୃଷ୍ଟିରେ ମଧ୍ୟ ଉତ୍ତମ ଦେଖାଗଲା।
6 Men det hændte sig, der de kom, da David vendte tilbage fra Kampen med Filisterne, at Kvinderne af alle Israels Stæder gik ud med Sang og Dans imod Kong Saul, med Tromme, med Glæde og med Strengeleg.
ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ୱନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ।
7 Og Kvinderne sang mod hverandre og legede og sagde: Saul har slaget sine tusinde, og David sine ti Tusinde.
ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: “ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।”
8 Da optændtes Sauls Vrede saare, og dette Ord var ondt for hans Øjne, og han sagde: De gave David ti Tusinde og mig gave de tusinde, og fremdeles vil Riget sandelig blive hans.
ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି?”
9 Og Saul saa skævt til David fra den Dag og derefter.
ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।
10 Og det skete den næste Dag, at den onde Aand fra Gud kom heftig over Saul, og han rasede i Huset; men David legede med sin Haand som hver Dag, og Saul havde et Spyd i Haanden.
ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।
11 Og Saul kastede Spydet og sagde: Jeg vil stikke det igennem David ind i Væggen; men David vendte sig to Gange om fra ham.
ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, “ମୁଁ ଦାଉଦଙ୍କୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇ ଥର ଘୁଞ୍ଚିଗଲେ।
12 Og Saul frygtede for David; thi Herren var med ham, men han var veget fra Saul.
ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।
13 Da fjernede Saul ham fra sig og satte ham for sig til en Høvedsmand over tusinde; og han drog ud og drog ind for Folkets Ansigt.
ଏହେତୁ ଶାଉଲ ଆପଣା ନିକଟରୁ ତାଙ୍କୁ ଅନ୍ତର କରି ତାଙ୍କୁ ସହସ୍ର ଉପରେ ଆପଣାର ସେନାପତି କଲେ; ଆଉ ସେ ଲୋକମାନଙ୍କ ସମ୍ମୁଖରେ ଗତାୟାତ କଲେ।
14 Og David handlede klogeligen paa alle sine Veje, og Herren var med ham.
ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।
15 Og der Saul saa, at han handlede saare klogeligen, da gruede han for hans Ansigt.
ପୁଣି, ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ।
16 Men al Israel og Juda elskede David; thi han drog ud og drog ind for deres Ansigt.
ମାତ୍ର ସମସ୍ତ ଇସ୍ରାଏଲ ଓ ଯିହୁଦା ଦାଉଦଙ୍କୁ ପ୍ରେମ କଲେ; କାରଣ ସେ ସେମାନଙ୍କ ସମ୍ମୁଖରେ ଗତାୟାତ କଲେ।
17 Og Saul sagde til David: Se, min ældste Datter Merab, hende vil jeg give dig til Hustru, vær ikkun en duelig Mand for mig og strid Herrens Krige; thi Saul sagde: Min Haand skal ikke være paa ham, men Filisternes Haand skal være paa ham.
ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, “ମେରବ୍‍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର।” ଶାଉଲ ମନେ କଲେ, “ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।”
18 Og David sagde til Saul: Hvo er jeg, og hvad er mit Liv, ja min Faders Slægt i Israel, at jeg skulde blive Kongens Svigersøn?
ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି?”
19 Og det skete, der Tiden kom, at Merab, Sauls Datter, skulde gives David, da blev hun given Meholathiteren Adriel til Hustru.
ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍‍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।
20 Men Mikal, Sauls Datter, elskede David, og de gave Saul det til Kende, og den Sag var ret for hans Øjne.
ପୁଣି, ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେ କଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା।
21 Og Saul sagde: Jeg vil give ham hende, at hun skal vorde ham til en Snare, og Filisternes Haand være over ham; da sagde Saul til David: Ved den anden skal du i Dag blive besvogret med mig.
ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଆଜି ଦ୍ୱିତୀୟ ଥର ମୋର ଜୁଆଁଇ ହେବ।”
22 Og Saul bød sine Tjenere: Taler hemmeligt med David og siger: Se, Kongen har Behag i dig, og alle hans Tjenere elske dig, bliv derfor nu Kongens Svigersøn!
ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ‘ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।’”
23 Og Sauls Tjenere talede disse Ord for Davids Øren, og David sagde: Er det en ringe Ting i eders Øjne at blive Kongens Svigersøn, og jeg er en fattig og ringe Mand?
ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, “ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।”
24 Og Sauls Tjenere gave ham det til Kende og sagde: Saadanne Ord talede David.
ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ।
25 Da sagde Saul: Saaledes skulle I sige til David: Kongen har ingen Lyst til Morgengave, men til Forhuden af hundrede Filister, for at hævne sig paa Kongens Fjender; thi Saul tænkte, at han vilde lade David falde for Filisternes Haand.
ତହିଁରେ ଶାଉଲ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ‘ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ଚାହାନ୍ତି।’” ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।
26 Da sagde hans Tjenere disse Ord til David, og denne Sag var ret for Davids Øjne, at han skulde vorde Kongens Svigersøn, men Dagene vare endnu ikke udløbne.
ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା।
27 Da gjorde David sig rede og drog hen, han og hans Mænd, og slog iblandt Filisterne to Hundrede Mænd, og David bragte deres Forhud, og de fyldestgjorde Kongen med dem, for at han kunde blive Kongens Svigersøn; saa gav Saul ham Mikal, sin Datter, til Hustru.
ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ।
28 Og Saul saa og vidste, at Herren var med David, og Mikal, Sauls Datter, elskede ham.
ଆଉ ସଦାପ୍ରଭୁ ଦାଉଦଙ୍କର ସଙ୍ଗରେ ଅଛନ୍ତି; ଏହା ଶାଉଲ ଦେଖିଲେ ଓ ଜାଣିଲେ; ମଧ୍ୟ ଶାଉଲଙ୍କର କନ୍ୟା ମୀଖଲ ତାଙ୍କୁ ପ୍ରେମ କଲା।
29 Da blev Saul ved ydermere at frygte for Davids Ansigt, og Saul var Davids Fjende alle Dage.
ଏହେତୁ ଶାଉଲ ଦାଉଦଙ୍କର ବିଷୟରେ ଅଧିକ ଭୀତ ହେଲେ; ଆଉ ଶାଉଲ ସର୍ବଦା ଦାଉଦଙ୍କର ଶତ୍ରୁ ହେଲେ।
30 Og Filisternes Høvedsmænd droge ud, og det skete, naar de droge ud, handlede David klogere end alle Sauls Tjenere, og hans Navn var saare højt agtet.
ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି, ସେମାନେ ଯେତେ ଥର ବାହାରିଲେ, ସେତେଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା।

< 1 Samuel 18 >