< 1 Tessalonikerne 5 >

1 Men om Tid og Time, Brødre! have I ikke nødig, at der skrives til eder;
କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,
2 thi I vide selv grant, at Herrens Dag kommer som en Tyv om Natten.
କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।
3 Naar de sige: „Fred og ingen Fare!‟ da kommer Undergang pludselig over dem ligesom Veerne over den frugtsommelige, og de skulle ingenlunde undfly.
ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।
4 Men I, Brødre! I ere ikke i Mørke, saa at Dagen skulde overraske eder som en Tyv.
କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
5 Thi I ere alle Lysets Børn og Dagens Børn, vi ere ikke Nattens eller Mørkets Børn.
କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;
6 Saa lader os da ikke sove ligesom de andre, men lader os vaage og være ædrue!
ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା।
7 Thi de, som sove, sove om Natten, og de, som beruse sig, ere berusede om Natten.
ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି।
8 Men da vi høre Dagen til, saa lader os være ædrue, iførte Troens og Kærlighedens Panser og Frelsens Haab som Hjelm!
କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।
9 Thi Gud bestemte os ikke til Vrede, men til at vinde Frelse ved vor Herre Jesus Kristus,
କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି।
10 som døde for os, for at vi, hvad enten vi vaage eller sove, skulle leve sammen med ham.
ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ।
11 Formaner derfor hverandre og opbygger den ene den anden, ligesom I ogsaa gøre.
ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
12 Men vi bede eder, Brødre! at I skønne paa dem, som arbejde iblandt eder og ere eders Forstandere i Herren og paaminde eder.
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
13 og agte dem højlig i Kærlighed for deres Gernings Skyld. Holder Fred med hverandre!
ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।
14 Og vi formane eder, Brødre! paaminder de uskikkelige, trøster de modfaldne, tager eder af de skrøbelige, værer langmodige imod alle!
ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
15 Ser til, at ingen gengælder nogen ondt med ondt; men stræber altid efter det gode, baade imod hverandre og imod alle.
ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।
16 Værer altid glade,
ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;
17 beder uafladelig,
ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
18 takker i alle Forhold; thi dette er Guds Villie med eder i Kristus Jesus.
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
19 Udslukker ikke Aanden,
ପବିତ୍ର ଆତ୍ମାଙ୍କୁ ନିର୍ବାଣ ନ କର;
20 ringeagter ikke Profetier,
ଭାବବାଣୀ ତୁଚ୍ଛ କର ନାହିଁ;
21 prøver alt, beholder det gode!
ବରଂ ସମସ୍ତ ବିଷୟ ପରୀକ୍ଷା କର;
22 Holder eder fra det onde under alle Skikkelser!
ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।
23 Men han selv, Fredens Gud, helliggøre eder ganske og aldeles, og gid eders Aand og Sjæl og Legeme maa bevares helt og holdent, uden Dadel i vor Herres Jesu Kristi Tilkommelse!
ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
24 Trofast er han, som kaldte eder, han skal ogsaa gøre det.
ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ।
25 Brødre! beder for os!
ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର।
26 Hilser alle Brødrene med et helligt Kys!
ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର।
27 Jeg besværger eder ved Herren, at dette Brev maa blive oplæst for alle de hellige Brødre.
ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି।
28 Vor Herres Jesu Kristi Naade være med eder!
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

< 1 Tessalonikerne 5 >