< Jeremias 28 >
1 Og det skete i dette Aar, i Begyndelsen af Judas Konge Zedekias's Regering, i det fjerde Aar, i den femte Maaned, at Profeten Hananias, Assurs Søn, som var fra Gibeon, sagde saaledes til mig i Herrens Hus, for Præsterne og alt Folkets Øjne:
ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,
2 Saa siger den Herre Zebaoth, Israels Gud: Jeg har sønderbrudt Kongen af Babels Aag.
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।
3 Inden et Par Aars Tid er omme, vil jeg føre tilbage til dette Sted alle Herrens Hus's Kar, som Nebukadnezar, Kongen af Babel, tog fra dette Sted og førte til Babel.
ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।
4 Og Jekonias, Jojakims Søn, Judas Konge og alle bortførte af Juda, som ere komne til Babel, vil jeg føre tilbage til dette Sted, siger Herren; thi jeg vil sønderbryde Kongen af Babels Aag.
ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”
5 Og Profeten Jeremias sagde til Profeten Hananias for Præsternes Øjne og for alt Folkets Øjne, medens de stode i Herrens Hus,
ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ,
6 ja, Profeten Jeremias sagde: Amen! Herren gøre saa, Herren stadfæste dine Ord, som du har spaaet om, at han vil lade Herrens Hus's Kar og alle bortførte komme tilbage fra Babel til dette Sted!
ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, “ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।
7 Men hør kun dette Ord, som jeg taler for dine Øren og for alt Folkets Øren:
ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।
8 Profeterne, som have været før mig og før dig af fordums Tid, spaaede imod mange Lande og imod store Riger om Krig og om Ulykke og om Pest.
ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛନ୍ତି।
9 Men naar Profeten spaar om Fred, saa vil han, naar Profetens Ord gaar i Opfyldelse, erkendes som den Profet, Herren i Sandhed har sendt.
ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇଅଛନ୍ତି ବୋଲି ଜଣା ପଡ଼େ।”
10 Da tog Profeten Hananias Aaget af Profeten Jeremias's Hals og sønderbrød det.
ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ିନେଇ ତାହା ଭାଙ୍ଗି ପକାଇଲା।
11 Og Hananias sagde saaledes for alt Folkets Øjne: Saa siger Herren: Saaledes vil jeg inden et Par Aars Tid er omme, bryde Nebukadnezar, Kongen af Babels Aag af alle Folkenes Hals; og Profeten Jeremias gik sin Vej.
ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ।
12 Men Herrens Ord kom til Jeremias, efter at Profeten Hananias havde brudt Aaget af Profeten Jeremias's Hals, og han sagde:
ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
13 Gak og sig saaledes til Hananias: Saa siger Herren: Du har sønderbrudt Træaag, men du har gjort Jernaag i Stedet for.
“ତୁମ୍ଭେ ଯାଇ ହନାନୀୟକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।
14 Thi saa siger den Herre Zebaoth, Israels Gud: Jeg har lagt et Jernaag paa alle disse Folks Hals, at de maa tjene Nebukadnezar, Kongen af Babel, og de skulle tjene ham; ogsaa de vilde Dyr paa Marken har jeg givet ham.
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”
15 Og Profeten Jeremias sagde til Profeten Hananias: Hør dog, Hananias! Herren har ikke sendt dig, og du har faaet dette Folk til at forlade sig paa Løgn.
ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।
16 Derfor, saa siger Herren: Se, jeg vil sende dig bort fra Jordens Kreds; i dette Aar skal du dø, thi du har prædiket Frafald fra Herren.
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”
17 Saa døde Profeten Hananias i det samme Aar, i den syvende Maaned.
ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲେ।