< Dommer 10 >
1 Og efter Abimelek opstod Thola, en Søn af Pua, Dodos Søn, en Mand af Isaskar, at frelse Israel; og han boede i Samir paa Efraims Bjerg.
ଅବୀମେଲକ୍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।
2 Og han dømte Israel tre og tyve Aar, og han døde og blev begraven i Samir.
ପୁଣି ସେ ତେଇଶ ବର୍ଷ ଇସ୍ରାଏଲର ବିଚାର କଲେ; ତହିଁ ଉତ୍ତାରେ ସେ ମଲେ ଓ ଶାମୀରରେ କବର ପାଇଲେ।
3 Og efter ham opstod Gileaditeren Jair og dømte Israel to og tyve Aar.
ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ।
4 Og han havde tredive Sønner, som rede paa tredive Asenfoler, og de havde tredive Stæder; dem kaldte de Jairs Byer indtil denne Dag, de ligge i Gileads Land.
ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।
5 Og Jair døde og blev begraven i Kamon.
ଏଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ।
6 Og Israels Børn bleve ved at gøre ondt for Herrens Øjne og tjente Baalerne og Astarterne og Syriens Guder og Zidons Guder og Moabs Guder og Ammons Børns Guder og Filisternes Guder; og de forlode Herren og tjente ham ikke.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍ ଦେବତାଗଣର ଓ ଅଷ୍ଟାରୋତ୍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।
7 Da optændtes Herrens Vrede imod Israel, og han solgte dem i Filisternes Haand og Ammons Børns Haand.
ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।
8 Og de nedsloge og knuste Israels Børn i det samme Aar; atten Aar plagede de alle Israels Børn, som vare paa hin Side Jordanen i Amoriternes Land, som er i Gilead.
ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।
9 Og Ammons Børn droge over Jordanen at stride endog imod Juda og imod Benjamin og imod Efraims Hus, saa at Israel var saare trængt.
ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।
10 Da raabte Israels Børn til Herren og sagde: Vi have syndet imod dig, fordi vi have forladt vor Gud og tjent Baalerne.
ତେଣୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍ ଦେବତାଗଣର ସେବା କରିଅଛୁ।”
11 Og Herren sagde til Israels Børn: Havde ikke Ægypter og Amoriter, Ammons Børn og Filister
ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?
12 og Zidonier og Amalek og Maon undertrykket eder? og I raabte til mig, og jeg frelste eder af deres Haand.
ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
13 Og I forlode mig og tjente andre Guder; derfor vil jeg ikke blive ved at frelse eder.
ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।
14 Gaar og raaber til de Guder, som I have udvalgt; lad dem frelse eder i eders Trængsels Tid.
ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।”
15 Da sagde Israels Børn til Herren: Vi have syndet; gør du med os efter alt det, som er godt for dine Øjne; dog, kære, udfri os paa denne Dag.
ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, “ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।”
16 Og de kastede de fremmedes Guder bort fra sig og tjente Herren; og han ynkedes inderlig over Israels Nød.
ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
17 Og Ammons Børn bleve sammenkaldte, og de lejrede sig i Gilead; men Israels Børn samledes og lejrede sig i Mizpa.
ସେସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।
18 Og Folket, Fyrsterne i Gilead, sagde den ene til den anden: Hvo er den Mand, som vil begynde at stride imod Ammons Børn? han skal være Hoved for alle dem, som bo i Gilead.
ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍, ଅଧିପତିମାନେ ଏକକୁ ଆରେକ କହିଲେ, “ଅମ୍ମୋନ-ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ୱରୂପ ହେବ।”