< Dommer 3 >
1 Og disse ere de Hedninger, som Herren lod blive for ved dem at forsøge alle dem af Israel, som ikke vidste noget af alle Krigene med Kanaan;
ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ
2 kun for at Israels Børns Slægter kunde lære at forstaa sig paa Krig, kun de, som ikke tilforn havde kendt dertil:
ଓ ଇସ୍ରାଏଲ-ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
3 Filisternes fem Fyrster og alle Kananiterne, og Sidonierne og Heviterne, som boede paa Libanons Bjerg fra Bjerget Baal-Hermon, indtil man kommer til Hamath.
ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍-ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।
4 Og de bleve for at forsøge Israel ved dem, for at faa at vide, om de vilde lyde Herrens Bud, hvilke han havde budt deres Fædre ved Mose.
ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।
5 Og Israels Børn boede midt iblandt Kananiterne, Hethiterne og Amoriterne og Feresiterne og Heviterne og Jebusiterne.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
6 Og de toge sig deres Døtre til Hustruer, og deres Døtre gave de til deres Sønner, og de tjente deres Guder.
ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।
7 Og Israels Børn gjorde det, som var ondt for Herrens Øjne, og forglemte Herren deres Gud og tjente Baalerne og Astarterne.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।
8 Da optændtes Herrens Vrede over Israel, og han solgte dem i Kusan-Risathaims Haand, som var Konge i Aram Naharaim, og Israels Børn tjente Kusan-Risathaim otte Aar.
ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ।
9 Da raabte Israels Børn til Herren, og Herren oprejste Israels Børn en Frelser, og han frelste dem, nemlig Othniel, en Søn af Kenas, Kalebs yngre Broder.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।
10 Og Herrens Aand var over ham, og han dømte Israel og drog ud til Krig, og Herren gav Kusan-Risathaim, Kongen af Aram, i hans Haand, og hans Haand var stærk over Kusan-Risathaim.
ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା।
11 Og Landet havde Ro fyrretyve Aar; og Othniel, Kenas Søn, døde.
ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।
12 Men Israels Børn bleve ved at gøre det, som var ondt for Herrens Øjne, og Herren styrkede Eglon, Moabiternes Konge, imod Israel, fordi de gjorde det, som var ondt for Herrens Øjne.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।
13 Og han samlede til sig Ammons Børn og Amalek; og han gik hen og slog Israel, og indtoge Palmestaden.
ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।
14 Og Israels Børn tjente Eglon, Moabiternes Konge, atten Aar.
ତହିଁରେ ଇସ୍ରାଏଲ-ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ।
15 Da raabte Israels Børn til Herren, og Herren oprejste dem en Frelser, Ehud, Geras Søn, en Benjaminit, en Mand, som var kejthaandet; og Israels Børn sendte Eglon, Moabiternes Konge, Skænk ved hans Haand.
ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।
16 Og Ehud gjorde sig et Sværd, og det var tveægget, en Alen langt; og han spændte det under sine Klæder paa sin højre Hofte,
ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।
17 og han førte Skænken frem til Eglon, Moabiternes Konge; men Eglon var en saare fed Mand.
ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା।
18 Og det skete, der han var færdig med at fremføre Skænken, da lod han Folket fare, som havde baaret Skænken.
ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ।
19 Men han vendte tilbage fra Stenbrudene, som vare ved Gilgal, og han lod sige: Jeg har et hemmeligt Ord til dig, o Konge! Da sagde denne: Stille! og alle, som stode hos ham, gik ud fra ham.
ମାତ୍ର ସେ ଆପେ ଗିଲ୍ଗଲ୍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ।
20 Og Ehud kom ind til ham, og han sad ene i sin Sommersal, og Ehud sagde: Jeg har Guds Ord til dig; da stod han op af Tronen.
ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।
21 Og Ehud udrakte sin venstre Haand og tog Sværdet fra sin højre Hofte, og han stødte det i hans Bug.
ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;
22 Og Hæftet gik ogsaa ind efter Bladet, og Fedmen lukkede til efter Bladet; thi han drog ikke Sværdet ud af hans Bug, og Skarnet gik ud.
ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।
23 Da gik Ehud ud igennem Forsalen; og han tillukkede Salsdørene efter sig og lukkede dem i Laas.
ଏଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ।
24 Der han var gaaet ud, da kom hins Tjenere ind, og de saa, og se, Salsdørene vare lukkede i Laas; og de sagde: Han tildækker visseligen sine Fødder i Kammeret ved Sommersalen.
ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, “ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।”
25 Og de ventede, indtil de skammede sig, og se, han oplukkede ikke Salsdørene; da toge de Nøglen og lukkede op, og se, da var deres Herre falden til Jorden og var død.
ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।
26 Men Ehud undkom, medens de tøvede; og han gik forbi Stenbrudene og undkom til Seirath.
ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।
27 Og det skete, der han kom derhen, da blæste han i Trompeten paa Efraims Bjerg; og Israels Børn droge ned med ham af Bjerget, og han gik foran dem.
ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ-ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।
28 Og han sagde til dem: Følger efter mig, thi Herren har givet eders Fjender Moabiterne i eders Haand; og de droge ned efter ham og indtoge Jordanens Færgesteder for Moab, og de lode ingen Mand gaa over.
ପୁଣି ସେ ସେମାନଙ୍କୁ କହିଲେ, “ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।
29 Og de sloge Moabiterne paa den Tid, ved ti Tusinde Mænd, hver trivelig og hver kraftig Mand; og ikke een Mand undkom.
ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ।
30 Saa bleve Moabiterne ydmygede paa den samme Dag under Israels Haand, og Landet havde Ro firsindstyve Aar.
ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା। ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା।
31 Og efter ham var Samgar, Anaths Søn, og han slog Filisterne, seks Hundrede Mænd, med en Oksedriverstav; og han frelste ogsaa Israel.
ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।