< Markus 14 >

1 Men to Dage derefter var det Paaske og de usyrede Brøds Højtid. Og Ypperstepræsterne og de skriftkloge søgte, hvorledes de med List kunde gribe og ihjelslaa ham.
ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।
2 Thi de sagde: „Ikke paa Højtiden, for at der ikke skal blive Oprør iblandt Folket.”
କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
3 Og da han var i Bethania, i Simon den spedalskes Hus, kom der, medens han sad til Bords, en Kvinde, som havde en Alabastkrukke med ægte, saare kostbar Nardussalve; og hun sønderbrød Alabastkrukken og udgød den paa hans Hoved.
ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।
4 Men der var nogle, som bleve vrede hos sig selv og sagde: „Hvortil er denne Spilde af Salven sket?
କିନ୍ତୁ କେତେକ ଲୋକ ବିରକ୍ତ ହୋଇ ପରସ୍ପରକୁ କହିଲେ, ତୈଳ କାହିଁକି ଏପରି ନଷ୍ଟ ହେଲା?
5 Denne Salve kunde jo være solgt for mere end tre Hundrede Denarer og være given til de fattige.” Og de overfusede hende.
ଏହି ତୈଳ ତ ତିନିଶହ ଦିନର ମଜୁରୀ ସମାନ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା। ତେଣୁ ସେମାନେ ସେହି ସ୍ତ୍ରୀଲୋକକୁ ଗାଳି କରିବାକୁ ଲାଗିଲେ।
6 Men Jesus sagde: „Lader hende være, hvorfor volde I hende Fortrædeligheder? Hun har gjort en god Gerning imod mig.
କିନ୍ତୁ ଯୀଶୁ କହିଲେ, “ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି।
7 De fattige have I jo altid hos eder, og naar I ville, kunne I gøre vel imod dem; men mig have I ikke altid.
କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରିପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।
8 Hun gjorde, hvad hun kunde; hun salvede forud mit Legeme til Begravelsen.
ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି।
9 Sandelig, siger jeg eder, hvor som helst i hele Verden Evangeliet bliver prædiket, skal ogsaa det, som hun har gjort, omtales til hendes Ihukommelse.”
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”
10 Og Judas Iskariot, en af de tolv, gik hen til Ypperstepræsterne for at forraade ham til dem.
ସେଥିରେ ବାର ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା।
11 Men da de hørte det, bleve de glade og de lovede at give ham Penge; og han søgte, hvorledes han kunde faa Lejlighed til at forraade ham.
ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା।
12 Og paa de usyrede Brøds første Dag, da man slagtede Paaskelammet, sige hans Disciple til ham: „Hvor vil du, at vi skulle gaa hen og træffe Forberedelse til, at du kan spise Paaskelammet?”
ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
13 Og han sender to af sine Disciple og siger til dem: „Gaar ind i Staden, saa skal der møde eder en Mand, som bærer en Vandkrukke; følger ham;
ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, “ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;
14 og hvor han gaar ind, der skulle I sige til Husbonden: Mesteren siger: Hvor er mit Herberge, hvor jeg kan spise Paaskelammet med mine Disciple?
ସେ ଯେଉଁ ଗୃହରେ ପ୍ରବେଶ କରିବ, ସେହି ଗୃହର କର୍ତ୍ତାଙ୍କୁ କୁହ, ଗୁରୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ମୋହର ସେହି ଅତିଥିଶାଳା କାହିଁ?
15 Og han skal vise eder en stor Sal, opdækket og rede; og der skulle I berede det for os.”
ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।”
16 Og hans Disciple gik bort og kom ind i Staden og fandt det, saaledes som han havde sagt dem; og de beredte Paaskelammet.
ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
17 Og da det var blevet Aften, kommer han med de tolv.
ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ।
18 Og medens de sade til Bords og spiste, sagde Jesus: „Sandelig siger jeg eder, en af eder, som spiser med mig, vil forraade mig.”
ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
19 De begyndte at bedrøves og at sige til ham, en efter en: „Det er dog vel ikke mig?”
ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କଅଣ ମୁଁ?
20 Men han sagde til dem: „En af de tolv, den, som dypper med mig i Fadet.
ଯୀଶୁ ସେମାନଙ୍କୁ କହିଲେ, “ବାରଜଣଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସହିତ ପାତ୍ରରେ ହାତ ବୁଡ଼ାଉଅଛି।
21 Thi Menneskesønnen gaar vel bort, som der er skrevet om ham; men ve det Menneske, ved hvem Menneskesønnen bliver forraadt! Det var godt for det Menneske, om han ikke var født.”
ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ଯାଉଅଛନ୍ତି ସତ୍ୟ, କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର! ସେହି ଲୋକ ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”
22 Og medens de spiste, tog han Brød, velsignede og brød det og gav dem det og sagde: „Tager det; dette er mit Legeme.”
ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”
23 Og han tog en Kalk, takkede og gav dem den; og de drak alle deraf.
ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ।
24 Og han sagde til dem: „Dette er mit Blod, Pagtens, hvilket udgydes for mange.
ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।
25 Sandelig, siger jeg eder, at jeg skal ingen Sinde mere drikke af Vintræets Frugt indtil den Dag, da jeg skal drikke den ny i Guds Rige.”
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।”
26 Og da de havde sunget Lovsangen, gik de ud til Oliebjerget.
ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତପର୍ବତକୁ ବାହାରିଗଲେ।
27 Og Jesus siger til dem: „I skulle alle forarges; thi der er skrevet: Jeg vil slaa Hyrden, og Faarene skulle adspredes.
ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’
28 Men efter at jeg er bleven oprejst, vil jeg gaa forud for eder til Galilæa.”
କିନ୍ତୁ ମୁଁ ଉତ୍ଥିତ ହେବା ପରେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯିବି।”
29 Men Peter sagde til ham: „Dersom de endog alle forarges, vil jeg dog ikke forarges.”
ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ।
30 Og Jesus siger til ham: „Sandelig siger jeg dig, i Dag, i denne Nat, førend Hanen galer to Gange, skal du fornægte mig tre Gange.”
ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
31 Men han sagde end yderligere: „Om jeg end skulde dø med dig, vil jeg ingenlunde fornægte dig.” Men ligesaa sagde de ogsaa alle.
କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ।
32 Og de komme til en Gaard, hvis Navn var Gethsemane; og han siger til sine Disciple: „Sætter eder her, imedens jeg beder.”
ପରେ ସେମାନେ ଗେଥ୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”
33 Og han tager Peter og Jakob og Johannes med sig, og han begyndte at forfærdes og svarlig at ængstes.
ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ।
34 Og han siger til dem: „Min Sjæl er dybt bedrøvet indtil Døden; bliver her og vaager!”
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।”
35 Og han gik lidt frem, kastede sig ned paa Jorden og bad om, at den Time maatte gaa ham forbi, om det var muligt.
ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ।
36 Og han sagde: „Abba Fader! alting er dig muligt; tag denne Kalk fra mig; dog ikke hvad jeg vil, men hvad du vil.”
ଆଉ ଯୀଶୁ କହିଲେ, “ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”
37 Og han kommer og finder dem sovende og siger til Peter: „Simon, sover du? Kunde du ikke vaage een Time?
ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ?
38 Vaager og beder, for at I ikke skulle falde i Fristelse; Aanden er vel redebon, men Kødet er skrøbeligt.”
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”
39 Og han gik atter hen og bad og sagde det samme Ord.
ସେ ପୁନର୍ବାର ଯାଇ ପୂର୍ବ ପରି କଥା କହି ପ୍ରାର୍ଥନା କଲେ।
40 Og han vendte tilbage og fandt dem atter sovende; thi deres Øjne vare betyngede, og de vidste ikke, hvad de skulde svare ham.
ପୁନଶ୍ଚ ସେ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା, ଆଉ ସେମାନେ ତାହାଙ୍କୁ କି ଉତ୍ତର ଦେବେ, ତାହା ଜାଣି ନ ଥିଲେ।
41 Og han kommer tredje Gang og siger til dem: „Sove I fremdeles og hvile eder? Det er nok; Timen er kommen; se, Menneskesønnen forraades i Synderes Hænder.
ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, “ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
42 Staar op, lader os gaa; se, han, som forraader mig, er nær.”
ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”
43 Og straks, medens han endnu talte, kommer Judas, en af de tolv, og med ham en stor Skare med Sværd og Knipler fra Ypperstepræsterne og de skriftkloge og de Ældste.
ଆଉ ତତ୍‌କ୍ଷଣାତ୍, ଯୀଶୁ କଥା କହୁଥିବା ସମୟରେ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କଠାରୁ ଲୋକସମୂହ ଖଡ୍ଗ ଓ ଠେଙ୍ଗା ଧରି ଆସିଲେ।
44 Men han, som forraadte ham, havde givet dem et aftalt Tegn og sagt: „Den, som jeg kysser, ham er det; griber ham, og fører ham sikkert bort!”
ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।
45 Og da han kom, traadte han straks hen til ham og siger: „Rabbi! Rabbi!” og han kyssede ham.
ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ଚୁମ୍ବନ କଲା।
46 Men de lagde Haand paa ham og grebe ham.
ସେଥିରେ ସେମାନେ ତାହାଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।
47 Men en af dem, som stode hos, drog Sværdet, slog Ypperstepræstens Tjener og afhuggede hans Øre.
କିନ୍ତୁ ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ।
48 Og Jesus svarede og sagde til dem: „I ere gaaede ud som imod en Røver, med Sværd og med Knipler for at fange mig.
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ?
49 Daglig var jeg hos eder i Helligdommen og lærte, og I grebe mig ikke; men dette sker, for at Skrifterne skulle opfyldes.”
ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହି ସମସ୍ତ ଘଟୁଅଛି।”
50 Og de forlode ham alle og flyede.
ସେତେବେଳେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
51 Og en enkelt, et ungt Menneske, som havde et Linklæde over det blotte Legeme, fulgte med ham; og de gribe ham;
କିନ୍ତୁ ଜଣେ ଯୁବା ଉଲଗ୍ନ ଦେହରେ ଖଣ୍ଡେ ସରୁ ଚାଦର ଘୋଡ଼ାଇ ହୋଇ ତାହାଙ୍କ ପଛେ ପଛେ ଯାଉଥିଲା; ସେମାନେ ତାହାକୁ ଧରିଲେ,
52 men han slap Linklædet og flygtede nøgen.
ମାତ୍ର ସେ ସେହି ସରୁ ଚାଦର ଖଣ୍ଡିକ ଛାଡ଼ିଦେଇ ଖାଲି ଦେହରେ ପଳାଇଗଲା।
53 Og de førte Jesus hen til Ypperstepræsten; og alle Ypperstepræsterne og de Ældste og de skriftkloge komme sammen hos ham.
ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ।
54 Og Peter fulgte ham i Frastand til ind i Ypperstepræstens Gaard, og han sad hos Svendene og varmede sig ved Ilden.
ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ।
55 Men Ypperstepræsterne og hele Raadet søgte Vidnesbyrd imod Jesus, for at de kunde aflive ham; og de fandt intet.
ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;
56 Thi mange sagde falsk Vidnesbyrd imod ham, men Vidnesbyrdene stemmede ikke overens.
କାରଣ ଅନେକେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଲେ ହେଁ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।
57 Og nogle stode op og vidnede falsk imod ham og sagde:
ପରେ କେତେକ ଲୋକ ଉଠି ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇ କହିବାକୁ ଲାଗିଲେ,
58 „Vi have hørt ham sige: Jeg vil nedbryde dette Tempel, som er gjort med Hænder, og i tre Dage bygge et andet, som ikke er gjort med Hænder.”
ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।
59 Og end ikke saaledes stemmede deres Vidnesbyrd overens.
କିନ୍ତୁ ଏଥିରେ ମଧ୍ୟ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।
60 Og Ypperstepræsten stod op midt iblandt dem og spurgte Jesus og sagde: „Svarer du slet intet paa, hvad disse vidne imod dig?”
ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିରେ କିଛି ଉତ୍ତର ଦେଉ ନାହଁ?
61 Men han tav og svarede intet. Atter spurgte Ypperstepræsten ham og siger til ham: „Er du Kristus, den Højlovedes Søn?”
କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ ପରମ-ଧନ୍ୟଙ୍କ ପୁତ୍ର ଖ୍ରୀଷ୍ଟ କି?
62 Men Jesus sagde: „Jeg er det; og I skulle se Menneskesønnen sidde ved Kraftens højre Haand og komme med Himmelens Skyer.”
ଯୀଶୁ କହିଲେ, “ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”
63 Men Ypperstepræsten sønderrev sine Klæder og sagde: „Hvad have vi længere Vidner nødig?
ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ?
64 I have hørt Gudsbespottelsen; hvad tykkes eder?” Men de fældede alle den Dom over ham, at han var skyldig til Døden.
ଆପଣମାନେ ତ ଈଶ୍ବର ନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କଅଣ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣଦଣ୍ଡ ଯୋଗ୍ୟ ବୋଲି ମତ ଦେଲେ।
65 Og nogle begyndte at spytte paa ham og tilhylle hans Ansigt og give ham Næveslag og sige til ham: „Profetér!” og Svendene modtoge ham med Slag paa Kinden.
ପୁଣି, କେହି କେହି ତାହାଙ୍କ ଉପରେ ଛେପ ପକାଇବାକୁ ଲାଗିଲେ ଓ ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ବିଧା ମାରି କହିବାକୁ ଲାଗିଲେ, ତୁ ପରା ଭାବବାଦୀ! ପ୍ରମାଣ ଦେ। ଆଉ ପଦାତିକମାନେ ଚାପୁଡ଼ା ମାରୁ ମାରୁ ତାହାଙ୍କୁ ଧରି ଘେନିଗଲେ।
66 Og medens Peter var nedenfor i Gaarden, kommer en af Ypperstepræstens Piger,
ଇତିମଧ୍ୟରେ ପିତର ତଳେ ପ୍ରାଙ୍ଗଣରେ ଥିବା ସମୟରେ ମହାଯାଜକଙ୍କର ଦାସୀ ଆସି ପିତରଙ୍କୁ ନିଆଁ ସେକି ହେଉଥିବାର ଦେଖିଲା,
67 og da hun ser Peter varme sig, ser hun paa ham og siger: „Ogsaa du var med Nazaræeren, med Jesus.”
ଆଉ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
68 Men han nægtede og sagde: „Jeg hverken ved eller forstaar, hvad du siger;” og han gik ud i Forgaarden, og Hanen galede.
କିନ୍ତୁ ସେ ଅସ୍ୱୀକାର କରି କହିଲେ, ମୁଁ ତାହାକୁ ଜାଣେ ନାହିଁ, ଆଉ ତୁମ୍ଭେ କଅଣ କହୁଅଛ, ମୁଁ ବୁଝୁ ନାହିଁ। ପରେ ସେ ଦାଣ୍ଡଦ୍ୱାରକୁ ବାହାରିଗଲେ;
69 Og Pigen saa ham og begyndte atter at sige til dem, som stode hos: „Denne er en af dem.”
ପୁଣି, ସେହି ଦାସୀ ତାହାଙ୍କୁ ଦେଖି ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ଆଉ ଥରେ କହିବାକୁ ଲାଗିଲା, ଏ ସେମାନଙ୍କ ମଧ୍ୟରୁ ଜଣେ।
70 Men han nægtede det atter. Og lidt derefter sagde atter de, som stode hos, til Peter: „Sandelig du er en af dem; du er jo ogsaa en Galilæer.”
କିନ୍ତୁ ସେ ପୁନର୍ବାର ଅସ୍ୱୀକାର କରିବାକୁ ଲାଗିଲେ। ପୁନଶ୍ଚ ଅଳ୍ପ ସମୟ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, ତୁମ୍ଭେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭେ ତ ଗାଲିଲୀୟ ଲୋକ।
71 Men han begyndte at forbande sig og sværge: „Jeg kender ikke dette Menneske, om hvem I tale.”
କିନ୍ତୁ ସେ ଅଭିଶାପ ଦେଇ ଓ ଶପଥ କରି କହିବାକୁ ଲାଗିଲେ, ତୁମ୍ଭେମାନେ ଯେଉଁ ଲୋକର କଥା କହୁଅଛ, ମୁଁ ତାହାକୁ ଜାଣେ ନାହିଁ।
72 Og straks galede Hanen anden Gang. Og Peter kom det Ord i Hu, som Jesus sagde til ham: „Førend Hanen galer to Gange, skal du fornægte mig tre Gange.” Og han brast i Graad.
ସେହିକ୍ଷଣି କୁକୁଡ଼ା ଦ୍ୱିତୀୟ ଥର ରାବିଲା। ଏଥିରେ, “କୁକୁଡ଼ା ଦ୍ୱିତୀୟ ଥର ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାହାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ।

< Markus 14 >