< 4 Mosebog 10 >
1 Og Herren talede til Mose og sagde:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 Gør dig to Basuner af Sølv, af drevet Arbejde skal du gøre dem; og du skal have dem til Menighedens Sammenkaldelse, og naar Lejrene skulle bryde op.
“ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।
3 Og naar de blæse langsomt i dem, saa skal al Menigheden samles til dig, til Forsamlingens Pauluns Dør.
ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
4 Og dersom de blæse langsomt i den ene, da skulle Fyrsterne samles til dig, Øversterne for Israels Tusinder.
ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
5 Men naar I blæse stærkt, da skulle de Lejre bryde op, som have lejret sig mod Østen.
ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
6 Og naar I blæse anden Gang stærkt, da skulle de Lejre bryde op, som have lejret sig mod Sønden; I skulle blæse stærkt, naar de skulle bryde op.
ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
7 Men naar Forsamlingen skal samles, skulle I blæse langsomt og ikke blæse stærkt.
ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
8 Og Præsterne, Arons Sønner, skulle blæse i Basunerne; og de skulle være eder til en evig Skik hos eders Efterkommere.
ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
9 Og naar I komme i Krig i eders Land med Fjenden, som ængster eder, da skulle I blæse stærkt i Basunerne, at I maa ihukommes for Herren eders Guds Ansigt og frelses fra eders Fjender.
ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।
10 Og paa eders Glædes Dag, og paa eders bestemte Tider, og paa eders Maaneders første Dage, da skulle I blæse i Basunerne ved eders Brændofre og ved eders Takofre, at de maa blive eder til en Ihukommelse for eders Guds Ansigt; jeg er Herren eders Gud.
ଆହୁରି ତୁମ୍ଭମାନଙ୍କ ଆନନ୍ଦ ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
11 Og det skete i det andet Aar, i den anden Maaned, paa den tyvende Dag i Maaneden, da hævede Skyen sig op fra Vidnesbyrdets Tabernakel.
ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
12 Og Israels Børn brøde op paa deres Vandringer fra Sinai Ørk; og Skyen blev i den Ørk Paran.
ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।
13 Saa rejste de første Gang efter Herrens Mund ved Mose.
ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।
14 Og det Banner for Judas Børns Lejr brød først op, efter deres Hære; og over hans Hær var Nahesson, Amminadabs Søn.
ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
15 Og over Isaskars Børns Stammes Hær var Nethaneel, Zuars Søn.
ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
16 Og over Sebulons Børns Stammes Hær var Eliab, Helons Søn.
ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
17 Og Tabernaklet blev nedtaget; og Gersons Børn og Merari Børn, som bare Tabernaklet, brøde op.
ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
18 Dernæst brød det Banner for Rubens Lejr op, efter deres Hære; og over hans Hær var Elizur, Sedeurs Søn.
ତହୁଁ ରୁବେନ୍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
19 Og over Simeons Børns Stammes Hær var Selumiel, Zurisaddai Søn.
ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
20 Og over Gads Børns Stammes Hær var Eliasaf, Deuels Søn.
ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଗାଦ୍-ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
21 Saa rejste Kahathiterne, som bare Helligdommen; og de andre oprejste Tabernaklet, inden de kom.
ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
22 Dernæst brød det Banner for Efraims Børns Lejr op, efter deres Hære; og over hans Hær var Elisama, Ammihuds Søn.
ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
23 Og over Manasse Børns Stammes Hær var Gamliel, Pedazurs Søn.
ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
24 Og over Benjamins Børns Stammes Hær var Abidan, Gideoni Søn.
ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
25 Dernæst brød det Banner op for Dans Børns Lejr, som sluttede alle Lejrene, efter deres Hære, og over hans Hær var Ahieser, Ammisaddai Søn.
ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
26 Og over Asers Børns Stammes Hær var Pagiel, Okrans Søn.
ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
27 Og over Nafthali Børns Stammes Hær var Ahira, Enans Søn.
ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
28 Dette var Israels Børns Rejseorden, efter deres Hære, naar de rejste.
ଏହିରୂପେ ଇସ୍ରାଏଲ-ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।
29 Og Mose sagde til Hobab, Reuels den Midianiters Søn, Mose Svigerfader: Vi rejse til det Sted, om hvilket Herren sagde: Jeg vil give eder det; gaa med os, saa ville vi gøre vel imod dig, fordi Herren har talet godt over Israel.
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ‘ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା,’ ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ କଥା କହିଅଛନ୍ତି।”
30 Og denne sagde til ham: Jeg vil ikke gaa med, men jeg vil gaa til mit Land og til min Slægt.
ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
31 Og han sagde: Kære, forlad os ikke; thi du ved, hvor vi kunne lejre os i Ørken, og du skal være vort Øje.
ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।
32 Og det skal ske, naar du gaar med os, da skulle vi med det samme Gode, hvormed Herren gør vel imod os, gøre vel imod dig.
ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।”
33 Saa rejste de fra Herrens Bjerg tre Dages Rejse; og Herrens Pagtes Ark rejste for deres Ansigt tre Dages Rejse for at opsøge et Hvilested for dem.
ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
34 Og Herrens Sky var over dem om Dagen, naar de brøde op med Lejren.
ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।
35 Og det skete, naar Arken rejste, da sagde Mose: Herre! staa op, saa skulle dine Fjender adspredes, og de, som hade dig, skulle fly for dit Ansigt.
ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”
36 Og naar den hvilede, sagde han: Kom tilbage, Herre! til Israels ti Tusinde Gange tusinde.
ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।”