< Anden Krønikebog 9 >

1 Da Dronningen af Saba hørte Salomos Ry, kom hun, for at prøve ham med Gaader, til Jerusalem med et saare stort Følge og med Kameler, der har Røgelse, Guld i Mængde og Ædelsten. Og da hun var kommet til Salomo, talte hun til ham om alt, hvad der laa hende paa Hjerte.
ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।
2 Men Salomo svarede paa alle hendes Spørgsmaal, og intet som helst var skjult for Salomo, han gav hende Svar paa alt.
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।
3 Og da Dronningen at Saba saa Salomos Visdom, Huset, han havde bygget,
ପୁଣି ଶିବାର ରାଣୀ ଶଲୋମନଙ୍କର ଜ୍ଞାନ ଓ ତାଙ୍କ ନିର୍ମିତ ଗୃହ
4 Maden paa hans Bord, hans Folks Boliger, hans Tjeneres Optræden og deres Klæder, hans Mundskænke og deres Klæder og Brændofrene, han ofrede i HERRENS Hus, var hun ude af sig selv;
ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।
5 og hun sagde til Kongen: »Sandt var, hvad jeg i mit Land hørte sige om dig og din Visdom!
ତହୁଁ ସେ ରାଜାଙ୍କୁ କହିଲା, “ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲୁ, ତାହା ସତ୍ୟ।
6 Jeg troede ikke, hvad der sagdes, før jeg kom og saa det med egne Øjne; og se, ikke engang det halve af din store Visdom er mig fortalt, thi du overgaar, hvad Rygtet sagde mig om dig!
ତଥାପି ଆମ୍ଭେ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ଲୋକମାନଙ୍କର କଥା ବିଶ୍ୱାସ କଲୁ ନାହିଁ; ଆଉ ଦେଖନ୍ତୁ, ଆପଣଙ୍କ ଜ୍ଞାନର ଅର୍ଦ୍ଧେକ ମାହାତ୍ମ୍ୟ ଆମ୍ଭକୁ କୁହାଯାଇ ନ ଥିଲା; ଆମ୍ଭ ଶୁଣିବାର ଅପେକ୍ଷା ଆପଣଙ୍କ ସୁଖ୍ୟାତି ଅଧିକ।
7 Lykkelige dine Mænd, lykkelige dine Folk, som altid er om dig og hører din Visdom!
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।
8 Lovet være HERREN din Gud, som fandt Behag i dig og satte dig paa sin Trone som Konge for HERREN din Gud. Fordi din Gud elsker Israel og for at opretholde det evindeligt, satte han dig til Konge over dem, til at øve Ret og Retfærdighed!«
ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତକାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।”
9 Derpaa gav hun Kongen 120 Guldtalenter, Røgelse i store Mængder og Ædelsten; og aldrig har der siden været saa megen Røgelse i Landet som den, Dronningen af Saba gav Kong Salomo.
ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା।
10 Desuden bragte Hurams og Salomos Folk, som hentede Guld i Ofir, Algummimtræ og Ædelsten;
ପୁଣି ହୂରମ୍‍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀରରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନ କାଷ୍ଠ ଓ ମଣି ଆଣିଲେ।
11 og af Algummimtræet lod Kongen lave Rækværk til HERRENS Hus og Kongens Palads, desuden Citre og Harper til Sangerne; og Mage dertil var ikke tidligere set i Judas Land.
ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା।
12 Og Kong Salomo gav Dronningen af Saba alt, hvad hun ønskede og bad om, langt ud over hvad hun bragte til Kongen. Derpaa vendte hun med sit Følge tilbage til sit Land.
ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
13 Vægten af det Guld, som i eet Aar indførtes af Salomo, udgjorde 666 Guldtalenter,
ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳନ୍ତ ପରିମିତ ସୁନା ଆସେ;
14 deri ikke medregnet hvad der indkom i Afgift fra de undertvungne Folk og ved Købmændenes Handel og fra alle Arabiens Konger og Landets Statholdere, som bragte Salomo Guld og Sølv.
ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।
15 Kong Salomo lod hamre 200 Guldskjolde, hvert paa 600 Sekel Guld,
ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ସୁନା ଲାଗିଲା।
16 og 300 mindre Guldskjolde, hvert paa 300 Sekel Guld; dem lod Kongen henlægge i Libanonskovhuset.
ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ, ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।
17 Fremdeles lod Kongen lave en stor, Elfenbenstrone, overtrukket med lutret Guld.
ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ।
18 Tronen havde seks Trin, og paa dens Ryg var der et Lam af Guld; paa begge Sider af Sædet var der Arme, og ved Armene stod der to Løver;
ସେହି ସିଂହାସନରେ ଏକ ସ୍ୱର୍ଣ୍ଣମୟ ପାଦପୀଠ ସହିତ ଛଅ ପାହାଚ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
19 tillige stod der tolv Løver paa de seks Trin, seks paa hver Side. Der er ikke lavet Mage til Trone i noget andet Rige.
ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।
20 Alle Kong Salomos Drikkekar var af Guld og alle Redskaber i Libanonskovhuset af fint Guld; Sølv regnedes ikke for noget i Kong Salomos Dage.
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।
21 Kongen havde nemlig Skibe, det sejlede paa Tarsis med Hurams Folk; og een Gang hvert tredje Aar kom Tarsisskibene, ladet med Guld, Sølv, Elfenben, Aber og Paafugle.
କାରଣ ହୂରମ୍‍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।
22 Kong Salomo overgik alle Jordens Konger i Rigdom og Visdom.
ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ ହେଲେ।
23 Alle Jordens Konger søgte hen til Salomo for at høre den Visdom, Gud havde lagt i hans Hjerte;
ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।
24 og alle bragte de Gaver med: Sølv— og Guldsager, Klæder, Vaaben, Røgelse, Heste og Muldyr; saaledes gik det Aar efter Aar.
ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟି ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।
25 Salomo havde 4000 Spand Heste og Vogne og 12 000 Ryttere; dem lagde han dels i Vognbyerne, dels hos sig i Jerusalem.
ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ-ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।
26 Han herskede over alle Konger fra Floden til Filisternes Land og Ægyptens Grænse.
ଆଉ, ସେ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।
27 Kongen bragte det dertil, at Sølv i Jerusalem var lige saa almindeligt som Sten, og Cedertræ lige saa almindeligt som Morbærfigentræ i Lavlandet.
ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
28 Der indførtes Heste til Salomo fra Mizrajim og fra alle Lande.
ଆଉ ଲୋକମାନେ ମିସରରୁ ଓ ସମସ୍ତ ଦେଶରୁ ଶଲୋମନଙ୍କ ପାଇଁ ଅଶ୍ୱ ଆଣିଲେ।
29 Salomos øvrige Historie fra først til sidst findes optegnet i Profeten Natans Krønike, Siloniten Ahijas Profeti og Seeren Jedos Syn om Jeroboam, Nebats Søn.
ଶଲୋମନଙ୍କର ଅବଶିଷ୍ଟ ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍‍ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମଙ୍କ ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କʼଣ ଲେଖା ନାହିଁ?
30 Salomo herskede i Jerusalem over hele Israel i fyrretyve Aar.
ଶଲୋମନ ଯିରୂଶାଲମରେ ଚାଳିଶ ବର୍ଷ କାଳ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ।
31 Derpaa lagde Salomo sig til Hvile hos sine Fædre og blev jordet i sin Fader Davids By. Og hans Søn Rehabeam blev Konge i hans Sted.
ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।

< Anden Krønikebog 9 >