< Efeserne 3 >
1 Det er for denne Sags Skyld, at jeg, Paulus, Kristi Jesu Fange for eder, I Hedninger, —
ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ
2 om I da have hørt om Husholdningen med den Guds Naade, som blev given mig til eder,
ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
3 at ved Aabenbarelse blev Hemmeligheden kundgjort mig, saaledes som jeg foran kortelig har skrevet,
ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।
4 hvoraf I, naar I læse det, kunne skønne min Indsigt i Kristi Hemmelighed,
ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର;
5 som i andre Slægter ikke blev kundgjort for Menneskenes Børn, saaledes som den nu er bleven aabenbaret hans hellige Apostle og Profeter ved Aanden:
ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
6 Nemlig at Hedningerne ere Medarvinger og medindlemmede og meddelagtige i Forjættelsen i Kristus Jesus ved Evangeliet,
ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;
7 hvis Tjener jeg er bleven ifølge den Guds Naades Gave, som blev given mig ved hans Magts Virkekraft.
ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
8 Mig, den allerringeste af alle hellige, blev denne Naade given at forkynde Hedningerne Evangeliet om Kristi uransagelige Rigdom
ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
9 og at oplyse alle om, hvilken Husholdningen med den Hemmelighed er, som fra Evighed har været skjult i Gud, der skabte alle Ting, (aiōn )
ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି, (aiōn )
10 for at Guds mangfoldige Visdom skulde nu ved Menigheden blive kundgjort for Magterne og Myndighederne i det himmelske,
ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,
11 efter det evige Forsæt, som han fuldbyrdede ved Kristus Jesus, vor Herre, (aiōn )
ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ; (aiōn )
12 i hvem vi have Frimodigheden og Adgang med Tillid ved Troen paa ham.
ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ।
13 Derfor beder jeg, at I ikke tabe Modet over mine Trængsler, som jeg lider for eder, hvilket er en Ære for eder. —
ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ।
14 For denne Sags Skyld bøjer jeg mine Knæ for Faderen,
ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
15 fra hvem enhver Faderlighed i Himle og paa Jord har sit Navn,
ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,
16 at han vil give eder efter sin Herligheds Rigdom mægtigt at styrkes ved hans Aand i det indvortes Menneske;
ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
17 at Kristus maa bo ved Troen i eders Hjerter,
ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,
18 for at I, rodfæstede og grundfæstede i Kærlighed, kunne sammen med alle de hellige formaa at begribe, hvor stor Bredden og Længden og Dybden og Højden er,
ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
19 og at kende Kristi Kærlighed, som overgaar al Erkendelse, for at I kunne fyldes indtil hele Guds Fylde.
ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।
20 Men ham, som formaar over alle Ting at gøre langt ud over det, som vi bede eller forstaa, efter den Magt, som er virksom i os,
ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,
21 ham være Ære i Menigheden og i Kristus Jesus igennem alle Slægterne i Evighedernes Evighed! Amen. (aiōn )
ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍। (aiōn )