< Hoseas 4 >
1 Hør, Israeliter, HERRENS Ord, thi HERREN gaar i rette med Landets Folk. Thi ej er der Troskab, ej Godhed, ej kender man Gud i Landet.
ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
2 Man sværger og lyver, myrder og stjæler, horer, gør Indbrud, og Blodskyld følger paa Blodskyld.
ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
3 Derfor sørger Landet, og alt, hvad der bor der, sygner, Markens Dyr og Himlens Fugle; selv Havets Fisk svinder bort.
ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।
4 Dog skænde man ej, dog revse man ej, naar mit Folk kun er som dets Præster.
ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି।
5 Du skal styrte ved Dag, og med dig Profeten ved Nat....
ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।
6 Mit Folk skal gaa til Grunde, fordi det er uden Kundskab. Da du har vraget Kundskab, vrager jeg dig som Præst; du glemte din Guds Aabenbaring, saa glemmer og jeg dine Sønner.
ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
7 Jo fler, des mere de synded, ombytted deres Ære med Skændsel;
ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
8 mit Folks Synd lever de af, dets Brøde hungrer de efter.
ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।
9 Men Præst skal det gaa som Folk; jeg hjemsøger ham for hans Færd, hans Id gengælder jeg ham.
ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।
10 De skal spise, men ikke mættes, hore, men ej blive fler; thi de har sveget HERREN og holder fast ved Hor.
ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।
11 Vin og Most tager Forstanden.
ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
12 Mit Folk raadspørger sit Træ, og Svaret giver dets Stok; thi Horeaand ledte dem vild, de boler sig bort fra deres Gud.
ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।
13 De ofrer paa Bjergenes Tinder, paa Højene brænder de Ofre under en Eg, en Poppel, en Terebinte, thi Skyggen er god. Saa horer jo og eders Døtre, saa boler jo og eders Kvinder;
ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।
14 jeg straffer ej Døtrenes Hor, ej Kvinderne for deres Bolen; thi selv gaar de bort med Horer, ofrer sammen med Skøger; og det uvise Folk drages ned.
ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ।
15 Men selv om du, Israel, horer, maa Juda ej gøre sig skyldigt. Gaa ikke over til Gilgal, drag ikke op til Bet-Aven, sværg ikke: »Saa sandt HERREN lever!«
ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
16 Thi som en uvan Ko er Israel uvan, skal HERREN saa lade dem græsse i Frihed som Lam?
କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।
17 Efraim er bundet til Afgudsbilleder; lad ham fare!
ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।
18 Deres Drikken er skejet ud. Hor har de bedrevet; højt har deres Skjolde elsket Skændsel.
ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।
19 Et Vejr har omspændt dem med sine Vinger, og de skal blive til Skamme for deres Ofre.
ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।