< Esajas 31 >

1 Ve dem, som gaar ned til Ægypten om Hjælp og slaar Lid til Heste, som stoler paa Vognenes Mængde, paa Rytternes store Tal, men ikke ser hen til Israels Hellige, ej raadspørger HERREN.
ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!
2 Men viis er og han, lader Ulykke komme og gaar ej fra sit Ord. Han staar op mod de ondes Hus og mod Udaadsmændenes Hjælp.
ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।
3 Ægypterne er Mennesker, ikke Gud, deres Heste er Kød, ikke Aand. Naar HERREN udrækker Haanden, snubler Hjælperen, den hjulpne falder, de omkommer alle til Hobe.
ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।
4 Thi saa sagde HERREN til mig: Som en Løve knurrer, en Ungløve over sit Rov, og ikke, naar Hyrdernes Flok kaldes hid imod den, skræmmes af Skriget eller viger for Larmen, saa stiger Hærskarers HERRE ned til Kamp paa Zions Bjerg og Høj.
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।
5 Som svævende Fugle saa skærmer Hærskarers HERRE Jerusalem, skærmer og frier, skaaner og redder.
ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ରକ୍ଷା କରନ୍ତି, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମକୁ ରକ୍ଷା କରିବେ; ସେ ତାହାକୁ ରକ୍ଷା କରି ଉଦ୍ଧାର କରିବେ, ସେ ତାହାକୁ ନିସ୍ତାର କରି ରକ୍ଷା କରିବେ।”
6 Vend om til ham, hvem Israels Børn faldt fra saa dybt!
ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।
7 Thi paa hin Dag vrager enhver sine Guder af Sølv, sine Guder af Guld, eders Hænders syndige Værk.
କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।
8 Assur falder for Sværd, men ikke en Mands, et Sværd fortærer det, ikke et Menneskes. Og han skal fly for Sværdet, til Hoveriarbejde tvinges hans Stridsmænd;
“ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।
9 hans Klippe viger bort af Rædsel, hans Fyrster skræmmes fra Fanen. Saa lyder det fra HERREN, hvis Ild er i Zion, som har sin Ovn i Jerusalem.
ପୁଣି, ତ୍ରାସପ୍ରଯୁକ୍ତ ତାହାର ଶୈଳ ଅନ୍ତର୍ହିତ ହେବ ଓ ତାହାର ଅଧିପତିମାନେ ଧ୍ୱଜା ଦେଖି ଉଦ୍‍ବିଗ୍ନ ହେବେ,” ସିୟୋନରେ ଯାହାଙ୍କର ଅଗ୍ନି ଓ ଯିରୂଶାଲମରେ ଯାହାଙ୍କର ଅଗ୍ନିକୁଣ୍ଡ ଅଛି, ସେହି ସଦାପ୍ରଭୁ ଏହି କଥା କହନ୍ତି।

< Esajas 31 >