< Job 29 >

1 Og Job vedblev at fremsætte sit Tankesprog:
ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
2 Ak, havde jeg det som tilforn, som dengang Gud tog sig af mig,
“ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି;
3 da hans Lampe lyste over mit Hoved, og jeg ved hans Lys vandt frem i Mørke,
ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
4 som i mine modne Aar, da Guds Fortrolighed var over mit Telt,
ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;
5 da den Almægtige end var hos mig og mine Drenge var om mig,
ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ୱରେ ଥିଲେ;
6 da mine Fødder vaded i Fløde, og Olie strømmede, hvor jeg stod,
ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା।
7 da jeg gik ud til Byens Port og rejste mit Sæde paa Torvet.
ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
8 Naar Ungdommen saa mig, gemte den sig, Oldinge rejste sig op og stod,
ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ।
9 Høvdinger standsed i Talen og lagde Haand paa Mund,
ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ;
10 Stormænds Røst forstummed, deres Tunge klæbed til Ganen;
କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।
11 Øret hørte og priste mig lykkelig, Øjet saa og tilkendte mig Ære.
କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;
12 Thi jeg redded den arme, der skreg om Hjælp, den faderløse, der savned en Hjælper;
ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।
13 den, det gik skævt, velsignede mig, jeg frydede Enkens Hjerte;
ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।
14 jeg klædte mig i Retfærd, og den i mig, i Ret som Kappe og Hovedbind.
ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।
15 Jeg var den blindes Øje, jeg var den lammes Fod;
ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି।
16 jeg var de fattiges Fader, udreded den mig ukendtes Sag;
ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।
17 den lovløses Tænder brød jeg, rev Byttet ud af hans Gab.
ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।
18 Saa tænkte jeg da: »Jeg skal dø i min Rede, leve saa længe som Føniksfuglen;
ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;
19 min Rod kan Vand komme til, Duggen har Nattely i mine Grene;
ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;
20 min Ære er altid ny, min Bue er altid ung i min Haand!«
ମୋହର ଗୌରବ ମୋʼ ଠାରେ ସତେଜ ଥାଏ ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ।
21 Mig hørte de paa og bied, var tavse, mens jeg gav Raad;
ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ।
22 ingen tog Ordet, naar jeg havde talt, mine Ord faldt kvægende paa dem;
ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।
23 de bied paa mig som paa Regn, spærred Munden op efter Vaarregn.
ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷ ବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ।
24 Mistrøstige smilte jeg til, mit Aasyns Lys fik de ej til at svinde.
ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ।
25 Vejen valgte jeg for dem og sad som Høvding, troned som Konge blandt Hærmænd, som den, der gav sørgende Trøst.
ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।

< Job 29 >