< Job 5 >

1 »Raab kun! Giver nogen dig Svar? Og til hvem af de Hellige vender du dig?
ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କʼଣ କେହି ଅଛି? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ?
2 Thi Daarens Harme koster ham Livet, Taabens Vrede bliver hans Død.
କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।
3 Selv har jeg set en Daare rykkes op, hans Bolig raadne brat;
ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍‍ ତାହାର ବାସସ୍ଥାନକୁ ମୁଁ ଅଭିଶାପ ଦେଲି।
4 hans Sønner var uden Hjælp, traadtes ned i Porten, ingen reddede dem;
ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗର-ଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।
5 sultne aad deres Høst, de tog den, selv mellem Torne, og tørstige drak deres Mælk.
କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯାʼନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯାʼନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକୁ ଚାହିଁକରି ଥାଏ।
6 Thi Vanheld vokser ej op af Støvet, Kvide spirer ej frem af Jorden,
କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;
7 men Mennesket avler Kvide, og Gnisterne flyver til Vejrs.
ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ।
8 Nej, jeg vilde søge til Gud og lægge min Sag for ham,
ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।
9 som øver ufattelig Vælde og Undere uden Tal,
ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟକର୍ମ କରନ୍ତି;
10 som giver Regn paa Jorden og nedsender Vand over Marken
ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।
11 for at løfte de bøjede højt, saa de sørgende opnaar Frelse,
ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି।
12 han, som krydser de kloges Tanker, saa de ikke virker noget, der varer,
ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରିପାରେ ନାହିଁ।
13 som fanger de vise i deres Kløgt, saa de listiges Raad er forhastet;
ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।
14 i Mørke raver de, selv om Dagen, famler ved Middag, som var det Nat.
ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ଡି ହୁଅନ୍ତି।
15 Men han frelser den arme fra Sværdet og fattig af stærkes Haand,
ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।
16 saa der bliver Haab for den ringe og Ondskaben lukker sin Mund.
ଏହେତୁ ଦରିଦ୍ର ଭରସା ପାଏ ଓ ଅଧର୍ମ ନିଜ ମୁଖ ବନ୍ଦ କରେ।
17 Held den Mand, som revses at Gud; ringeagt ej den Almægtiges Tugt!
ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।
18 Thi han saarer, og han forbinder, han slaar, og hans Hænder læger.
କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
19 Seks Gange redder han dig i Trængsel, syv gaar Ulykken uden om dig;
ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଙ୍କଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
20 han frier dig fra Døden i Hungersnød, i Krig fra Sværdets Vold;
ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁୁରୁ ଓ ଯୁଦ୍ଧରେ ଖଡ୍ଗର ବଳରୁ ମୁକ୍ତ କରିବେ।
21 du er gemt for Tungens Svøbe, har intet at frygte, naar Voldsdaad kommer;
ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ।
22 du ler ad Voldsdaad og Hungersnød og frygter ej Jordens vilde Dyr;
ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ।
23 du har Pagt med Markens Sten, har Fred med Markens Vilddyr;
କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।
24 du kender at have dit Telt i Fred, du mønstrer din Bolig, og intet fattes;
ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ।
25 du kender at have et talrigt Afkom, som Jordens Urter er dine Spirer;
ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ।
26 Graven naar du i Ungdomskraft, som Neg føres op, naar Tid er inde.
ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।
27 Se, det har vi gransket, saaledes er det; det har vi hørt, saa vid ogsaa du det!
ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ; ତାହା ଶୁଣ ଓ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ।”

< Job 5 >