< Klagesangene 5 >
1 HERRE, kom vor Skæbne i Hu, sku ned og se vor Skændsel!
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।
2 Vor Arvelod tilfaldt fremmede, Udlændinge fik vore Huse.
ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ହୋଇଅଛି।
3 Forældreløse, faderløse er vi, som Enker er vore Mødre.
ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି।
4 Vort Drikkevand maa vi købe, betale maa vi vort Brænde.
ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ।
5 Aaget trykker vor Nakke, vi trættes og finder ej Hvile.
ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ।
6 Ægypten rakte vi Haand, Assur, for at mættes med Brød.
ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।
7 Vore Fædre, som synded, er borte, og vi maa bære deres Skyld.
ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।
8 Over os raader Trælle, ingen frier os fra dem.
ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ।
9 Med Livsfare henter vi vort Brød, udsatte for Ørkenens Sværd.
ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।
10 Vor Hud er sværtet som en Ovn af Hungerens svidende Lue.
ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।
11 De skændede Kvinder i Zion, Jomfruer i Judas Byer.
ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।
12 Fyrster greb de og hængte, tog intet Hensyn til gamle.
ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।
13 Ynglinge sattes til Kværnen, under Brændeknippet segnede Drenge.
ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।
14 De gamle forsvandt fra Porten, de unge fra Strengenes Leg.
ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।
15 Vort Hjertes Glæde er borte, vor Dans er vendt til Sorg.
ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।
16 Kronen faldt af vort Hoved, ve os, at vi har syndet!
ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍ ଆମ୍ଭମାନଙ୍କୁ! କାରଣ ଆମ୍ଭେମାନେ ପାପ କରିଅଛୁ।
17 Vort Hjerte blev derfor sygt, derfor vort Øje mørkt:
ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।
18 For Zions Bjerg, som er øde, Ræve tumler sig der.
କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।
19 Du, HERRE, troner for evigt, fra Slægt til Slægt staar din Trone.
ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ।
20 Hvi glemmer du os bestandig og svigter os alle Dage?
ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ?
21 Omvend os, HERRE, til dig, saa vender vi om, giv os nye Dage, som fordum!
ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।
22 Eller har du helt stødt os bort, er din Vrede mod os uden Ende?
ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ।