< 4 Mosebog 25 >
1 Israeliterne slog sig derpaa ned i Sjittim. Men Folket begyndte at bedrive Hor med de moabitiske Kvinder;
ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
2 og da de indbød Folket til deres Guders Slagtofre, spiste Folket deraf og tilbad deres Guder.
ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷ୍ୟରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
3 Og Israel holdt til med Ba'al-Peor; derover blussede HERRENS Vrede op mod Israel,
ଆଉ ଇସ୍ରାଏଲ ଆପେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।
4 og HERREN sagde til Moses: »Kald alle Folkets Overhoveder sammen og hæng dem op for HERREN under aaben Himmel, for at HERRENS Vrede maa vige fra Israel!«
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”
5 Og Moses sagde til Israeliternes Dommere: »Enhver af eder skal slaa dem af sine Mænd ihjel, der har holdt til med Ba'al-Peor!«
ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”
6 Og se, en af Israeliterne kom og førte en midjanitisk Kvinde hen til sine Landsmænd lige for Øjnene af Moses og hele Israeliternes Menighed, medens de stod og græd ved Indgangen til Aabenbaringsteltet.
ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
7 Da nu Pinehas, Præsten Arons Søn Eleazars Søn, saa det, traadte han frem af Menighedens Midte, greb et Spyd,
ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
8 fulgte den israelitiske Mand ind i Sengekammeret og gennemborede dem begge, baade den israelitiske Mand og Kvinden, hende gennem Underlivet. Da standsede Plagen blandt Israeliterne.
ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।
9 Men Tallet paa dem, Plagen havde kostet Livet, løb op til 24 000.
ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
10 Da talede HERREN saaledes til Moses:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
11 »Pinehas, Præsten Arons Søn Eleazars Søn, har vendt min Vrede fra Israeliterne, idet han var nidkær iblandt dem med min Nidkærhed, saa at jeg ikke tilintetgjorde Israeliterne i min Nidkærhed.
“ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”
12 Derfor skal du sige: Se, jeg giver ham min Fredspagt!
ଏହେତୁ ତୁମ୍ଭେ କୁହ, “ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
13 Et evigt Præstedømmes Pagt skal blive hans og efter ham hans Efterkommeres Lod, til Løn for at han var nidkær for sin Gud og skaffede Israeliterne Soning.«
ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।”
14 Den dræbte Israelit, han, der dræbtes sammen med den midjanitiske Kvinde, hed Zimri, Salus Søn, og var Øverste for et Fædrenehus blandt Simeoniterne;
ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।
15 og den dræbte midjanitiske Kvinde hed Kozbi og var en Datter af Zur, der var Stammehøvding for et Fædrenehus blandt Midjaniterne,
ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
16 HERREN talede fremdeles til Moses og sagde:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
17 »Fald over Midjaniterne og slaa dem;
“ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
18 thi de faldt over eder med de Rænker, de spandt imod eder i den Sag med Peor og med Kozbi, den midjanitiske Høvdings Datter, deres Landsmandinde, der dræbtes, den Dag Plagen brød løs for Peors Skyld.«
କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”