< Første Krønikebog 16 >

1 De førte så Guds Pagts Ark ind og stillede den midt i det Telt, David havde rejst den; og de ofrede Brændofre og Takofre for Guds Åsyn.
ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
2 Og da David var færdig med Brændofrene og Takofrene, velsignede han Folket i HERRENs Navn
ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
3 og uddelte til hver enkelt Israelit, både Mand og Kvinde, en Brødskive, et Stykke Kød og en Rosinkage.
ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।
4 Foran HERRENs Ark stillede han nogle af Leviterne til at gøre Tjeneste og til at takke, love og prise HERREN, Israels Gud;
ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।
5 Asaf var Leder, og næst efter ham kom Zekarja, så Uzziel, Sjemiramot, Jehiel, Mattitja, Eliab, Benaja, Obed-Edom og Je'iel med Harper og Citre, medens Asaf lod Cymblerne klinge,
ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍‍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍‍, ବନାୟ, ଓବେଦ୍‍-ଇଦୋମ ଓ ଯିୟୀୟେଲ୍‍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
6 og Præsterne Benaja og Jahaziel stadig blæste i Trompeterne foran Guds Pagts Ark.
ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।
7 Den Dag, ved den Lejlighed, overdrog David for første Gang Asaf og hans Brødre at lovsynge HERREN.
ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।
8 Pris HERREN, påkald hans Navn, gør hans Gerninger kendte blandt Folkeslag!
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
9 Syng og spil til hans Pris, tal om alle hans Undere,
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।
10 ros jer af hans hellige Navn, eders Hjerte glæde sig, I, som søger HERREN,
ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
11 spørg efter HERREN og hans Magt, søg bestandig hans Åsyn;
ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ଶକ୍ତିର ଅନ୍ୱେଷଣ କର, ସର୍ବଦା ତାହାଙ୍କ ମୁଖର ଅନ୍ୱେଷଣ କର।
12 kom i Hu de Undere, han øved, hans Tegn og hans Munds Domme,
ହେ ତାହାଙ୍କ ଦାସ ଇସ୍ରାଏଲର ବଂଶ, ହେ ଯାକୁବର ସନ୍ତାନଗଣ, ତାହାଙ୍କର ମନୋନୀତ ଲୋକ,
13 I, hans Tjener, Israels Sæd. hans udvalgte, Jakobs Sønner!
ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକ୍ରିୟା, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
14 Han, HERREN, er vor Gud, hans Domme når ud over Jorden;
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ ଅଛି।
15 han ihukommer for evigt sin Pagt, i tusind Slægter sit Tilsagn,
ତାହାଙ୍କ ନିୟମ ଚିରକାଳ ସ୍ମରଣ କର, ସେହି ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଅଛନ୍ତି;
16 Pagten. han slutted med Abraham, Eden, han tilsvor Isak:
ସେହି ନିୟମ ସେ ଅବ୍ରହାମଙ୍କ ସଙ୍ଗେ କରିଥିଲେ ଓ ସେହି ଶପଥ ସେ ଇସ୍‌ହାକଙ୍କ ପ୍ରତି କରିଥିଲେ;
17 han holdt dem i Hævd som Ret for Jakob, en evig Pagt for Israel,
ପୁଣି, ସେ ତାହା ବିଧି ରୂପେ ଯାକୁବଙ୍କ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଇସ୍ରାଏଲ ପ୍ରତି ସ୍ଥିର କଲେ।
18 idet han sagde: "Dig giver jeg Kana'ans Land som eders Arvelod."
ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;”
19 Da de kun var en liden Hob, kun få og fremmede der,
ସେହି ସମୟରେ ତୁମ୍ଭେମାନେ କେବଳ ଅଳ୍ପସଂଖ୍ୟକ, ଅତି ଅଳ୍ପ ଲୋକ ଓ ତହିଁ ମଧ୍ୟରେ ପ୍ରବାସୀ ଥିଲ;
20 og vandred fra Folk til Folk, fra et Rige til et andet,
ଆଉ ସେମାନେ ଏକ ଗୋଷ୍ଠୀରୁ ଅନ୍ୟ ଗୋଷ୍ଠୀ ଓ ଏକ ରାଜ୍ୟରୁ ଅନ୍ୟ ଲୋକମାନଙ୍କ ନିକଟକୁ ଭ୍ରମଣ କଲେ।
21 tillod han ingen at volde dem Men, men tugted for deres Skyld Konger:
ସେ କୌଣସି ଲୋକକୁ ସେମାନଙ୍କ ପ୍ରତି ଉପଦ୍ରବ କରିବାକୁ ଦେଲେ ନାହିଁ; ଆହୁରି ସେ ସେମାନଙ୍କ ସକାଶୁ ରାଜାମାନଙ୍କୁ ଅନୁଯୋଗ କଲେ;
22 "Rør ikke mine Salvede, gør ikke mine Profeter ondt!"
କହିଲେ, “ଆମ୍ଭର ଅଭିଷିକ୍ତମାନଙ୍କୁ ସ୍ପର୍ଶ ନ କର ଓ ଆମ୍ଭର ଭବିଷ୍ୟଦ୍‍ବକ୍ତାମାନଙ୍କ ପ୍ରତି କୌଣସି କ୍ଷତି ନ କର।”
23 Syng for HERREN, al Jorden, fortæl om hans Frelse Dag efter dag;
ହେ ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ଦିନକୁ ଦିନ ତାହାଙ୍କ କୃତ ପରିତ୍ରାଣ ପ୍ରକାଶ କର।
24 kundgør hans Ære blandt Folkene, hans Undere blandt alle Folkeslag!
ନାନା ଦେଶୀୟଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମୁଦାୟ ଗୋଷ୍ଠୀ ମଧ୍ୟରେ ତାହାଙ୍କର ଆଶ୍ଚର୍ଯ୍ୟକ୍ରିୟା ପ୍ରଚାର କର।
25 Thi stor og højlovet er HERREN, forfærdelig over alle Guder;
କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।
26 thi alle Folkeslagenes Guder er Afguder, HERREN er Himlens Skaber.
କାରଣ, ନାନା ଗୋଷ୍ଠୀୟମାନଙ୍କ ଦେବତାସବୁ ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
27 For hans Åsyn er Højhed og Hæder, Pris og Fryd i hans Helligdom.
ସମ୍ଭ୍ରମ ଓ ପ୍ରଭାବ ତାହାଙ୍କର ଅଗ୍ରବର୍ତ୍ତୀ, ଶକ୍ତି ଓ ଆହ୍ଲାଦ ତାହାଙ୍କ ସ୍ଥାନରେ ବିଦ୍ୟମାନ।
28 Giv HERREN, I Folkeslags Slægter, giv HERREN Ære og Pris,
ହେ ନାନା ଦେଶୀୟ ଗୋଷ୍ଠୀସମୂହ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
29 giv HERREN hans Navns Ære, bring Gaver og kom for hans Åsyn, tilbed HERREN i helligt Skrud,
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।
30 bæv for hans Åsyn, al Jorden! Han grundfæsted Jorden, den rokkes ikke.
ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
31 Himlen glæde sig Jorden juble, det lyde blandt Folkene: "HERREN har vist, han er Konge!"
ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।”
32 Havet med dets Fylde bruse, Marken juble og alt, hvad den bærer.
ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;
33 Da fryder sig Skovens Træer for HERRENs Åsyn, thi han kommer, han kommer at dømme Jorden.
ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।
34 Lov HERREN, thi han er god, og hans Miskundhed varer evindelig!
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
35 Og sig: "Frels os, vor Frelses Gud, saml os og fri os fra Folkene, at vi må love dit hellige Navn; med Stolthed synge din Pris!"
ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
36 Lovet være HERREN, Israels Gud, fra Evighed og til Evighed! Da sagde hele Folket: "Amen!" og: "Lov HERREN!"
ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।
37 Så lod han Asaf og hans Brødre blive der foran HERRENs Pagts Ark for altid at gøre Tjeneste foran Arken efter hver Dags Behov;
ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ
38 og Obed-Edom, Jedituns Søn, og Hosa med deres Brødre, i alt otte og tresindstyve, lod han blive som Dørvogtere.
ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ
39 Men Præsten Zadok og hans Brødre Præsterne lod han blive foran HERRENs Bolig på Oerhøjen i Gibeon
ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ
40 for daglig, både Aften og Morgen, at ofre HERREN Brændofre på Brændofferalteret ganske som det er foreskrevet i den Lov, HERREN havde pålagt Israel;
ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;
41 og sammen med dem Heman og Jedutun og de øvrige før nævnte udvalgte Mænd til at love HERREN med Ordene "thi hans Miskundhed varer evindelig!"
ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍‍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।
42 Og de havde hos sig Trompeter og Cymbler til dem, der spillede, og instrumenter til Guds Sange; men Jedutuns Sønner var Dørvogtere.
ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍‍‍ର ପୁତ୍ରମାନେ ଦ୍ୱାରପାଳ ହେଲେ।
43 Derpå gik alt Folket hver til sit, og David vendte hjem for at velsigne sit Hus.
ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।

< Første Krønikebog 16 >