< Første Krønikebog 17 >

1 Engang David sad i sit Hus, sagde han til Profeten Natan: "Se, jeg har et Cedertræshus at bo i, men HERRENs Pagts Ark har Plads i et Telt!"
ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”
2 Natan svarede David: "Gør alt, hvad din Hu står til, thi Gud er med dig!"
ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”
3 Men samme Nat kom Guds Ord til Natan således:
ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
4 "Gå hen og sig til min Tjener David: Så siger HERREN: Ikke du skal bygge mig det Hus, jeg skal bo i!
ଯାଅ, “ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;
5 Jeg har jo ikke haft noget Hus at bo i, siden den Dag jeg førte Israeliterne op, men vandrede med, boende i et Telt.
କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।
6 Har jeg, i al den Tid jeg vandrede om blandt alle Israeliterne, sagt til nogen af Israels Dommere, som jeg satte til at vogte mit Folk: Hvorfor bygger I mig ikke et Cedertræshus?
ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେଉଁସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କାହିଁକି ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କʼଣ ଆମ୍ଭେ କହିଅଛୁ?
7 Sig derfor til min Tjener David: Så siger Hærskarers HERRE: Jeg tog dig fra Græsgangen, fra din Plads bag Småkvæget til at være Fyrste over mit Folk Israel,
ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ।
8 og jeg var med dig, overalt hvor du færdedes, og udryddede alle dine Fjender foran dig; jeg vil skabe dig et Navn som de størstes på Jorden
ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।
9 og skaffe mit Folk Israel en Hjemstavn og plante det, så det kan blive boende på sit Sted uden mere at skulle forstyrres i sin Ro, og uden at Voldsmænd mere skal ødelægge det som tidligere,
ଆଉ ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି
10 dengang jeg satte Dommere over mit Folk Israel; og jeg vil underkue alle dine Fjender. Så kundgør jeg dig nu: Et Hus vil HERREN bygge dig!
ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
11 Når dine Dage er omme og du vandrer til dine Fædre, vil jeg efter dig oprejse din Sæd, en af dine Sønner, og grundfæste hans Kongedømme.
ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
12 Han skal bygge mig et Hus, og jeg vil grundfæste hans Trone evindelig.
ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
13 Jeg vil være ham en Fader, og han skal være mig en Søn; og min Miskundhed vil jeg ikke tage fra ham, som jeg tog den fra din Forgænger;
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;
14 jeg vil indsætte ham i mit Hus og mit Kongedømme til evig Tid, og hans Trone skal stå fast til evig Tid!"
ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
15 Alle disse Ord og hele denne Åbenbaring meddelte Natan David.
ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ।
16 Da gik Kong David ind og dvælede for HERRENs Åsyn og sagde: "Hvem er jeg, Gud HERRE, og hvad er mit Hus, at du har bragt mig så vidt?
ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ସଦାପ୍ରଭୁ ପରମେଶ୍ୱର! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?
17 Men det var dig ikke nok o Gud, du gav også din Tjeners Hus Forjættelser for fjerne Tider og lod mig skue kommende Slægter, Gud HERRE!
ତଥାପି ହେ ପରମେଶ୍ୱର! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ।
18 Hvad mere har David at sige dig? Du kender jo dog din Tjener,
ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।
19 HERRE! For din Tjeners Skyld, og fordi din Hu stod dertil, gjorde du alt dette store og kundgjorde alle disse store Ting,
ହେ ସଦାପ୍ରଭୋ! ତୁମ୍ଭେ ଏହି ସକଳ ମହତ୍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍ କର୍ମ ସାଧନ କରିଅଛ।
20 HERRE! Ingen er som du, og der er ingen Gud uden dig, efter alt hvad vi har hørt med vore Ører.
ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
21 Og hvor på Jorden findes et Folk som dit Folk Israel, et Folk, som Gud kom og udfriede og gjorde til sit Folk for at vinde sig et Navn og udføre store og frygtelige Gerninger ved at drive andre Folkeslag bort foran sit Folk, det, du udfriede fra Ægypten?
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
22 Du har grundfæstet dit Folk Israel som dit, Folk til evig Tid, og du, HERRE, er blevet deres Gud.
ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତକାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।
23 Så lad da, HERRE, den Forjættelse, du udtalte om din Tjener og hans Hus, gælde til evig Tid og gør, som du sagde!
ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତକାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।
24 Da skal dit Navn stå fast og blive stort til evig Tid, så man siger: Hærskarers HERRE, Israels Gud, Gud over Israel! Og din Tjener Davids Hus skal stå fast for dit Åsyn.
ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ସେ ଇସ୍ରାଏଲର ସପକ୍ଷ ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ୱାରା ତୁମ୍ଭର ନାମ ଅନନ୍ତକାଳ ସ୍ଥିରୀକୃତ ଓ ମହତ୍ ହେଉ।
25 Thi du, min Gud, har åbenbaret for din Tjener: Jeg vil bygge dig et Hus! Derfor har din Tjener dristet sig til at bede for dit Åsyn.
କାରଣ, ହେ ମୋହର ପରମେଶ୍ୱର! ତୁମ୍ଭେ ମୋʼ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଅଛି।
26 Derfor, HERRE, du er Gud, du har givet din Tjener denne Forjættelse,
ଏବେ ହେ ସଦାପ୍ରଭୋ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।
27 så lad det behage dig at velsigne din Tjeners Hus, at det til evig Tid må stå fast for dit Åsyn. Thi du, HERRE, har velsignet det, og det bliver velsignet evindelig!"
ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୋ, ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।”

< Første Krønikebog 17 >