< Første Krønikebog 24 >

1 Arons Sønner, delte i Skifter, var: Arons Sønner Nadab, Abihu, Eleazar og Itamar;
ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମର।
2 Nadab og Abihu døde før deres Fader uden at efterlade sig Sønoer, men Eleazar og Itamar fik Præsteværdigheden.
ମାତ୍ର ନାଦବ୍‍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।
3 David tillige med Zadok af Eleazars Sønner og Ahimelek af Itamars Sønner inddelte dem efter deres Embedsskifter ved deres Tjeneste.
ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍‍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।
4 Og da det viste sig, at Eleazars Sønner havde flere Overhoveder end Itamars, delte de dem således, at Eleazars Sønner fik seksten Overhoveder over deres Fædrenebuse. Itamars Sønner otte.
ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ।
5 Og de delte, begge Hold ved Lodkastning, thi der fandtes hellige Øverster og Guds Øverster både iblandt Eleazars og Itamars Sønner.
ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।
6 Skriveren Sjemaja, Netan'els Søn af Levis Slægt, optegnede dem i Påsyn af Kongen, Øversterne, Præsten Zadok, Ahimelek, Ebjatars Søn, og Overhovederne for Præsternes og Leviternes Fædrenebuse. Der udtoges eet Fædrenehus af Itamar for hvert to af Eleazar.
ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍‍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।
7 Det første Lod traf Jojarib, det andet Jedaja,
ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍‍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ;
8 det tredje Harim, det fjerde Seorim,
ତୃତୀୟ ହାରୀମ୍‍ ପାଇଁ, ଚତୁର୍ଥ ସୀୟୋରୀମ୍‍ ପାଇଁ;
9 det femte Malkija, det sjette Mijjamin,
ପଞ୍ଚମ ମଲ୍‍କୀୟ ପାଇଁ; ଷଷ୍ଠ ମିୟାମୀନ୍‍ ପାଇଁ;
10 det syvende Hakkoz, det ottende Abija,
ସପ୍ତମ ହକ୍କୋସ୍‍ ପାଇଁ, ଅଷ୍ଟମ ଅବୀୟ ପାଇଁ;
11 det niende Jesua, det tiende Sjekanja,
ନବମ ଯେଶୂୟ ପାଇଁ; ଦଶମ ଶଖନୀୟ ପାଇଁ;
12 det ellevte Eljasjib, det tolvte Jakim,
ଏକାଦଶ ଇଲୀୟାଶୀବ ପାଇଁ, ଦ୍ୱାଦଶ ଯାକୀମ୍‍ ପାଇଁ;
13 det trettende Huppa, det fjortende Jisjba'al,
ତ୍ରୟୋଦଶ ହୁପ୍ପା ପାଇଁ, ଚତୁର୍ଦ୍ଦଶ ଯେଶବା ପାଇଁ;
14 det femtende Bilga, det sekstende Immer,
ପଞ୍ଚଦଶ ବିଲ୍ଗା ପାଇଁ, ଷୋଡ଼ଶ ଇମ୍ମେର ପାଇଁ;
15 det syttende Hezir, det attende Happizzez,
ସପ୍ତଦଶ ହେଷୀର ପାଇଁ, ଅଷ୍ଟାଦଶ ହିପ୍ପି ପାଇଁ;
16 det nittende Petaja, det tyvende Jehezkel,
ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ;
17 det een og tyvende Jakin, det to og tyvende Gamul,
ଏକବିଂଶ ଯାଖୀନ୍‍ ପାଇଁ, ଦ୍ୱାବିଂଶ ଗାମୂଲ୍‍ ପାଇଁ;
18 det tre og tyvende Delaja og det fire og tyvende Ma'azja.
ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା।
19 Det var deres Embedsskifter ved deres Tjeneste, når de gik ind i HERRENs Hus, efter den Forpligtelse deres Fader Aron pålagde dem, efter hvad HERREN, Israels Gud, havde pålagt ham.
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।
20 De andre Leviter var: Af Amrams Sønner Sjubael; af Sjubaels Sønner Jedeja.
ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍‍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ।
21 Af Rehabjas Sønner Jissjija, som var Overhoved.
ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ।
22 Af Jizhariterne Sjelomot; af Sjelomots Sønner Jahat.
ଯିଷ୍‍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍‍; ଶଲୋମୀତ୍‍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍‍।
23 Hebrons Sønner: Jerija, som var Overhoved, Amarja den anden, Uzziel den tredje, Jekam'am den fjerde.
ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।
24 Uzziels Sønner: Mika; af Mikas Sønner Sjamir.
ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍‍।
25 Mikas Broder Jissjija; af Jissjijas' Sønner Zekarja.
ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ।
26 Meraris Sønner: Mali og Musji og hans Søn Uzzijas Sønner.
ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ।
27 Meraris Søn Uzzijas Sønner: Sjoham, Zakkur og Ibri.
ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍‍, ସକ୍କୁର ଓ ଇବ୍ରି।
28 Af Mali El'azar, der ingen Sønner havde, og Kisj;
ମହଲିର ପୁତ୍ର ଇଲୀୟାସର, ଏହାର ପୁତ୍ର ନ ଥିଲେ।
29 af Kisj Kisj's Sønner: Jerame'el.
କୀଶ୍‍ର କଥା; କୀଶ୍‍ର ପୁତ୍ର ଯିରହମେଲ।
30 Musjis Sønner: Mali, Eder og Jerimot. Det var Leviternes Efterkommere efter deres Fædrenehuse.
ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍‍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।
31 Også de kastede Lod ligesom deres Brødre, Arons Sønner, i Påsyn af Kong David, Zadok og Ahimelek og Overhovederne for Præsternes og Leviternes Fædrenehuse - Fædrenehusenes Overhoveder ligesom deres yngste Brødre.
ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍‍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।

< Første Krønikebog 24 >