< Anden Kongebog 11 >

1 Da Atalja, Ahazjas Moder, fik at vide, at hendes Søn var død, tog hun sig for at udrydde hele den kongelige Slægt.
ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।
2 Men Kong Jorams Datter Josjeba, Ahazjas Søster, tog Ahazjas Søn Joas og fik ham hemmeligt af Vejen, så han ikke var imellem Kongesønnerne, der blev dræbt, og hun gemte ham og hans, Amme i Sengekammeret og holdt ham skjult for Atalja, så han ikke blev dræbt;
ମାତ୍ର ଯୋରାମ୍‍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍‍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକୁ ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।
3 og han var i seks År skjult hos Josjebai HERRENs Hus, medens Atalja herskede i Landet.
ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।
4 Men i det syvende År lod Jojada Hundredførerne for Harernel og Livvagten hente ind til sig i HERRENs Hus; og efter at have sluttet Pagt med dem og taget dem i Ed i HERRENs Hus fremstillede han Kongesønnen for dem.
ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା ନିକଟକୁ ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା।
5 Derpå bød han dem og sagde: "Således skal I gøre: Den Tredje del af eder, der om Sabbaten rykker ind for at overtage Vagten i Kongens Palads,
ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,
6 og de to Afdelinger af eder, som har Vagten i Kongens Palads den ene Tredjedel ved Surporten, den anden ved Porten bag Livvagten
ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍‍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।
7 og som begge om Sabbaten rykker ud for at overtage Vagten i HERRENs Hus,
ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍‍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।
8 I skal alle med Våben i Hånd slutte Kreds om Kongen, og enhver, der nærmer sig Rækkerne, skal dræbes. Således skal I være om Kongen, når han går ud, og når han går ind!"
ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେକେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।”
9 Hundredførerne gjorde alt hvad Præsten Jojada havde påbudt, idet de tog hver sine Folk, både dem, der rykkede ud, og dem, der ryk kede ind om Sabbaten, og kom til Præsten Jojada.
ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।
10 Og Præsten gav Hundredfø rerne Spydene og Skjoldene, som havde tilhørt Kong David og var i HERRENs Hus.
ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।
11 Livvagten stillede sig, alle med Våben i Hånd, fra Templets Syd side til Nordsiden, hen til Alteret og derfra igen hen til Templet, rundt om Kongen.
ତହୁଁ ଗୃହର ଦକ୍ଷିଣ ପାର୍ଶ୍ୱରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।
12 Så førte han Kongesønnen ud og satte Kronen og Armspangene på ham; derefter udråbte de ham til Konge og salvede ham; og de klappede i Hænderne og råbte: "Kongen leve!"
ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
13 Da Atalja hørte Larmen af Folket, gik hun hen til Folket i HERRENs Hus,
ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।
14 og der så hun Kongen stå ved Søjlen, som Skik var, og Øversterne og Trompetblæserne ved Siden af, medens alt Folket fra Landet jublede og blæste i Trompeterne. Da sønderrev Atalja sine Klæder og råbte: "Forræderi, Forræderi!"
ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ!” ବୋଲି ଡାକ ପକାଇଲା।
15 Men præsten Jojada bød Hundredførerne, Hærens Befalingsmænd: "Før hende uden for Forgårdene og hug enhver ned, der følger hende!" Præsten sagde nemlig: "Hun skal ikke dræbes i HERRENs Hus!"
ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେ ତାହାର ପଶ୍ଚାଦ୍‍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”
16 Så greb de hende, og da hun ad Hesteindgangen var kommet til Kongens Palads, blev hun dræbt der.
ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।
17 Men Jojada sluttede Pagt mellem HERREN og Folket og Kongen om, at de skulde være HERRENs Folk, ligeledes mellem Kongen og Folket.
ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।
18 Og alt Folket fra Landet begav sig til Ba'als Hus og nedbrød det; Altrene og Billederne ødelagde de i Bund og Grund, og Ba'als Præst Mattan dræbte de foran Altrene. Derpå satte Præsten Vagtposter ved HERRENs Hus;
ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।
19 og han tog Hundredførerne, Karerne og Livvagten, desuden alt Folket fra Landet med sig, og de førte Kongen ned fra HERRENs Hus. gik igennem Livvagtens Port til Kongens Palads, og han satte sig på Kongetronen.
ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍‍ ରାଜସିଂହାସନରେ ଉପବିଷ୍ଟ ହେଲେ।
20 Da glædede alt Folket fra Landet sig, ogByen holdt sig rolig. Men Atalja huggede de ned i Kongens Palads.
ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ।
21 Joas var syv År gammel, da han blev Konge.
ଯୋୟାଶ୍‍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।

< Anden Kongebog 11 >