< 2 Samuel 7 >

1 Engang Kongen sad i sit Hus, efter at HERREN havde skaffet ham Ro for alle hans Fjender rundt om,
ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ
2 sagde han til Profeten Natan: "Se, jeg har et Cedertræshus at bo i, men Guds Ark har Plads i et Telt!"
ରାଜା ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”
3 Natan svarede Kongen: "Gør alt, hvad din Hu står til, thi HERREN er med dig!"
ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।”
4 Men samme Nat kom HERRENs Ord til Natan således:
ଏଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
5 "Gå hen og sig til min Tjener David: Så siger HERREN: Skulde du bygge mig et Hus at bo i?
“ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ?
6 Jeg har jo ikke haft noget Hus at bo i, siden den Dag jeg førte Israeliterne op fra Ægypten, men vandrede med, boende i et Telt.
ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।
7 Har jeg, i al den Tid jeg vandrede om blandt alle Israeliterne, sagt til nogen af Israels Dommere, som jeg satte til at vogte mit Folk Israel: Hvorfor bygger I mig ikke et Cedertræshus?
ଆମ୍ଭେ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେଉଁସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକ ଇସ୍ରାଏଲକୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା ଦେଇଥିଲୁ, ଇସ୍ରାଏଲର ଏପରି କୌଣସି ବଂଶକୁ, ତୁମ୍ଭେମାନେ କାହିଁକି ଆମ୍ଭ ନିମନ୍ତେ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କି ଆମ୍ଭେ କହିଅଛୁ?’
8 Sig derfor til min Tjener David: Så siger Hærskarers HERRE: Jeg tog dig fra Græsgangen, fra din Plads bag Småkvæget til at være Fyrste over mit folk Israel,
ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ;
9 og jeg var med dig, overalt hvor du færdedes, og udryddede alle dine Fjender foran dig; jeg vil skabe dig et Navn som de størstes på Jorden
ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।
10 og skaffe mit Folk Israel en Hjemstavn og plante det, så det kan blive boende på sit Sted uden mere at skulle forstyrres i sin Ro, og uden at Voldsmænd mere skal plage det som tidligere,
ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଶାସିତ ହେବେ ନାହିଁ;
11 dengang jeg satte Dommere over mit Folk Israel; og jeg vil give det Ro for alle dets Fjender. Så kundgør HERREN dig nu: Et Hus vil HERREN bygge dig!
କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
12 Når dine Dage er omme, og du hviler hos dine Fædre, vil jeg efter dig oprejse din Sæd, som udgår af dit Liv, og grundfæste hans Kongedømme.
ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
13 Han skal bygge mit Navn et Hus, og jeg vil grundfæste hans Kongetrone evindelig.
ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
14 Jeg vil være din Sæd en Fader, og den skal være mig en Søn! Når den synder, vil jeg tugte den med Menneskestok og Menneskers Slag,
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।
15 men min Miskundhed vil jeg ikke tage fra den, som jeg tog den fra din Forgænger.
ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ।
16 Dit Hus og dit Kongedømme skal stå fast for mit Åsyn til evig Tid, din Trone skal stå til evig Tid!"
ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
17 Alle disse Ord og hele denne Åbenbaring meddelte Natan David.
ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ସମ୍ବନ୍ଧରେ କଥା କହିଲେ।
18 Da gik Kong David ind og dvælede for HERRENs Åsyn og sagde: "Hvem er jeg, Herre, HERRE, og hvad er mit Hus, at du har bragt mig så vidt?
ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?
19 Men end ikke det var dig nok Herre, HERRE, du gav også din Tjeners Hus Forjættelser for fjerne Tider og lod mig skue kommende Slægter, Herre, HERRE!
ତଥାପି, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୋ ସଦାପ୍ରଭୋ, ଏହା କʼଣ ମନୁଷ୍ୟର ବ୍ୟବସ୍ଥା?
20 Hvad mere har David at sige dig Du kender jo dog din Tjener, Herre, HERRE.
ଏଣୁ ଦାଉଦ ତୁମ୍ଭକୁ ଆଉ କଅଣ କହିପାରେ? କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସକୁ ଜାଣୁଅଛ।
21 For din Tjeners Skyld, og fordi din Hu stod dertil, gjorde du dette og kundgjorde din Tjener alt dette store,
ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ଇଚ୍ଛାନୁସାରେ ଏହିସବୁ ମହାନ କାର୍ଯ୍ୟ କରି ଆପଣା ଦାସକୁ ଜଣାଇଅଛ।
22 Herre, HERRE; thi ingen er som du, og der er ingen Gud uden dig efter alt hvad vi har hørt med vore Ører.
ଏହେତୁ ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
23 Og hvor på Jorden findes et Folk som dit Folk Israel, et Folk. som Gud kom og udfriede og gjorde til sit Folk for at vinde sig et Navn og udføre store og frygtelige Gerninger for dem ved at drive andre Folkeslag med deres Guder bort foran sit Folk, det, du udfriede fra Ægypten?
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
24 Du har grundfæstet dit Folk Israel som dit Folk til evig Tid, og du, HERRE, er blevet deres Gud.
ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।
25 Så opfyld da, HERRE, Gud, til evig Tid den Forjættelse, du udtalte om din Tjener og hans Hus og gør, som du sagde!
ଏବେ ହେ ସଦାପ୍ରଭୋ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତକାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର।
26 Da skal dit Navn blive stort til evig Tid, så man siger: Hærskarers HERRE, Gud over Israel! Og din Tjener Davids Hus skal stå fast for dit Åsyn.
ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ଏହି କଥା ଦ୍ୱାରା ତୁମ୍ଭ ନାମ ଅନନ୍ତକାଳ ମହତ୍ ହେଉ।
27 Thi du, Hærskarers HERRE, Israels Gud, har åbenbaret for din Tjener: Jeg vil bygge dig et Hus! Derfor har din Tjener fundet sit Hjerte til af bede denne Bøn til dig.
କାରଣ ହେ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା।
28 Derfor, Herre, HERRE, du er Gud, og dine Ord er Sandhed! Du har givet din Tjener denne Forjættelse,
ଆଉ ଏବେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ପରମେଶ୍ୱର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ;
29 så lad det behage dig at velsigne din Tjeners Hus, at det til evig Tid må stå fast for dit Åsyn. Thi du, Herre, HERRE, har talt, og med din Velsignelse skal din Tjeners Hus velsignes evindelig!"
ଏହେତୁ ଯେପରି ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ବିଦ୍ୟମାନ ରହିବ, ଏଥିପାଇଁ ଅନୁଗ୍ରହ କରି ତାକୁ ଆଶୀର୍ବାଦ କର; କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପେ ଏହା କହିଅଛ; ଏଣୁ ତୁମ୍ଭ ଦାସର ବଂଶ ତୁମ୍ଭ ଆଶୀର୍ବାଦରେ ଅନନ୍ତକାଳ ଆଶୀର୍ବାଦଯୁକ୍ତ ହେଉ।”

< 2 Samuel 7 >