< 2 Tessalonikerne 3 >

1 I øvrigt, Brødre! beder for os, at Herrens Ord må have Løb og forherliges ligesom hos eder,
ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେଉଁରୂପେ ବ୍ୟାପିଅଛି, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ,
2 og at vi må fries fra de vanartige og onde Mennesker; thi Troen er ikke alles.
ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ।
3 Men trofast er Herren, som skal styrke eder og bevare eder fra det onde;
କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।
4 og vi have den Tillid til eder i Herren, at I både gøre og ville gøre, hvad vi byde.
ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ।
5 Men Herren styre eders Hjerter til Guds Kærlighed og til Kristi Udholdenhed!
ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ବରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାନ୍ତୁ।
6 Men vi byde eder, Brødre! i vor Herres Jesu Kristi Navn, at I holde eder borte fra enhver Broder, som vandrer uskikkeligt og ikke efter den Overlevering, som de modtoge af os.
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।
7 I vide jo selv, hvorledes I bør efterfølge os. Thi vi have ikke levet uskikkeligt iblandt eder,
କାରଣ କିପରି ଆମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,
8 ikke heller spiste vi nogens Brød for intet, men arbejdede med Møje og Anstrengelse, Nat og Dag, for ikke at være nogen af eder til Byrde.
କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;
9 Ikke fordi vi ikke have Ret dertil; men vi vilde give eder et Forbillede i os selv, for at I skulde efterfølge os.
ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ।
10 Også da vi vare hos eder, bød vi eder jo dette, at dersom nogen ikke vil arbejde, så skal han heller ikke have Føden!
କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ।
11 Vi høre nemlig, at nogle vandre uskikkeligt iblandt eder, idet de ikke arbejde, men tage sig uvedkommende Ting for.
ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ।
12 Sådanne byde og formane vi i den Herre Jesus Kristus, at de skulle arbejde i Stilhed og således spise deres eget Brød.
ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ।
13 Men I, Brødre! bliver ikke trætte af at gøre det gode!
କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଳାନ୍ତ ହୁଅ ନାହିଁ।
14 Men dersom nogen ikke lyder vort Ord her i Brevet, da mærker eder ham; hav intet Samkvem med ham, for at han må skamme sig!
ଆଉ ଯଦି କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;
15 Dog skulle I ikke agte ham for en Fjende, men påminde ham som en Broder!
ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ।
16 Men han selv, Fredens Herre, give eder Freden altid, i alle Måder! Herren være med eder alle!
ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।
17 Hilsenen med min, Paulus's, egen Hånd, hvilket er et Mærke i hvert Brev. Således skriver jeg.
ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନସ୍ୱରୂପ, ମୁଁ ଏହିପରି ଲେଖେ।
18 Vor Herres Jesu Kristi Nåde være med eder alle!
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।

< 2 Tessalonikerne 3 >