< Amos 2 >

1 Så siger HERREN: for tre overtrædelser af Moab, ja fire jeg går ikke fra det, de brændte Edoms Konges Ben til kalk
ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
2 så sender jeg Ild mod Moab, den skal æde Herijots Borge; og Moab skal dø under kampgny, Krigsskrig og Hornets Klang.
ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ୍‍ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;
3 Af hans Midte udrydder jeg Hersker og dræber alle hans Fyrster, siger HERREN.
ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି।
4 Så siger HERREN: For tre Overtrædelser af Juda, ja fire, jeg går ikke fra det: de ringeagted HERRENs Lov og holdt ej hans Bud, ledet vild af deres Løgneguder, til hvilke deres Fædre holdt sig
ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
5 så sender jeg Ild mod Juda, den skal æde Jerusalems Borge.
ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”
6 Så siger HERREN: For tre Overtrædelser af Israel, ja fire, jeg går ikke fra det: de sælger retfærdig for Sølv og Fattigmand for et Par Sko,
ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
7 træder ringes Hoved i Støvet og trænger sagtmodige fra Vejen. Søn og Fader går sammen til Skøgen og søler således mit hellige Navn.
ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;
8 På pantede Kapper strækker de sig ved hvert et Alter, og i deres Guds Hus drikker de Vin, der er givet i Bøde.
ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।
9 Og dog var det mig, som udrydded Amoriterne foran eder, høje som Cedertræer, stærke som Egetræer, udrydded deres Frugt foroven som og deres Rødder forneden.
ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।
10 Det var mig, som førte jer op fra Ægypten og lod eder vandre i Ørken i fyrretyve År, så I tog Amoriternes Land.
ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
11 Jeg tog blandt eders Sønner Profeter, Nasiræere blandt eders unge. Er det ej sandt, Israeliter? lyder det fra HERREN.
ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍‍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ। ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ଏପରି କି ହୋଇ ନାହିଁ?”
12 Men I gav Nasiræerne Vin, og Profeterne bød I ej at profetere.
ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।
13 Se, jeg lader Grunden vakle under jer, ligesom Vognen vakler, når den er fuld af Neg.
“ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।
14 Den hurtige kan ikke undfly, den stærke ej bruge sin Kraft; ej redder Helten sit Liv,
ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;
15 ej holder Bueskytten Stand; ej undslipper rapfodet Mand, ej bjærger nogen Rytter sit Liv;
ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
16 den kækkeste Mand iblandt Helte skal den dag våbenløs fly, så lyder det fra HERREN.
ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇଯିବ।” ଏହା ସଦାପ୍ରଭୁ କହନ୍ତି।

< Amos 2 >