< Ezekiel 27 >

1 HERRENs Ord kom til mig således:
ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 Du, Menneskesøn, istem en Klagesang over Tyrus og sig til Tyrus,
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;
3 som ligger ved Adgangen til Havet og driver Handel med Folkeslagene på de mange fjerne Strande: Så siger den Herre HERREN: Tyrus, du siger: "Fuldendt i Skønhed er jeg!"
ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମସୁନ୍ଦରୀ,
4 De bygged dig midt i Havet, fuldendte din Skønhed.
ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।”
5 De tømred af Senircypresser hver Planke i dig, fra Libanon hented de Cedre at lave din Mast,
ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।
6 af Basans højeste Ege skar de dig Årer, de lagde dit Dæk af Fyr fra Kittæernes Strande;
ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।
7 dit Sejl var ægyptisk Byssus i broget Væv, dit Tag var Purpur i blåt og rødt fra Elisjas Strande.
ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।
8 Zidons og Arvads Folk var Rorkarle for dig, om Bord var de kyndigste i Zarepta, de var dine Styrmænd,
ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।
9 de ældste og kyndigste i Gebal, de bøded din Læk. Alle Havets Skibe med Søfolk var hos dig for at omsætte dine Varer.
ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ।
10 Folk fra Persien, Lydien og Put var i din Hær som Krigsfolk, de ophængte Skjolde og Hjelme i dig; de gav dig Glans.
ପାରସ୍ୟ, ଲୁଦ୍‍ ଓ ପୂଟ୍‍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।
11 Arvaditerne og deres Hær stod rundt på dine Mure, Gammaditerne på dine Tårne; de ophængte deres Skjolde rundt på dine Mure, de fuldendte din Skønhed.
ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।
12 Tarsis var din Handelsven, fordi du havde alskens Gods i Mængde; Sølv, Jern, Tin og Bly gav de dig for dine Varer.
“ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
13 Javan, Tubal og Mesjek drev Handel med dig; Trælle og Kobberkar gav de dig i Bytte.
ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
14 Togarmas Hus gav dig Køreheste, Rideheste og Muldyr for dine Varer.
ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
15 Rodosboerne drev Handel med dig, mange fjerne Strande var dine Handelsvenner; Elfenben og Ibenholt bragte de dig som Vederlag.
ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍‍ କାଷ୍ଠ ଆଣିଲେ।
16 Edom var din Handelsven, fordi du havde Varer i Mængde; Karfunkler, Purpur, brogede Tøjer, fint Linned, Koraller og Rubiner gav de dig for dine Varer.
ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
17 Juda og Israels Land drev Handel med dig; Hvede fra Minnit, Bagværk, Honning, Olie og Mastiksbalsam gav de dig i Bytte.
ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
18 Damaskus var din Handelsven fordi du havde alskens Gods i Mængde; de kom med Vin fra Helbon og Uld fra Zahar.
ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍‍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।
19 Vedan og Javan gav Sager fra Uzal for dine Varer; smeddet Jern, Hassia og Kalmus fik du i Bytte.
ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍‍ ଓ ସୁଗନ୍ଧି ବଚ ଥିଲା।
20 Dedan drev Handel med dig med Sadeldækkener til Ridning.
ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।
21 Araberne og alle Kedars Fyrster var dine Hardelsvenner; med Lam, Vædre og Bukke handlede de med dig.
ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।
22 Sabas og Ramas Handelsfolk drev Handel med dig; den allerfineste Balsam, alle Slags Ædelsten og Guld gav de dig for dine Varer.
ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
23 Karan, Kanne og Eden, Assyrerne og hele Medien drev Handel med dig;
ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍‍ ତୁମ୍ଭର ବ୍ୟବସାୟୀ ଥିଲେ।
24 de handlede med dig med smukke Klæder, Purpurkapper, brogede Tøjer, farvede Tæpper, tvundet og fastsnoet Reb på dine Markeder;
ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।
25 Tarsisskibene tjente dig ved din Omsætning. Du fyldtes, blev såre tung midt ude i Havet.
ତର୍ଶୀଶର ଜାହାଜସକଳ ତୁମ୍ଭର ବ୍ୟବସାୟକାରୀ ପଥିକ ସ୍ୱରୂପ ଥିଲେ; ପୁଣି, ତୁମ୍ଭେ ପରିପୂର୍ଣ୍ଣା ଓ ସମୁଦ୍ରର ମଧ୍ୟସ୍ଥଳରେ ଅତିଶୟ ପ୍ରତାପାନ୍ୱିତା ଥିଲ।
26 I rum Sø fik de dig ud, dine roende Mænd; da knuste en Østenstorm dig midt ude på Havet;
ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।
27 dit Gods, dine Varer, din Vinding, dine Søfolk og Styrmænd, de, der bøded din Læk, dine Handelsfolk, alt dit krigsfolk, som var om Bord, alt Mandskab i din Midte styrter i Havets dyb, den Dag du falder.
ତୁମ୍ଭର ଧନ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ, ତୁମ୍ଭର ବାଣିଜ୍ୟ, ତୁମ୍ଭର ନାବିକଗଣ ଓ ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭର ଛିଦ୍ର ବଟାଳିବା ଲୋକମାନେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଧରିବା ଲୋକମାନେ, ଆଉ ତୁମ୍ଭର ମଧ୍ୟବର୍ତ୍ତୀ ଯୋଦ୍ଧା ସମସ୍ତେ ତୁମ୍ଭର ମଧ୍ୟବର୍ତ୍ତୀ ସମସ୍ତ ସମାଜ ସହିତ ତୁମ୍ଭର ପତନ ଦିନ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ପତିତ ହେବେ।
28 Markerne skælver ved dine Styrmænds Skrig.
ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।
29 Alle, der sidder ved Årer, går da fra Borde, Søfolk og alle Styrmænd går da i Land;
ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଲାଇ ଆସି ସ୍ଥଳରେ ଠିଆ ହେବେ,
30 de løfter Røsten over dig, klager bittert; på Hovedet kaster de Jord og vælter sig i Støvet,
ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;
31 klipper sig skaldet for dig, klæder sig i Sæk, begræder dig, bitre i Hu, med Sjælekvide,
ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।
32 istemtner jamrende Klage over dig, klager: Ak, hvor Tyrus er øde midt i Havet!
ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ‘ସୋର ପରି, ଯେ ସମୁଦ୍ର ମଧ୍ୟସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି?
33 Når din Vinding kom ind fra Havet, mætted du mange Folkeslag; med dit meget Gods og dine Varer gjorde du Jordens konger rige.
ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରିଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।
34 Nu led du Skibbrud på Havet, på Vandets Dyb, dine Varer og alt dit Mandskab gik under med dig.
ତୁମ୍ଭେ ସମୁଦ୍ର ଦ୍ୱାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ।
35 Over dig gyser alle, som bor på de fjerne Strande, deres Konger er slagne af Angst, deres Ansigt blegner.
ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷଣ୍ଣ ହୋଇଅଛି।
36 Deres Kræmmere hånfløjter ad dig, til Rædsel blev du, er borte for evigt.
ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍‍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।’”

< Ezekiel 27 >