< 1 Mosebog 7 >
1 Derpå sagde HERREN til Noa: Gå ind i Arken med hele dit Hus, thi dig har jeg fundet retfærdig for mine Øjne i denne Slægt.
ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
2 Af alle rene Dyr skal du tage syv Par, Han og Hun, og af alle urene Dyr eet Par, Han og Hun,
ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
3 ligeledes af Himmelens Fugle syv Par, Han og Hun, for at de kan forplante sig på hele Jorden.
ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।
4 Thi om syv Dage vil jeg lade det regne på Jorden i fyrretyve Dage og fyrretyve Nætter og udslette alle Væsener, som jeg har gjort, fra Jordens Flade."
ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
5 Og Noa gjorde ganske som HERREN havde pålagt ham.
ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।
6 Noa var 600 År gammel, da Vandfloden kom over Jorden.
ନୋହଙ୍କର ଛଅ ଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।
7 Noa gik med sine Sønner, sin Hustru og sine Sønnekoner ind i Arken for at undslippe Flodens Vande.
ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।
8 De rene og de urene Dyr, Fuglene og alt, hvad der kryber på Jorden,
ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
9 gik Par for Par ind i Arken til Noa, Han og Hundyr, som Gud havde pålagt Noa.
ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
10 Da nu syv Dage var omme, kom Flodens Vande over Jorden;
ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା।
11 i Noas 600de Leveår på den syttende Dag i den anden Måned, den Dag brast det store Verdensdybs Kilder, og Himmelens Sluser åbnedes,
ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା।
12 og Regnen faldt over Jorden i fyrretyve Dage og fyrretyve Nætter.
ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
13 Selvsamme Dag gik Noa ind i Arken og med ham hans Sønner Sem, Kam og Jafet, hans Hustru og hans tre Sønnekoner
ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
14 og desuden alle vildtlevende Dyr efter deres Arter, alt Kvæg efter dets Arter, alt Kryb på Jorden efter dets Arter og alle Fugle efter deres Arter, alle Fugle, alt, hvad der har Vinger;
ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
15 af alt Kød, som har Livsånde, gik Par for Par ind i Arken til Noa;
ଅର୍ଥାତ୍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
16 Han og Hundyr af alt Kød gik ind, som Gud havde påbudt, og HERREN lukkede efter ham.
ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱ-ଦ୍ୱାର ବନ୍ଦ କଲେ।
17 Da kom Vandfloden over Jorden i fyrretyve Dage, og Vandet steg og løftede Arken, så den hævedes over Jorden.
ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
18 Og Vandet steg og stod højt over Jorden, og Arken flød på Vandet;
ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।
19 og Vandet steg og steg over Jorden, så de højeste Bjerge under Himmelen stod under Vand;
ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।
20 femten Alen stod Vandet over dem, så Bjergene stod helt under Vand.
ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।
21 Da omkom alt Kød, som rørte sig på Jorden, Fugle, Kvæg, vildtlevende Dyr og alt Kryb på Jorden og alle Mennesker;
ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
22 alt, i hvis Næse det var Livets Ånde, alt, hvad der var på det faste Land, døde.
ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।
23 Således udslettedes alle Væsener, der var på Jordens Flade, Mennesker, Kvæg, Kryb og Himmelens Fugle; de udslettedes af Jorden, og tilbage blev kun Noa og de, der var hos ham i Arken.
ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
24 Vandet steg over Jorden i 150 Dage.
ଏହିରୂପେ ପୃଥିବୀ ଏକ ଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।