< Hoseas 11 >

1 Jeg fik Israel kær i hans Ungdom, fra Ægypten kaldte jeg min søn
ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
2 Jo mer jeg kaldte dem, des mere fjerned de sig fra mig; de ofrer til Baalerne, tænder for Billederne Offerild,
ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
3 Jeg lærte dog Efraim at gå og tog ham på Armen; de vidste ej, det var mig, der lægte dem.
ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ।
4 Jeg drog dem med Menneskesnore, med Kærligheds Reb; jeg var dem som den, der løfter et Åg over Kæben, jeg bøjed mig ned til ham og rakte ham Føde.
ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।
5 Han skal til Ægypten igen, have Assur til Konge, thi omvende sig vil de ikke.
ସେ ମିସର ଦେଶକୁ ଫେରିଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।
6 Sværdet skal rase i hans Byer, fortære hans Slåer og hærge i hans Fæstninger.
ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।
7 Mit Folk, det hælder til Frafald fra mig, og råber man til det: "Op, op!" står ingen op.
ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
8 Hvor kan jeg ofre dig, Efraim, lade dig, Israel, fare, ofre dig ligesom Adma, gøre dig, som Zebojim? Mit Hjerte vender sig i mig, al min Medynk er vakt.
ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
9 Jeg fuldbyrder ikke min Harmglød, gør ej Efraim til intet igen. Thi Gud er jeg, ikke et Menneske, hellig udi din Midte, med Vredesglød kommer jeg ikke.
ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।
10 HERREN skal de holde sig til, han brøler som Løven, ja brøler, og bævende kommer Sønner fra Havet,
ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
11 bævende som Fugle fra Ægypten, som Duer fra Assurs Land; jeg fører dem hjem til deres Huse lyder det fra HERREN.
ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
12 Efraim omgiver mig med løgn, hus med svig, Juda kender ej Gud med Skøger slår han sig sammen.
ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।

< Hoseas 11 >