< Hoseas 5 >

1 Hører dette, I Præster, lyt til du Israels hus, lån Øre, du Kongehus, thi eder gælder Dommen. Thi I blev en Snare for Mizpa, et Garn bredt ud over Tabor,
ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।
2 en dyb Faldgrube i Sjittim; men jeg er en Lænke for alle.
ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ।
3 Efraim kender jeg, ej skjult er Israel for mig; thi du har bolet, Efraim, uren er Israel blevet.
ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି।
4 Deres Gerninger tillader ikke, at de vender sig til deres Gud; thi Horeånd har de i sig, HERREN kender de ej.
ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ।
5 Mod Israel vidner dets Hovmod; Efraim styrter for sin Brøde, med dem skal og Juda styrte.
ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ।
6 Da går de med Småkvæg og Hornkvæg hen for at søge HERREN; men ham skal de ikke finde, thi bort fra dem vil han vige.
ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।
7 Troløse var de mod HERREN, thi uægte Børn har de født; nu vil han opsluge dem, Plovmand sammen med Mark.
ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି; କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।
8 Lad Hornet gjalde i Gibea, Trompeten i Rama, opløft Råb i Bet-Aven, Benjamin, var dig!
ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,
9 Til Ørk skal Efraim blive på Straffens Dag. Jeg kundgør om Israels Stammer, hvad sikkert skal ske.
ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।
10 Som Folk, der flytter Skel, blev Judas Fyrster, over dem vil jeg øse min Harme som Vand.
ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା।
11 Efraim er undertrykt, Retten knust; frivilligt løb han efter Fjenden.
ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।
12 Jeg er som Møl for Efraim, Edder for Judas Hus.
ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।
13 Da Efraim mærked sin Sygdom og Juda mærked sin Byld, gik Efraim hen til Assur, Storkongen sendte han Bud. Men han kan ej give jer Helse, han læger ej eders Byld.
ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।
14 Thi jeg er som en Løve for Efraim, en Løveunge for Judas Hus; jeg, jeg river sønder og går, slæber bort, og ingen redder.
କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।
15 Jeg går til mit sted igen, indtil de bøder for skylden og søger frem for mit Åsyn, søger mig i deres Trængsel.
ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।

< Hoseas 5 >