< Esajas 50 >

1 Så siger HERREN: Hvor er eders Moders Skilsmissebrev, med hvilket jeg sendte hende bort; eller hvem var jeg noget skyldig, så jeg solgte eder til ham? Nej, for eders Brøde solgtes I, for eders Synd blev eders Moder sendt bort.
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।
2 Hvi var der da ingen, da jeg kom, hvi svarede ingen, da jeg kaldte? Er min Hånd for kort til af udfri, har jeg ingen Kraft til at redde? Ved min Trussel udtørrer jeg Havet, Strømme gør jeg til Ørk, så Fiskene rådner af Mangel på Vand og dør af Tørst;
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
3 jeg klæder Himlen i sort og hyller den ind i Sæk.
ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”
4 Den Herre HERREN gav mig Lærlinges Tunge, at jeg skulde vide at styrke de trætte med Ord; han vækker hver Morgen mit Øre, han vækker det til at høre, som Lærlinge hører.
ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
5 Den Herre HERREN åbnede mit Øre, og jeg stred ikke imod, jeg unddrog mig ikke;
ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ।
6 min Ryg bød jeg frem til Hug, mit Skæg til at rives, mit Ansigt skjulte jeg ikke for Hån og Spyt.
ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।
7 Mig hjælper den Herre HERREN, så jeg ikke beskæmmes; jeg gør derfor mit Ansigt som Sten og ved, jeg bliver ikke til Skamme.
କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍‍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।
8 Min Retfærdiggører er nær; lad os mødes, om nogen vil Strid; om nogen vil trætte med mig, så træde han hid!
ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ।
9 Se, den Herre HERREN hjælper mig, hvo vil fordømme mig? Se, alle slides op som en Klædning, Møl fortærer dem.
ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।
10 Frygter nogen af jer HERREN, han lytte til hans Tjener, enhver, som vandrer i Mørke og uden Lys; han stole på HERRENs Navn, søge Støtte hos sin Gud!
ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
11 Alle I, som optænder Ild og sætter Pile i Brand, gå ind i eders brændende Ild, i Pilene, I tændte! Fra min Hånd skal det ramme eder, i Kval skal I ligge.
ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ: ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।

< Esajas 50 >