< Esajas 63 >

1 Hvem kommer der fra Edom, i Højrøde Klæder fra Bozra, han i det bølgende Klædebon, stolt i sin vældige Kraft?"Det er mig, som taler i Retfærd, vældig til at frelse!"
ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? “ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”
2 Hvorfor er dit Klædebon rødt, dine Klæder som en Persetræders?
ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି?
3 "Jeg trådte Vinpersen ene, af Folkeslagene var ingen med mig; jeg trådte dem i min Vrede, tramped dem i min Harme; da sprøjted deres Blod på mine Klæder, jeg tilsøled hele min Klædning.
“ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।
4 Thi til Hævnens Dag stod min Hu, mit Genløsningsår var kommet.
କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।
5 Jeg spejded, men ingen hjalp til, jeg studsed, men ingen stod mig bi. Da kom min Arm mig til Hjælp, og min Harme, den stod mig bi;
ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
6 jeg søndertrådte Folkeslag i Vrede, i Harme knuste jeg dem, deres Blod lod jeg strømme til Jorden."
ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।”
7 Jeg vil synge om HERRENs Nåde, kvæde hans Pris, efter alt, hvad HERREN har gjort os, huld imod Israels Hus, gjort os efter sin Miskundhed, sin Nådes Fylde.
ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।
8 Han sagde: "De er jo mit Folk, de er Børn, som ej sviger." Og en Frelser blev han for dem
କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।
9 i al deres Trængsel; intet Bud, ingen Engel, hans Åsyn frelste dem. I sin Kærlighed og Skånsel genløste han dem, han løfted og bar dem alle Fortidens Dage.
ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
10 Men de stred imod og bedrøved hans hellige Ånd; så blev han deres Fjende, han kæmped imod dem.
ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
11 Da tænkte hans Folk på gamle Dage, på Moses: "Hvor er han, som drog sit Småkvægs Hyrde op af Vandet? Hvor er han, som lagde sin hellige Ånd i hans Hjerte,
ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
12 lod vandre sin herlige Arm ved Moses's højre, kløvede Vandet for dem og vandt et evigt Navn,
ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
13 førte dem gennem Dybet som en Hest på Steppen?
ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?
14 Som Kvæg, der går ned i dalen, snubled de ikke. Dem ledte HERRENs Ånd. Således ledte du dit Folk for at vinde dig et herligt Navn."
ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।
15 Sku ned fra Himlen, se ud fra din hellige, herlige Bolig! Hvor er din Nidkærhed og Vælde, dit svulmende Hjerte, din Medynk? Hold dig ikke tilbage,
ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି।
16 du, som dog er vor Fader. Thi Abraham ved ej af os, Israel kendes ej ved os, men du er vor Fader, HERRE, "vor Genløser" hed du fra Evighed.
ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି।
17 Hvi leder du os vild fra dine Veje, HERRE, forhærder vort Hjerte mod din Frygt? Vend tilbage for dine Tjeneres, din Arvelods Stammers Skyld!
ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।
18 Hvi har gudløse trådt i din Helligdom, vore Fjender nedtrampet dit Tempel?
ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।
19 Vi er som dem, du aldrig har styret, over hvem dit Navn ej er nævnt.
ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।

< Esajas 63 >