< Jeremias 49 >
1 Om Ammonitterne. Så siger Herren, har Israel ingen sønner eller har det ingen arvinger? Hvorfor har Milkom taget Gad i Eje og hans Folk bosat sig i dets Byer?
ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?
2 Se, derfor skal Dage komme, lyder det fra HERREN, da jeg lader Krigsskrig lyde mod Rabba i Ammon, og det skal blive en Grusdynge, og dets Døtre skal gå op i Luer. Da arver Israel sine Arvinger, siger HERREN.
ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି।
3 Klag, Hesjbon, thi Aj er ødelagt; skrig, I Rabbas Døtre klæd jer i Sæk og klag, gå rundt i Foldene! Thi Milkom vandrer i Landflygtighed, hans Præster og Fyrster til Hobe.
ହେ ହିଷ୍ବୋନ, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।
4 Hvorfor gør du dig til af dine Dale, du frafaldne Datter, som stoler på dine Skatte og siger: "Hvem kan komme til mig?"
ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’
5 Se, jeg lader Rædsel komme over dig fra alle Kanter, lyder det fra Hærskarers HERRE. I skal drives bort i hver sin Retning, og ingen samler de flygtende.
ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।
6 Men siden vender jeg Ammoniternes Skæbne, lyder det fra HERREN.
ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”
7 Om Edom. Så siger Hærskarers HERRE: Er der ikke mer Visdom i Teman, svigter de kloges Råd, er deres Visdom rådden?
ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?
8 Fly, søg Ly i det dybe, I, som bor i Dedan! Thi Esaus Ulykke sender jeg over ham, Straffens Tid.
ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।
9 Gæstes du af Vinhøstmænd, levner de ej Efterslæt, af Tyve om Natten, ødelægger de, hvad de lyster.
ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?
10 Thi selv blotter jeg Esau, hans Skjulesteder røber jeg; at gemme sig evner han ikke. Han er ødelagt ved Brødres og Naboers Arm, han er borte.
ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।
11 Lad mig om dine faderløse, jeg holder dem i Live, dine Enker kan stole på mig.
ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।
12 Thi så siger HERREN: Se, de, hvem det ikke tilkom at tømme Bægeret, må tømme det, og du skulde gå fri? Du går ikke fri, men kommer til at tømme det.
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।
13 Thi jeg sværger ved mig selv. lyder det fra HERREN: til Rædsel og Spot, til Ørk og til et Forbandelsens Tegn skal Bozra blive, og alle dets Byer skal blive til evige Tomter.
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”
14 Fra HERREN har jeg hørt en Tidende: Et Bud skal sendes ud blandt Folkene: Samler eder! Drag ud imod det og rejs jer til Strid!
ମୁଁ ସଦାପ୍ରଭୁଙ୍କଠାରୁ ସମ୍ବାଦ ଶୁଣିଅଛି, ପୁଣି ଗୋଷ୍ଠୀଗଣ ମଧ୍ୟରେ ଏହି କଥା କହିବା ପାଇଁ ଜଣେ ଦୂତ ପ୍ରେରିତ ହୋଇଅଛି, ଯଥା, ତୁମ୍ଭେମାନେ ଏକତ୍ରିତ ହୋଇ ତାହା ବିରୁଦ୍ଧରେ ଆସ ଓ ଯୁଦ୍ଧ କରିବାକୁ ଉଠ।
15 Se, ringe har jeg gjort dig iblandt Folkene, foragtet blandt Mennesker.
କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।
16 Rædsel over dig! Dit Hjertes Overmod bedrog dig. Du, som bor i Klippekløft og klynger dig til Fjeldtop: Bygger du Rede højt som Ørnen, jeg styrter dig ned, så lyder det fra HERREN.
ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।
17 Edom skal blive til Rædsel; alle, der kommer forbi, skal slås af Rædsel og spotte over alle dets Sår.
ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍ ଶବ୍ଦ କରିବେ।
18 Som det gik, da Sodoma og Gomorra og Nabobyerne omstyrtedes, siger HERREN, skal intet Menneske bo der, intet Menneskebarn dvæle der.
ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।
19 Som en Løve, der fra Jordans Stolthed skrider op til den stedsegrønne Græsgang, således vil jeg i et Nu drive dem bort derfra. Thi hvem er den udvalgte, jeg vil sætte over dem? Thi hvem er min Lige, og hvem kræver mig til Regnskab? Hvem er den Hyrde, der står sig mod mig?
ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
20 Hør derfor det Råd, HERREN har for mod Edom, og de Tanker, han har mod Temans Indbyggere: Visselig skal Hjordens ringeste slæbes bort, visselig skal deres Græsgang forfærdes over dem.
ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
21 Ved Braget af deres Fald skal Jorden skælve; Skriget kan høres til det røde Hav.
ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
22 Se, som en Ørn med udbredte Vinger svæver han over Bozra; og Edoms Heltes Hjerte bliver på hin Dag som en nødstedt Kvindes Hjerte.
ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”
23 Om Damaskus. Til Skamme er Hamat og Arpad, thi de hører ond Tidende; de er ude af sig selv, i Uro som Havet, der ikke kan falde til Ro.
ଦମ୍ମେଶକର ବିଷୟ। “ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।
24 Damaskus er modfaldent, vender sig til Flugt, Angst falder over det, Vånde og Veer griber det som en fødende Kvinde.
ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।
25 Ve det! Forladt er den lovpriste By, Glædens Stad.
ଏହି ପ୍ରଶଂସିତ ନଗର ଓ ଆମ୍ଭର ଆନନ୍ଦଜନକ ନଗର କାହିଁକି ପରିତ୍ୟକ୍ତ ହୋଇ ନାହିଁ?
26 Derfor falder dets Ynglinge på dets Torve, alle Krigsfolkene omkommer på hin Dag, lyder det fra Hærskarers HERRE.
ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ତାହାର ରାଜଦାଣ୍ଡରେ ପତିତ ହେବେ ଓ ସମସ୍ତ ଯୋଦ୍ଧା ନିସ୍ତବ୍ଧ କରାଯିବେ।
27 Jeg sætter Ild på Damaskuss Mur, og den skal fortære Benhadads Borge.
ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।”
28 Om Kedar og Hazors Riger, som Kong Nebukadrezar af Babel slog. Så siger HERREN: Kom og drag op mod Kedar, ødelæg Østens Sønner!
“ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।
29 Man skal tage deres Telte og Hjorde, deres Telttæpper, alle deres Kar, bortføre Kamelerne fra dem og råbe til dem: "Trindt om er Rædsel!"
ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।
30 Fly i Hast, søg Ly i det dybe, Hazors Borgere, lyder det fra HERREN. Thi kong Nebukadrezar af Babel har oplagt et Råd imod eder og undfanget en Tanke imod eder.
ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।
31 Kom, drag op mod et roligt Folk, der bor i Tryghed, lyder det fra HERRREN, uden Porte og Slåer; de bor for sig selv.
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଉଠ, ଯେଉଁ ଗୋଷ୍ଠୀ କବାଟ ଓ ହୁଡ଼ୁକାବିହୀନ ହୋଇ ନିରାପଦରେ ଓ ନିଶ୍ଚିନ୍ତରେ ଏକଲା ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ଯାତ୍ରା କର।
32 Deres Kameler gøres til Bytte, deres mange Hjorde til Rov. Jeg spreder dem, der har rundklippet Hår, for alle Vinde, og fra alle kanter bringer jeg Undergang over dem, lyder det fra HERREN.
ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।
33 Hazor bliver Sjakalers Bo, en Ørken til evig Tid; der skal ej bo et Menneske, ej dvæle et Menneskebarn.
ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।”
34 HERRENs Ord, som kom til Profeten Jeremias om Elam i Kong Zedekias af Judas første Regeringstid:
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଆରମ୍ଭ ସମୟରେ ଏଲମ୍ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
35 Så siger Hærskarers HERRE: Jeg knækker Elams Bue, det ypperste af deres Kraft;
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍ର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା।
36 og jeg bringer over Elam de fire Vinde fra de fire Verdenshjørner og spreder dem for alle disse Vinde; der skal ikke være et Folk, som de bortdrevne Elamiter ikke kommer hen til.
ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।
37 Jeg knuser dem foran deres Fjender og dem, der står dem efter Livet, og jeg sender Ulykke over dem, min glødende Vrede, lyder det fra HERREN. Jeg sender Sværdet efter dem, til jeg får dem udslettet.
ପୁଣି, ଆମ୍ଭେ ଏଲମ୍ର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।
38 Jeg rejser min Trone i Elam og tilintetgør der både Konge og Fyrster, lyder det fra HERREN.
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।
39 Men i de sidste Dage vender jeg Elams Skæbne, lyder det fra HERREN.
ମାତ୍ର ଶେଷ କାଳରେ ଆମ୍ଭେ ଏଲମ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।”